Posted inଖେଳ

ଦିନେ ଭାରତକୁ ବିଶ୍ୱକପ୍‌ ଜିତାଇଥିବା ଏହି କ୍ରିକେଟର ଏବେ ଶ୍ରମିକ

ଅହମ୍ମଦାବାଦ,୯।୮: ୨୦୧୮ ମସିହାରେ ଭାରତୀୟ ଦୃଷ୍ଟିହୀନ କ୍ରିକେଟ ଦଳ ବିଶ୍ୱକପ ଟାଇଟଲ ଜିତି ଇତିହାସ ସୃଷ୍ଟି କରିଥିଲା। ଏହି ବିଜୟ ଅତ୍ୟନ୍ତ ସ୍ବତନ୍ତ୍ର ଥିଲା। ଫାଇନାଲରେ ଟିମ ଇଣ୍ଡିଆ ପାକିସ୍ତାନକୁ ପରାସ୍ତ କରିଥିଲା। ଏହି ବିଜୟ ପରେ ଭାରତୀୟ ଖେଳାଳିମାନେ ବହୁ ପ୍ରଶଂସା ଲାଭ କରିଥିଲେ। ରାଷ୍ଟ୍ରପତିଙ୍କଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ ପର୍ଯ୍ୟନ୍ତ ସମସ୍ତେ ଖେଳାଳିଙ୍କୁ ଅଭିନନ୍ଦନ ଜଣାଇଥିଲେ। କିନ୍ତୁ ଏହି ବଡ ସଫଳତାର ତିନି ବର୍ଷ ପରେ, ଆଜି ସେହି ବିଜୟୀ ଦଳର ଜଣେ ସଦସ୍ୟ ପେଟ ପୋଷିବା ପାଇଁ ଶ୍ରମିକ କାମ କରୁଛନ୍ତି। ସେ ହେଉଛନ୍ତି ଗୁଜରାଟର ନରେଶ ତୁମ୍‌ଡା। ନରେଶ କହିଛନ୍ତି ଯେ, ସରକାରଙ୍କୁ ସହାୟତା ପାଇଁ ବାରମ୍ବାର ଅନୁରୋଧ ସତ୍ତ୍ୱେ ଏପର୍ଯ୍ୟନ୍ତ କିଛି ମିଳିନାହିଁ। ମୁଁ ଦିନକୁ ଶ୍ରମିକ ଭାବେ ଖଟି ମାତ୍ର ୨୫୦ ଟଙ୍କା ରୋଜଗାର କରେ। ମୋର ମାତାପିତା ବୃଦ୍ଧ। ମୁଁ ପରିବାରର ଏକମାତ୍ର ଅନ୍ନଦାତା। ମୁଁ ସାହାଯ୍ୟ ପାଇଁ ଗୁଜୁରାଟର ମୁଖ୍ୟମନ୍ତ୍ରୀଙ୍କୁ ତିନିଥର ନିବେଦନ କଲି, କିନ୍ତୁ ଏପର୍ଯ୍ୟନ୍ତ ତାଙ୍କଠାରୁ କୌଣସି ପ୍ରତିକ୍ରିୟା ଆସିନାହିଁ। ମୁଁ ସରକାରଙ୍କୁ ଅନୁରୋଧ କରୁଛି ମୋତେ ଚାକିରି ଦିଅନ୍ତୁ ଯାହା ଦ୍ୱାରା ମୁଁ ମୋ ପରିବାର ଚଳାଇବି। ୨୯ ବର୍ଷ ବୟସ୍କ ନରେଶ ଗତ ବର୍ଷ ଲକ୍‌ଡାଉନରେ ପନିପରିବା ବିକ୍ରି କରୁଥିଲେ। ଏହି ରୋଜଗାରରେ ପରିବାରର ଖର୍ଚ୍ଚ ମେଣ୍ଟି ନ ଥିଲା, ତେଣୁ ସେ ଜଣେ ଶ୍ରମିକ ଭାବରେ କାମ କରିବା ଆରମ୍ଭ କଲେ।
ନରେଶ ଜଣେ ଦକ୍ଷ କ୍ରିକେଟର। ସେ ମାତ୍ର ପାଞ୍ଚ ବର୍ଷ ବୟସରେ କ୍ରିକେଟ ଖେଳିବା ଆରମ୍ଭ କରିଥିଲେ। ଅସୁବିଧାକୁ ଖାତିର ନ କରି ସେ ଦ୍ୱାଦଶ ପର୍ଯ୍ୟନ୍ତ ଅଧ୍ୟୟନ କରିଥିଲେ। ପାଞ୍ଚ ବର୍ଷ ବୟସରେ ସେ ଦୃଷ୍ଟି ଶକ୍ତି ହରାଇଥିଲେ। ୨୦୧୪ ମସିହାରେ, ସେ ଗୁଜରାଟର ଦଳରେ ମନୋନୀତ ହୋଇଥିଲେ। ଏହା ପରେ ସେ ଭାରତୀୟ ଦଳରେ ଖେଳିବାର ସୁଯୋଗ ପାଇଲେ। ବିଶ୍ୱକପ୍‌ର ଫାଇନାଲରେ ଭାରତ ୮ ଉଇକେଟ ହରାଇ ପାକିସ୍ତାନର ୩୦୮ ରନ୍‌ରୀ ବଡ ଲକ୍ଷ୍ୟ ହାସଲ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri