Posted inଖେଳ

ବିଶ୍ୱରେକର୍ଡ ହାସଲ କଲେ ଏହି କ୍ରିକେଟର୍‌

ଆଡିଲେଡ,୨୦।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ଆଶେସ ସିରିଜର ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ ଆଡିଲେଡରେ ଖେଳାଯାଉଛି। ଏହି ମ୍ୟାଚରେ ଇଂଲଣ୍ଡ ବୋଲର ଜେମ୍ସ ଆଣ୍ଡରସନ ଏକ ନିଆରା ସଫଳତା ହାସଲ କରିଛନ୍ତି । ତାଙ୍କ ପୂର୍ବରୁ ଟେଷ୍ଟ କ୍ରିକେଟରେ ଦୁନିଆର କୌଣସି ଦ୍ରୁତ ବୋଲର ଏହି ରେକର୍ଡ ସୃଷ୍ଟି କରିପାରନ୍ତି ନାହିଁ। ଟେଷ୍ଟ କ୍ରିକେଟରେ ସର୍ବାଧିକ ଓଭର ବୋଲିଂ କରିବାରେ ଆଣ୍ଡରସନ ଏବେ ଦୁନିଆର ପ୍ରଥମ ଦ୍ରୁତ ବୋଲର ହୋଇପାରିଛନ୍ତି। ସେ ଏପର୍ଯ୍ୟନ୍ତ ଟେଷ୍ଟ କ୍ରିକେଟରେ ୬୦୦୦ ଓଭର ବୋଲିଂ କରିଛନ୍ତି। ଆଡିଲେଡ ଡେ-ନାଇଟ ଟେଷ୍ଟ ମ୍ୟାଚର ଚତୁର୍ଥ ଦିନରେ ସେ ଏହା ହାସଲ କରିଥିଲେ।
ଜେମ୍ସ ଆଣ୍ଡରସନ ୨୦୦୩ରେ ଜିମ୍ବାୱେ ବିପକ୍ଷରେ ଲର୍ଡସରେ ଟେଷ୍ଟ ଡେବ୍ୟୁ କରିଥିଲେ। ସେ ତାଙ୍କର ପ୍ରଥମ ଓଭରରେ ୧୭ ରନ ଦେଇଥିଲେ। ଟେଷ୍ଟ କ୍ରିକେଟରେ ପ୍ରଥମ ଓଭରରେ ଦୁନିଆର କୌଣସି ବୋଲର ଏତେ ରନ ସଂଗ୍ରହ ଦେଇନାହାନ୍ତି। ଦ୍ରୁତ ବୋଲର ଭାବରେ ପ୍ରଥମ ଓଭରରେ ସର୍ବାଧିକ ରନ ଦେବାରେ ସେ ରେକର୍ଡ ରଖିଛନ୍ତି। କିନ୍ତୁ ସେବେଠାରୁ ଆଣ୍ଡରସନ ଆଉ ପଛକୁ ଚାହିଁ ନାହାଁନ୍ତି। ସେ ଆଜି ଟେଷ୍ଟରେ ଦୁନିଆର ସବୁଠାରୁ ସଫଳ ଦ୍ରୁତ ବୋଲର। ସେ ଏପର୍ଯ୍ୟନ୍ତ ଟେଷ୍ଟ କ୍ରିକେଟରେ ୬୦୦ରୁ ଅଧିକ ଉଇକେଟ ନେଇଛନ୍ତି।
ଜେମ୍ସ ଆଣ୍ଡରସନ ଗତ ୧୮ ବର୍ଷ ଧରି କ୍ରମାଗତ ଭାବେ ଇଂଲଣ୍ଡ ପାଇଁ ଖେଳୁଛନ୍ତି। ସେ ଏପର୍ଯ୍ୟନ୍ତ ଇଂଲଣ୍ଡ ଦଳ ପାଇଁ ୧୬୬ଟି ଟେଷ୍ଟ ଖେଳିଛନ୍ତି । ୧୬୬ଟି ମ୍ୟାଚ ଖେଳି ୬୩୨ ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri