Posted inଖେଳ

ଇତିହାସ ରଚିଲେ ଏହି କ୍ରିକେଟର୍‌: ଏକଦିବସୀୟ କ୍ରିକେଟରେ ହାସଲ କଲେ ବିରଳ ରେକର୍ଡ

ଜୋହାନ୍ସବର୍ଗ,୫।୪: ପାକିସ୍ତାନର ଓପନର୍‌ ଫାଖର ଜମାନ ପୁଣି ଥରେ ଏକ ବିସ୍ଫୋରକ ଇନିଂଶ ଖେଳିଛନ୍ତି। ସେ ରବିବାର ଦକ୍ଷିଣ ଆଫ୍ରିକା ବିପକ୍ଷରେ ୧୯୩ ରନ୍‌ର ଅପରାଜିତ ଇନିଂସ ଖେଳି ତାଙ୍କ ନାମ ରେକର୍ଡ ବୁକ୍‌ରେ ସ୍ଥାନିତ କରିଥିଲେ। ଏକଦିବସୀୟ କ୍ରିକେଟରେ ଦ୍ୱିତୀୟ ଇନିଂସରେ ସବୁଠୁ ବଡ଼ ଇନିଂସ ଖେଳିଥିବା ଫାଖର ଜମାନ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ସେ ୧୫୫ ବଲ୍‌ରେ ଇନିଂସରେ ୧୮ ଚୌକା ଓ ୧୦ ଛକା ମାରିଥିଲେ। ଜୋହାନ୍ସବର୍ଗରେ ପାକିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଦିନିକିଆ ମ୍ୟାଚ ଖେଳାଯାଇଥିଲା। ଆୟୋଜକ ଦକ୍ଷିଣ ଆଫ୍ରିକା ପ୍ରଥମେ ୬ଟି ଉଇକେଟ ହରାଇ ୩୪୧ ସ୍କୋର କରିଥିଲା। ଏହାର ଜବାବରେ ପାକିସ୍ତାନ ପକ୍ଷରୁ ଫାକର ଚମତ୍କାର ଇନିଂସ ଖେଳି ୧୯୩ ରନ କରିଥିଲେ। ତେବେ ସେ ତାଙ୍କ ଦଳକୁ ଜିତାଇ ପାରି ନ ଥିଲେ। ପାକିସ୍ତାନୀ ଦଳ ନିର୍ଦ୍ଧାରିତ ୫୦ ଓଭରରେ ୯ ଉଇକେଟ ହରାଇ କେବଳ ୩୨୪ ରନ କରିବାରେ ସକ୍ଷମ ହୋଇଥିଲା। ଫଳରେ ଦଳ ୧୭ ରନ୍‌ରେ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଲା। ଫାକର ଜମାନ ୧୯୩ ରନ ସ୍କୋର କରି ଏକଦିବସୀୟରେ ଦ୍ୱିତୀୟ ଇନିଂସର ସର୍ବାଧିକ ସ୍କୋର କରି ଅଷ୍ଟ୍ରେଲିଆ ଖେଳାଳି ଶେନ ୱାଟସନଙ୍କ ରେକର୍ଡ ଭାଙ୍ଗିଛନ୍ତି। ୨୦୧୧ ରେ ୱାଟସନ ବାଂଲାଦେଶ ବିପକ୍ଷରେ ଏକ ଟାର୍ଗେଟ ପିଛା କରି ୧୮୫ ରନ ସଂଗ୍ରହ କରିଥିଲେ। ୨୦୧୭ ପରେ ୧୯୦ରୁ ଅଧିକ ସ୍କୋର କରିଥିବା ଫାଖର ଜମାନ ପ୍ରଥମ ବ୍ୟାଟ୍ସମ୍ୟାନ ହୋଇଥିଲେ। ସେ ଏହା ପୂର୍ବରୁ ୨୦୧୮ରେ ଜିମ୍ବାୱେ ବିପକ୍ଷରେ ୨୧୦ ସ୍କୋର କରିଥିଲେ। ଦକ୍ଷିଣ ଆଫ୍ରିକା ମାଟିରେ ସବୁଠାରୁ ବଡ ଏକଦିବସୀୟ ଇନିଂସ ଖେଳିଥିବା ଫାଖର ମଧ୍ୟ ପ୍ରଥମ କ୍ରିକେଟର ହୋଇଛନ୍ତି। ଏହାପୂର୍ବରୁ ଏହି ରେକର୍ଡ ଫାଫ ଡୁ ପ୍ଲେସିଙ୍କ ନାମରେ ଥିଲା। ସେ ୨୦୧୭ରେ ଶ୍ରୀଲଙ୍କା ବିପକ୍ଷରେ ୧୮୫ ଇନିଂସ ସ୍କୋର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ...

ଅଲିମ୍ପିକ କିମ୍ବଦନ୍ତୀ ଉସେନ ବୋଲ୍ଟ ହେଲେ ଟି-୨୦ ବିଶ୍ୱକପ୍‌ର ଆମ୍ବାସାଡାର

ନୂଆଦିଲ୍ଲୀ,୨୫।୪: ବିଶ୍ୱର କିମ୍ବଦନ୍ତୀ ଦ୍ରୁତ ଧାବକ ଉସେନ ବୋଲ୍ଟ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ର ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ ହୋଇଛନ୍ତି। ଜୁନ ୧ରୁ ଆମେରିକା...

ଲଜ୍ଜାଜନକ ରେକର୍ଡ କଲେ ମୋହିତ ଶର୍ମା

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଗୁଜୁରାଟ ଟାଇଟାନ୍ସ ବୋଲର ମୋହିତ ଶର୍ମାଙ୍କ ନାମରେ ଏକ ଲଜ୍ଜାଜନକ ରେକର୍ଡ କରିଛନ୍ତି। ମୋହିତ ଶର୍ମା ଆଇପିଏଲ ଇତିହାସରେ ସର୍ବାଧିକ...

ଇତିହାସ ରଚିଲେ ପନ୍ତ: ଟି-୨୦ରେ ଏମିତି ରେକର୍ଡ କରିବାରେ ପ୍ରଥମ ଖେଳାଳି

ନୂଆଦିଲ୍ଲୀ,୨୫।୪: ଅଧିନାୟକ ରିଷଭ ପନ୍ତଙ୍କ ଅପରାଜିତ ୮୮ ରନ ଯୋଗୁ ଦିଲ୍ଲୀ କ୍ୟାପିଟାଳ୍ସ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଚାରି ଉଇକେଟ ପାଇଁ ୨୨୪ ରନ ସଂଗ୍ରହ...

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri