Posted inଖେଳ

ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌

ଶାରଜା,୪।୧୦: ଜମ୍ମୁ-କଶ୍ମୀର ପେସର ଉମ୍ରାନ ମଲିକ ଆଇପିଏଲରେ ଡେବ୍ୟୁ ମ୍ୟାଚରେ ଜବରଦସ୍ତ ବୋଲିଂ କରି ସମସ୍ତଙ୍କୁ ପ୍ରଭାବିତ କରିଥିଲେ। ସେ ରବିବାର କୋଲକାତା ନାଇଟ ରାଇଡର୍ସ ବିପକ୍ଷ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ପାଇଁ ଡେବ୍ୟୁ କରିଥିଲେ। ଏହି ସମୟରେ, ଉମ୍ରାନ ମଲିକ ୧୫୦.୦୬ କିଲୋମିଟର ବେଗରେ ବଲ ବୋଲିଂ କରିଥିଲେ। ଏହି ସିଜନରେ ଜଣେ ଭାରତୀୟଙ୍କ ଦ୍ୱାରା ସବୁଠୁ ଦ୍ରୁତତମ ବୋଲିଂ। ତେବେ ଦୁବାଇରେ ଖେଳାଯାଇଥିବା ଏହି ମ୍ୟାଚରେ ଉମ୍ରାନଙ୍କ ଦଳ ହାଇଦ୍ରାବାଦକୁ ୬ ଉଇକେଟରେ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। ଏହା ସହ କୋଲକାତା ଦଳ ପ୍ଲେ ଅଫ ଦୌଡ଼ରେ ରହିଥିବାବେଳେ ହାଇଦ୍ରାବାଦ ଏହି ଦୌଡ଼ରୁ ବାଦ ପଡିଛି। ଟି ନଟରାଜନ କରୋନା ପାଇଁ ପଜିଟିଭ ଚିହ୍ନଟ ହେବା ପରେ ସନରାଇଜର୍ସ ହାଇଦ୍ରାବାଦ ଜମ୍ମୁ କଶ୍ମୀରର ପେସର ଉମ୍ରାନ ମଲିକଙ୍କୁ ବଦଳ ଭାବରେ ଦଳରେ ସାମିଲ କରିଥିଲା। ଉମ୍ରାନ ସନରାଇଜର୍ସ ହାଇଦ୍ରାବାଦର ନେଟ ବୋଲର ଥିଲେ। ନଟରାଜନ କରୋନାରୁ ସୁସ୍ଥ ନହେବା ପର୍ଯ୍ୟନ୍ତ ଉମ୍ରାନ ଦଳର ଏକ ଅଂଶ ରହିବେ।
୨୧ ବର୍ଷୀୟ ଉମ୍ରାନ କୌଣସି ଉଇକେଟ ପାଇ ନ ଥିଲେ ମଧ୍ୟ ସେ ୪ ଓଭରରେ ମାତ୍ର ୨୭ ରନ ଦେଇଥିଲେ। ସେ ସୟଦ ମୁସ୍ତାକ ଅଲି ଟ୍ରଫିରେ ଜମ୍ମୁ କଶ୍ମୀର ପାଇଁ ଚଳିତ ବର୍ଷ ଟି -୨୦ କ୍ରିକେଟରେ ଡେବ୍ୟୁ କରିଥିଲେ। ଏହାପୂର୍ବରୁ ମହମ୍ମଦ ସିରାଜ ଆଇପିଏଲ-୨୦୨୧ର ଶେଷ ଦ୍ରୁତତମ ଭାରତୀୟ ବୋଲର ଥିଲେ। ବେଗରେ ୧୪୬.୬୮ ବେଗରେ ବୋଲିଂ କରିଥିଲେ। ଉମ୍ରାନ ଜମ୍ମୁ କଶ୍ମୀର ପାଇଁ ଗୋଟିଏ ତାଲିକା ଏ ଏବଂ କେବଳ ଗୋଟିଏ ଟି -୨୦ ମ୍ୟାଚ ଖେଳି ମୋଟ ୪ ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri