ପ୍ରୀତି ଜିଣ୍ଟାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଏହି କ୍ରିକେଟର,ଲେଖିଲେ ଏମିତି କିଛି…

ମୁମ୍ବାଇ: ଆଜି ହେଉଛନ୍ତି ବଲିଉଡ୍‌ ଅଭିନେତ୍ରୀ ତଥା ଡିମ୍ପଲ ଗର୍ଲ ପ୍ରୀତି ଜିଣ୍ଟାଙ୍କ ଜନ୍ମଦିନ। ଏହି ଅବସରରେ ପ୍ରୀତିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କ୍ରିକେଟର ଯୁବରାଜ ସିଂହ। ସେ କ୍ୟାପଶନ ଲେଖିଛନ୍ତି, ଜନ୍ମଦିନର ଶୁଭେଚ୍ଛା, ତୁମ ପାଇଁ ଆଗାମୀ ଦିନଗୁଡ଼ିକ ଶୁଭଙ୍କର ହେଉ। ତୁମ ଗାଲରେ ଏମିତି ଡିମ୍ପଲ ସବୁଦିନ ରହୁ। ଜନ୍ମଦିନର ଢେରସାରା ଶୁଭେଚ୍ଛା ଓ ଶୁଭକାମନା।
ଡିମ୍ପଲ ଗର୍ଲ ପ୍ରୀତି ଫିଲ୍ମ ଜଗତରେ ଯେତିକି ପରିଚିତ କ୍ରିକେଟ ଜଗତରେ ମଧ୍ୟ ସେତିକି ପରିଚିତ। ପ୍ରୀତି ଆଇପିଏଲରେ କିଙ୍ଗ୍‌ସ ଇଲେଭେନ ପଞ୍ଜାବର ମାଲିକାଣୀ ଅଟନ୍ତି। ସେ ପ୍ରତି ମ୍ୟାଚରେ ନିଜ ଟିମ୍‌କୁ ଉତ୍ସାହିତ କରିଥାନ୍ତି। ଆଜି ଅର୍ଥାତ୍‌ ୩୧ ଜାନୁୟାରୀରେ ତାଙ୍କ ଜନ୍ମଦିନ। ଏହି ଅବସରରେ ଯୁବରାଜ ତାଙ୍କୁ ଏପରି ଶୁଭେଚ୍ଛା ଜଣାଇଛନ୍ତି।

ଯୁବରାଜ ପ୍ରୀତିଙ୍କ ସହ ଏକ ଫଟୋ ଶେୟାର କରିଛନ୍ତି। ପ୍ରୀତିଙ୍କର ଭାରତୀୟ କ୍ରିକେଟ ଟିମ୍‌ର ପ୍ରତ୍ୟେକ ସଦସ୍ୟଙ୍କ ସହ ସୁସମ୍ପର୍କ ରହିଛି। ଅନ୍ୟ କ୍ରିକେଟରମାନେ ମଧ୍ୟ ପ୍ରୀତିଙ୍କ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି।

ପ୍ରୀତି ୨୦୦୮ରେ ନେସ ଓ୍ବାଡିଆ, ମୋହିତ ବର୍ମନ ଏବଂ ଅନ୍ୟମାନଙ୍କ ସହ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) କିଙ୍ଗ୍‌ସ ଇଲେଭେନ୍‌ ୨୦-୨୦ କ୍ରିକେଟ ଟିମ୍‌ର ମାଲିକାଣୀ ହୋଇଥିଲେ। ୨୦୦୯ ପର୍ଯ୍ୟନ୍ତ ପ୍ରୀତି ଆଇପିଏଲ୍‌ ଟିମ୍‌ର ମାଲିକାଣୀ ଥିଲେ। ଆଜି ବି ନିଜର ଟିମ୍‌ ସହିତ ସେ ମ୍ୟାଚ୍‌ ସମୟରେ ନଜର ଆସୁଛନ୍ତି। ଗତବର୍ଷ ମୁମ୍ବାଇରେ ଖେଳାଯାଇଥିବା ଆଇପିଏଲ୍‌ ୨୦-୨୦ ମ୍ୟାଚ୍‌ରେ ପ୍ରୀତିଙ୍କୁ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରକୁ ପର୍ଯ୍ୟଟନ ହବ୍‌ରେ ପରିଣତ କରିବା ପାଇଁ ଉପମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ଥୁଆମୂଳ ରାମପୁର,୨୩ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ବିଭିନ୍ନ ପର୍ଯ୍ୟଟନସ୍ଥଳୀର ସୌନ୍ଦର୍ଯ୍ୟକରଣ, ଭିତ୍ତିଭୂମିର ଉନ୍ନତି ଓ ସାମଗ୍ରିକ ବିକାଶ ପାଇଁ…

NEET ପେପର ଲିକ ମାମଲାରେ ସଞ୍ଜୀବ ମୁଖିଆଙ୍କୁ କ୍ଲିନଚିଟ୍‌: ମିଳିଲାନି କୌଣସି ପ୍ରମାଣ

ନୂଆଦିଲ୍ଲୀ,୨୩।୭: NEET-UG 2024 ପେପର୍‌ ଲିକ ମାମଲାରେ CBI ସଞ୍ଜୀବ ମୁଖିଆଙ୍କୁ କ୍ଲିନ ଚିଟ ଦେଇଛି। ତଦନ୍ତକାରୀ ସଂସ୍ଥା କହିଛି ଯେ, ସଞ୍ଜୀବ କୁମାର ଓରଫ ସଞ୍ଜୀବ…

CJP Protest: ସର୍ତ୍ତ ମାନିନେଲେ ମୋଦି ସରକାର, ଜନ୍ତରମନ୍ତର ଯାଇ କରିବେ…

ନୂଆଦିଲ୍ଲୀ,୨୩।୭: NEET ପେପର ଲିକ୍ ପ୍ରସଙ୍ଗକୁ ନେଇ ରାଜରାସ୍ତାରୁ ସଂସଦ ପର୍ଯ୍ୟନ୍ତ ରାଜନୈତିକ ଉଷ୍ମତା ଜାରି ରହିଛି ।ଜନ୍ତରମନ୍ତରରେ CJP ଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଅଟଳ…

ନିଟ୍‌ ପ୍ରଶ୍ନପତ୍ର ଲିକ୍‌ ନେଇ ପ୍ରତିବାଦ, ବ୍ଲକ୍‌ କାର୍ଯ୍ୟାଳୟ ସମ୍ମୁଖରେ ଛାତ୍ରୀଛାତ୍ର ଏକାଠି ହୋଇ…

କେସିଙ୍ଗା,୨୩ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା ୟୁଥ ଆସୋସିଏଶନର ସଭାପତି ଶମ୍ଭୁ ବିଶିଙ୍କ ନେତୃତ୍ୱରେ ନିଟ୍‌ ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍‌ ଘଟଣାକୁ ନେଇ ୪ଦଫା ଦାବିପତ୍ର,…

Dharmendra Pradhan Love Story: ରାଜନୀତି ପଛରେ ଲୁଚିଥିବା ପ୍ରେମ କାହାଣୀ! ମଞ୍ଚରୁ ଆରମ୍ଭ ହୋଇଥିଲା….

ନୂଆଦିଲ୍ଲୀ,୨୩।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ପ୍ରତି ଜାତୀୟ ରାଜନୀତିରେ ଚର୍ଚ୍ଚାର ବିଷୟ ସାଜିଛନ୍ତି । ତାଙ୍କ ରାଜନୈତିକ ଯାତ୍ରା ସହିତ, ତାଙ୍କ ବ୍ୟକ୍ତିଗତ ଜୀବନର…

ମୋତେ ଚୁମ୍ବନ ଦେଇ… କରଣଙ୍କ ନାଁରେ ଗମ୍ଭୀର ଅଭିଯୋଗ ଆଣିଲେ ଅଭିନେତ୍ରୀ

ଟିଭି ଅଭିନେତ୍ରୀ ସାନଭି ତଲୱାର ଅଭିନେତା କରଣ କୁନ୍ଦ୍ରାଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ‘ୟେ କହାନ ଆ ଗୟେ ହମ’ ଟିଭି ଶୋ’ର ଶୁଟିଂ ସମୟରେ…

ଆରମ୍ଭ ହେବ ଯୁକ୍ତ ୨ ପାଠପଢ଼ା: ନୂଆ ଛାତ୍ରୀଛାତ୍ରଙ୍କୁ ସରକାରଙ୍କ ନୀତି ନିୟମ ଉପରେ ସଚେତନ କରାଇ…

ଭଞ୍ଜନଗର,୨୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ରୀଛାତ୍ରଙ୍କ ନିମନ୍ତେ ପ୍ରବେଶ ଉତ୍ସବ ଗୁରୁବାର ଅନୁଷ୍ଠିତ…

ବିଲ ଭିତରକୁ ଓଲଟିଲା ବସ୍‌, ଭିତରେ ଥିଲେ ୫୦ ଯାତ୍ରୀ, ଆର୍ତ୍ତ ଚିତ୍କାର ଶୁଣି…

ନବରଙ୍ଗପୁର,୨୩ା୭(ସଦାଶିବ ପ୍ରହରାଜ): ୫୦ ଯାତ୍ରୀ ଥିବା ଏକ ବସ୍‌ ଗୁରୁବାର ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ବିଲ ମଧ୍ୟକୁ ଓଲଟି ପଡ଼ିଛି। ଫଳରେ ୧୫ରୁ ଅଧିକ ଯାତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri