Posted inଖେଳ

ଦିନେ ଭାରତକୁ ବିଶ୍ୱକପ୍‌ ଜିତାଇଥିବା ଏହି କ୍ରିକେଟର ଏବେ ଶ୍ରମିକ

ଅହମ୍ମଦାବାଦ,୯।୮: ୨୦୧୮ ମସିହାରେ ଭାରତୀୟ ଦୃଷ୍ଟିହୀନ କ୍ରିକେଟ ଦଳ ବିଶ୍ୱକପ ଟାଇଟଲ ଜିତି ଇତିହାସ ସୃଷ୍ଟି କରିଥିଲା। ଏହି ବିଜୟ ଅତ୍ୟନ୍ତ ସ୍ବତନ୍ତ୍ର ଥିଲା। ଫାଇନାଲରେ ଟିମ ଇଣ୍ଡିଆ ପାକିସ୍ତାନକୁ ପରାସ୍ତ କରିଥିଲା। ଏହି ବିଜୟ ପରେ ଭାରତୀୟ ଖେଳାଳିମାନେ ବହୁ ପ୍ରଶଂସା ଲାଭ କରିଥିଲେ। ରାଷ୍ଟ୍ରପତିଙ୍କଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ ପର୍ଯ୍ୟନ୍ତ ସମସ୍ତେ ଖେଳାଳିଙ୍କୁ ଅଭିନନ୍ଦନ ଜଣାଇଥିଲେ। କିନ୍ତୁ ଏହି ବଡ ସଫଳତାର ତିନି ବର୍ଷ ପରେ, ଆଜି ସେହି ବିଜୟୀ ଦଳର ଜଣେ ସଦସ୍ୟ ପେଟ ପୋଷିବା ପାଇଁ ଶ୍ରମିକ କାମ କରୁଛନ୍ତି। ସେ ହେଉଛନ୍ତି ଗୁଜରାଟର ନରେଶ ତୁମ୍‌ଡା। ନରେଶ କହିଛନ୍ତି ଯେ, ସରକାରଙ୍କୁ ସହାୟତା ପାଇଁ ବାରମ୍ବାର ଅନୁରୋଧ ସତ୍ତ୍ୱେ ଏପର୍ଯ୍ୟନ୍ତ କିଛି ମିଳିନାହିଁ। ମୁଁ ଦିନକୁ ଶ୍ରମିକ ଭାବେ ଖଟି ମାତ୍ର ୨୫୦ ଟଙ୍କା ରୋଜଗାର କରେ। ମୋର ମାତାପିତା ବୃଦ୍ଧ। ମୁଁ ପରିବାରର ଏକମାତ୍ର ଅନ୍ନଦାତା। ମୁଁ ସାହାଯ୍ୟ ପାଇଁ ଗୁଜୁରାଟର ମୁଖ୍ୟମନ୍ତ୍ରୀଙ୍କୁ ତିନିଥର ନିବେଦନ କଲି, କିନ୍ତୁ ଏପର୍ଯ୍ୟନ୍ତ ତାଙ୍କଠାରୁ କୌଣସି ପ୍ରତିକ୍ରିୟା ଆସିନାହିଁ। ମୁଁ ସରକାରଙ୍କୁ ଅନୁରୋଧ କରୁଛି ମୋତେ ଚାକିରି ଦିଅନ୍ତୁ ଯାହା ଦ୍ୱାରା ମୁଁ ମୋ ପରିବାର ଚଳାଇବି। ୨୯ ବର୍ଷ ବୟସ୍କ ନରେଶ ଗତ ବର୍ଷ ଲକ୍‌ଡାଉନରେ ପନିପରିବା ବିକ୍ରି କରୁଥିଲେ। ଏହି ରୋଜଗାରରେ ପରିବାରର ଖର୍ଚ୍ଚ ମେଣ୍ଟି ନ ଥିଲା, ତେଣୁ ସେ ଜଣେ ଶ୍ରମିକ ଭାବରେ କାମ କରିବା ଆରମ୍ଭ କଲେ।
ନରେଶ ଜଣେ ଦକ୍ଷ କ୍ରିକେଟର। ସେ ମାତ୍ର ପାଞ୍ଚ ବର୍ଷ ବୟସରେ କ୍ରିକେଟ ଖେଳିବା ଆରମ୍ଭ କରିଥିଲେ। ଅସୁବିଧାକୁ ଖାତିର ନ କରି ସେ ଦ୍ୱାଦଶ ପର୍ଯ୍ୟନ୍ତ ଅଧ୍ୟୟନ କରିଥିଲେ। ପାଞ୍ଚ ବର୍ଷ ବୟସରେ ସେ ଦୃଷ୍ଟି ଶକ୍ତି ହରାଇଥିଲେ। ୨୦୧୪ ମସିହାରେ, ସେ ଗୁଜରାଟର ଦଳରେ ମନୋନୀତ ହୋଇଥିଲେ। ଏହା ପରେ ସେ ଭାରତୀୟ ଦଳରେ ଖେଳିବାର ସୁଯୋଗ ପାଇଲେ। ବିଶ୍ୱକପ୍‌ର ଫାଇନାଲରେ ଭାରତ ୮ ଉଇକେଟ ହରାଇ ପାକିସ୍ତାନର ୩୦୮ ରନ୍‌ରୀ ବଡ ଲକ୍ଷ୍ୟ ହାସଲ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri