ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି କ୍ରାଇମବ୍ରାଞ୍ଚ

ରାୟଗଡ଼ା,୩୦।୧୨(ସ୍ବ.ପ୍ର.): ବିଦାନୋଭ ଓ ପାଭେଲଙ୍କ ମୃତ୍ୟୁ ଘଟଣାରେ ତଦନ୍ତ ପାଇଁ ରାୟଗଡ଼ାଠାରେ ଶୁକ୍ରବାର କ୍ରାଇମବ୍ରାଞ୍ଚର ୧୨ ଜଣିଆ ଟିମ୍‌ ଟିମ୍‌ ପହଞ୍ଚି ଡିଏସ୍‌ପି ସରୋଜକାନ୍ତ ମହାନ୍ତଙ୍କ ନେତୃତ୍ୱରେ ତଦନ୍ତ ଆରମ୍ଭ କରିଛନ୍ତି। ଏଥିରେ ସାଇଣ୍ଟିଫିକ୍‌ ଓ ଫରେନସିକ ଟିମ୍‌ ମଧ୍ୟ ରହିଛନ୍ତି। ଶୁକ୍ରବାର ଭୋରରୁ ପହଞ୍ଚିବା ପରେ କ୍ରାଇମବ୍ରାଞ୍ଚ ଅଧିକାରୀ ଓ ଗୁରୁବାର ଅନୁସନ୍ଧାନ ପାଇଁ ଆସିଥିବା ଆଇବି ଟିମ୍‌ ମଧ୍ୟରେ ସାକ୍ଷାତ ହୋଇଥିଲା। ପାଖାପାଖି ହୋଟେଲରେ ରହୁଥିବା ଦୁଇଟି ତଦନ୍ତକାରୀ ସଂସ୍ଥା କର୍ତ୍ତୃପକ୍ଷ ମଧ୍ୟରେ ସକାଳୁ ଆଲୋଚନା ହୋଇଥିବା ଜଣାପଡ଼ିଛି। ଏହାପରେ କ୍ରାଇମବ୍ରାଞ୍ଚ ଟିମ୍‌ ଘଟଣାସ୍ଥଳ ହୋଟେଲରେ ପହଞ୍ଚିଥିଲେ। ହୋଟେଲ ସାଇ ଇଣ୍ଟରନ୍ୟାଶନାଲରେ କର୍ମଚାରୀ ସହିତ ଆଲୋଚନା କରିଥିଲେ। ସେହିଭଳି ସିସିଟିଭି କ୍ୟାମେରା ଗୁଡିକ ଯାଞ୍ଚ କରିବା ପରେ ୨୦୩ ନମ୍ବର ରୁମକୁ ଯାଇଥିଲେ। ଏଥିସହ ଯେଉଁ ସ୍ଥାନରେ ପାଭେଲଙ୍କ ମୃତ୍ୟୁ ହୋଇଥିଲା ସେଠାକୁ ଯାଇଥିଲେ। ଘଟଣାସ୍ଥଳରେ ଫଟୋ ଓ ଭିଡିଓଗ୍ରାଫି କରିବା ସହିତ ସେଠାରେ କିଛି ସାମଗ୍ରୀ ଜବତ କରିଛନ୍ତି। ସମସ୍ତ ଦିଗକୁ ନେଇ ଆମେ ତଦନ୍ତ କରୁଛୁ ବୋଲି କ୍ରାଇମବ୍ରାଞ୍ଚ ଡିଏସ୍‌ପି ସରୋଜକାନ୍ତ ମହାନ୍ତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

୧ ଲିଟର ପେଟ୍ରୋଲ ବିକ୍ରିରେ କେତେ ଟଙ୍କା ପାଆନ୍ତି ପେଟ୍ରୋଲ ପମ୍ପ ମାଲିକ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…

ନୂଆଦିଲ୍ଲୀ,୨୮।୮: ଯଦି ଆପଣ ଭାବୁଛନ୍ତି ଯେ ପେଟ୍ରୋଲ ପମ୍ପ ମାଲିକ ଟ୍ୟାଙ୍କର ଭର୍ତ୍ତି ପେଟ୍ରୋଲ ଆଣି ପ୍ରତି ଲିଟରରେ ୧୦-୧୨ ଟଙ୍କା ରୋଜଗାର କରନ୍ତି, ତେବେ ତାହା…

ସେପ୍ଟେମ୍ବରରେ ବଦଳିବ ବଡ଼ ଗ୍ରହଙ୍କ ଚଳନ: ୮ ରାଶିଙ୍କୁ ମିଳିବ ଶୁଭଫଳ, ୪ ରାଶି ରୁହନ୍ତୁ ସତର୍କ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ମାସକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଉଛି। ଏହି ମାସରେ ୪ଟି ବଡ଼ ଗ୍ରହ ନିଜ ରାଶି ପରିବର୍ତ୍ତନ କରିବେ। ମାସ ଆରମ୍ଭରେ…

ପାଣିଡଙ୍ଗର ଜଳ ପ୍ରକଳ୍ପ ଦାବିରେ ଗଣ ପ୍ରତିବାଦ

ଗୁଣପୁର,୨୮ା୮(ସୁଜାତା ପାଢ଼ୀ): ସିପିଆଇ (ଏମ୍‌ଏଲ) ଲିବରେଶନ ପକ୍ଷରୁ ବଂଶଧାରା ନଦୀ ଗୁଡ଼ାରୀର ପାଣି ଡଙ୍ଗରଠାରେ ଜଳ ପ୍ରକଳ୍ପ ନିର୍ମାଣ ଦାବିରେ ଶୁକ୍ରବାର ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରେ ଏକ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

ଗଞ୍ଜେଇ ଲିଙ୍କ: ଫାଣ୍ଡି ଅଧିକାରୀ ସସ୍‌ପେଣ୍ଡ, ବିଦା ହେଲେ ହୋମଗାର୍ଡ

ବୌଦ୍ଧ,୨୮।୭: ଗଞ୍ଜେଇ ଚୋରା ଚାଲାଣ ଲିଙ୍କ୍‌ରେ ବୌଦ୍ଧ ଜିଲା ବଘିଆପଡ଼ା ଫାଣ୍ଡି ଅଧିକାରୀ ତଥା SI ପ୍ରାଣବନ୍ଧୁ ସାହୁଙ୍କୁ ଚାକିରିରୁ ସସ୍‌ପେଣ୍ଡ କରାଯାଯାଇଛି। ଏପରିକି ହୋମଗାର୍ଡ ମାନଭଞ୍ଜନ…

ଆଜି କମିଛି ସୁନା ଦର! ରୁପା ଦରରେ ବି ବଡ଼ ପରିବର୍ତ୍ତନ; ଚେକ୍ କରନ୍ତୁ ନୂଆ ମୂଲ୍ୟ…

ରାଖୀ ପୂର୍ଣ୍ଣିମା ଅବସରରେ ସୁନା ଓ ରୁପା ଦରକୁ ନେଇ ଆସିଲା ବଡ଼ ଖବର। କାଲି ଅପେକ୍ଷା ଆଜି କମିଛି ସୁନା ଦର। କିଣିବା ପୂର୍ବରୁ ଏଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri