ପାକିସ୍ତାନର ପୋଲ୍‌ ଖୋଲିଦେଲେ ନିଜ ଦେଶର କ୍ରିକେଟର୍‌

ଇସଲାମାବାଦ୍‌,୩୧।୮: ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାକିସ୍ତାନ ଦ୍ୱାରା ଆୟୋଜିତ ହେବ। ତେବେ ଟୁର୍ଣ୍ଣାମେଣ୍ଟ ପାଇଁ ଟିମ ଇଣ୍ଡିଆ ପାକିସ୍ତାନ ଗସ୍ତ କରିବ କି ନାହିଁ ତାହା ଏପର୍ଯ୍ୟନ୍ତ ସ୍ଥିର ହୋଇନାହିଁ। ନିକଟରେ ପାକିସ୍ତାନର ପୂର୍ବତନ ଅଧିନାୟକ ରସିଦ ଲତିଫ କହିଛନ୍ତ, ଚାମ୍ପିଅନ୍ସ ଟ୍ରଫି ପାଇଁ ଟିମ ଇଣ୍ଡିଆ ପାକିସ୍ତାନ ଆସିବ ଏହା ୫୦% ନିଶ୍ଚିତ। କିନ୍ତୁ ବର୍ତ୍ତମାନ ପାକିସ୍ତାନର ପୂର୍ବତନ ସ୍ପିନର ଡାନିଶ କାନେରିଆ ସୁରକ୍ଷା ବିଷୟରେ ଚେତାବନୀ ଦେଇ କହିଛନ୍ତି, ଟିମ ଇଣ୍ଡିଆ ପାକିସ୍ତାନ ଆସିବା ଉଚିତ୍‌ ନୁହେଁ।

କାନେରିଆ ସ୍ପଷ୍ଟ ଭାବେ କହିଛନ୍ତି ଯେ, ପାକିସ୍ତାନର ପରିସ୍ଥିତିକୁ ଦେଖି ମୁଁ କହିବି ଯେ ଭାରତୀୟ ଦଳ ପାକିସ୍ତାନ ଯିବା ଉଚିତ୍‌ ନୁହେଁ। ପାକିସ୍ତାନ ଏହା ବିଷୟରେ ଚିନ୍ତା କରିବା ଉଚିତ୍‌। ତା’ପରେ ଆଇସିସି ନିଷ୍ପତ୍ତି ନେବ ଏବଂ ପ୍ରାୟତଃ ଏହା ଏକ ହାଇବ୍ରିଡ ମଡେଲ ହେବ। ଏହା ଦୁବାଇରେ ଖେଳାଯିବ।
କାନେରିଆ କହିଛନ୍ତି, ଖେଳାଳିଙ୍କ ସୁରକ୍ଷା ପ୍ରଥମ ପ୍ରାଥମିକତା ହେବା ଉଚିତ୍‌। ସମ୍ମାନ ଦ୍ୱିତୀୟ ପ୍ରାଥମିକତା ହେବା ଉଚିତ୍‌। ବିସିସିଆଇ ବହୁତ ଭଲ କାମ କରୁଛି। ମୁଁ ଭାବୁଛି ସମସ୍ତ ଦେଶ ଚୂଡ଼ାନ୍ତ ନିଷ୍ପତ୍ତି ଗ୍ରହଣ କରିବେ।
ଚାମ୍ପିଅନ୍ସ ଟ୍ରଫି ବିଷୟରେ ଟିମ ଇଣ୍ଡିଆ ଟୁର୍ନାମେଣ୍ଟ ପାଇଁ ପାକିସ୍ତାନ ଗସ୍ତ କରିବ କି ନାହିଁ ସେପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ନିଆଯାଇ ନାହିଁ। ୨୦୨୩ରେ ଅନୁଷ୍ଠିତ ଏସିଆ କପ ପାଇଁ ଟିମ ଇଣ୍ଡିଆ ମଧ୍ୟ ପାକିସ୍ତାନ ଗସ୍ତ କରି ନ ଥିଲା। ଏହି ଟୁର୍ନାମେଣ୍ଟ ହାଇବ୍ରିଡ ମଡେଲ ଅଧୀନରେ ଖେଳାଯାଇଥିଲା। ଏଥିରେ ଟିମ ଇଣ୍ଡିଆର ସମସ୍ତ ମ୍ୟାଚ ଶ୍ରୀଲଙ୍କାରେ ଖେଳାଯାଇଥିଲା। ବର୍ତ୍ତମାନ କେଉଁ ମଡେଲ ଅଧୀନରେ ଚାମ୍ପିଅନ୍ସ ଟ୍ରଫି ଖେଳାଯାଉଛି ତାହା ଦେଖିବାକୁ ଆକର୍ଷଣୀୟ ହେବ। ଯଦି ହାଇବ୍ରିଡ ମଡେଲ ଅଧୀନରେ ଚାମ୍ପିଅନ୍ସ ଟ୍ରଫି ଅନୁଷ୍ଠିତ ହୁଏ, ତେବେ ଟିମ ଇଣ୍ଡିଆର ମ୍ୟାଚ କେଉଁଠାରେ ଅନୁଷ୍ଠିତ ହେବ, ଏହା ମଧ୍ୟ ଏକ ପ୍ରଶ୍ନ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri