Posted inଖେଳ

ଜେଲ୍‌ ଗଲେ ଏହି କ୍ରିକେଟର୍‌

ସିଡନୀ,୨।୩: ଅଷ୍ଟ୍ରେଲିଆର ପୂର୍ବତନ ବ୍ୟାଟ୍ସମ୍ୟାନ ଲୁକ ପୋମର୍ସବାକଙ୍କୁ ଅ ଡ୍ରଗ୍ସ ଏବଂ ଚୋରି ମାମଲାରେ ତାଙ୍କୁ ପୋଲିସ ଗିରଫ କରିଛି। ଚଳିତ ବର୍ଷ ଜାନୁୟାରୀ ୨୪ରୁ ଫେବୃୟାରୀ ୧୬ ମଧ୍ୟରେ ଦକ୍ଷିଣ ପର୍ଥ, ସ୍କାର୍ବୋରୋ ଏବଂ କାଠଯୋଡି ଅଞ୍ଚଳରୁ ଲୁକ ଅଳଙ୍କାର, ଚୋରି କରିଥିବା ଅଭିଯୋଗ ହୋଇଥିଲା। ଏହା ବ୍ୟତୀତ ଡ୍ରଗ କାରବାରରେ ସେ ଜଡିତ ଥିବା ଅଭିଯୋଗ ହୋଇଛି। ତେବେ ଗତ ସପ୍ତାହରେ ସେ ଏହି ମାମଲାରେ ପର୍ଥ କୋର୍ଟରୁ ଜାମିନ ପାଇଥିଲେ। କିନ୍ତୁ ପାଞ୍ଚ ହଜାର ଡଲାରର ବ୍ୟକ୍ତିଗତ ଗ୍ୟାରେଣ୍ଟି ଜମା ନକରିବାରୁ ତାଙ୍କୁ ଜେଲରେ ରହିବାକୁ ପଡିବ।
ଲୁକ ଅଷ୍ଟ୍ରେଲିଆ ପାଇଁ ମାତ୍ର ଗୋଟିଏ ଟି -୨୦ ମ୍ୟାଚ ଖେଳିଛନ୍ତି। ୨୦୦୭ରେ ମଧ୍ୟ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ସେ ଅନ୍ତର୍ଜାତୀୟ ଡେବ୍ୟୁ କରିଥିଲେ। ଏହା ବ୍ୟତୀତ ସେ ଆଇପିଏଲ ମଧ୍ୟ ଖେଳିଛନ୍ତି। ୨୦୦୮ରୁ ୨୦୧୩ ପର୍ଯ୍ୟନ୍ତ ପୋମରବାକ କିଙ୍ଗସ ଏକାଦଶ ପଞ୍ଜାବ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ପାଇଁ ଆଇପିଏଲ ଖେଳିଥିଲେ। ଏହି ସମୟ ମଧ୍ୟରେ ସେ ୧୨୨ ଷ୍ଟ୍ରାଇକ ରେଟ୍‌ରେ ୩୦୨ ରନ ସ୍କୋର କରିଥିଲେ। ତେବେ ଆଇପିଏଲ ସମୟରେ ମଧ୍ୟ ତାଙ୍କ ନାମ ବିବାଦ ସହ ଜଡିତ ରହିଛି। ଆଇପିଏଲ ସମୟରେ ସେ ଜଣେ ଆମେରିକୀୟ ମହିଳା ଏବଂ ତାଙ୍କ ଶ୍ୱଶୁରଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଥିଲା। ଏହି ମାମଲାରେ ତାଙ୍କୁ ଦିଲ୍ଲୀ ପୋଲିସ ମଧ୍ୟ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

‘ହର୍ମୁଜ ପ୍ରଣାଳୀରେ ଆମେରିକା… ’, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ନୂଆ ବାର୍ତ୍ତା ଶୁଣି ଇରାନ ଖୁସିରେ ଗଦ୍‌ଗଦ୍‌

ଓ୍ବାଶିଂଟନ୍‌,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା କରାଯାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ଦୁଇ ସପ୍ତାହ ପାଇଁ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri