Posted inଖେଳ

ଇତିହାସ ରଚିଲେ ଏହି କ୍ରିକେଟର୍‌: ଏକଦିବସୀୟ କ୍ରିକେଟରେ ହାସଲ କଲେ ବିରଳ ରେକର୍ଡ

ଜୋହାନ୍ସବର୍ଗ,୫।୪: ପାକିସ୍ତାନର ଓପନର୍‌ ଫାଖର ଜମାନ ପୁଣି ଥରେ ଏକ ବିସ୍ଫୋରକ ଇନିଂଶ ଖେଳିଛନ୍ତି। ସେ ରବିବାର ଦକ୍ଷିଣ ଆଫ୍ରିକା ବିପକ୍ଷରେ ୧୯୩ ରନ୍‌ର ଅପରାଜିତ ଇନିଂସ ଖେଳି ତାଙ୍କ ନାମ ରେକର୍ଡ ବୁକ୍‌ରେ ସ୍ଥାନିତ କରିଥିଲେ। ଏକଦିବସୀୟ କ୍ରିକେଟରେ ଦ୍ୱିତୀୟ ଇନିଂସରେ ସବୁଠୁ ବଡ଼ ଇନିଂସ ଖେଳିଥିବା ଫାଖର ଜମାନ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ସେ ୧୫୫ ବଲ୍‌ରେ ଇନିଂସରେ ୧୮ ଚୌକା ଓ ୧୦ ଛକା ମାରିଥିଲେ। ଜୋହାନ୍ସବର୍ଗରେ ପାକିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଦିନିକିଆ ମ୍ୟାଚ ଖେଳାଯାଇଥିଲା। ଆୟୋଜକ ଦକ୍ଷିଣ ଆଫ୍ରିକା ପ୍ରଥମେ ୬ଟି ଉଇକେଟ ହରାଇ ୩୪୧ ସ୍କୋର କରିଥିଲା। ଏହାର ଜବାବରେ ପାକିସ୍ତାନ ପକ୍ଷରୁ ଫାକର ଚମତ୍କାର ଇନିଂସ ଖେଳି ୧୯୩ ରନ କରିଥିଲେ। ତେବେ ସେ ତାଙ୍କ ଦଳକୁ ଜିତାଇ ପାରି ନ ଥିଲେ। ପାକିସ୍ତାନୀ ଦଳ ନିର୍ଦ୍ଧାରିତ ୫୦ ଓଭରରେ ୯ ଉଇକେଟ ହରାଇ କେବଳ ୩୨୪ ରନ କରିବାରେ ସକ୍ଷମ ହୋଇଥିଲା। ଫଳରେ ଦଳ ୧୭ ରନ୍‌ରେ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଲା। ଫାକର ଜମାନ ୧୯୩ ରନ ସ୍କୋର କରି ଏକଦିବସୀୟରେ ଦ୍ୱିତୀୟ ଇନିଂସର ସର୍ବାଧିକ ସ୍କୋର କରି ଅଷ୍ଟ୍ରେଲିଆ ଖେଳାଳି ଶେନ ୱାଟସନଙ୍କ ରେକର୍ଡ ଭାଙ୍ଗିଛନ୍ତି। ୨୦୧୧ ରେ ୱାଟସନ ବାଂଲାଦେଶ ବିପକ୍ଷରେ ଏକ ଟାର୍ଗେଟ ପିଛା କରି ୧୮୫ ରନ ସଂଗ୍ରହ କରିଥିଲେ। ୨୦୧୭ ପରେ ୧୯୦ରୁ ଅଧିକ ସ୍କୋର କରିଥିବା ଫାଖର ଜମାନ ପ୍ରଥମ ବ୍ୟାଟ୍ସମ୍ୟାନ ହୋଇଥିଲେ। ସେ ଏହା ପୂର୍ବରୁ ୨୦୧୮ରେ ଜିମ୍ବାୱେ ବିପକ୍ଷରେ ୨୧୦ ସ୍କୋର କରିଥିଲେ। ଦକ୍ଷିଣ ଆଫ୍ରିକା ମାଟିରେ ସବୁଠାରୁ ବଡ ଏକଦିବସୀୟ ଇନିଂସ ଖେଳିଥିବା ଫାଖର ମଧ୍ୟ ପ୍ରଥମ କ୍ରିକେଟର ହୋଇଛନ୍ତି। ଏହାପୂର୍ବରୁ ଏହି ରେକର୍ଡ ଫାଫ ଡୁ ପ୍ଲେସିଙ୍କ ନାମରେ ଥିଲା। ସେ ୨୦୧୭ରେ ଶ୍ରୀଲଙ୍କା ବିପକ୍ଷରେ ୧୮୫ ଇନିଂସ ସ୍କୋର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri