ତଦନ୍ତ ପାଇଁ ବାଙ୍ଗାଲୋର ଯିବ କ୍ରାଇମ୍‌ବ୍ରାଞ୍ଚ ଟିମ୍‌

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ଓଡ଼ିଶା କମ୍ପ୍ୟୁଟର ଆପ୍ଲିକେଶନ ସେଣ୍ଟର (ଓକାକ୍‌) ସିଇଓ ତଥା ରାଜ୍ୟ ଇଲେକ୍ଟ୍ରୋନିକ୍ସ ଆଣ୍ଡ୍‌ ଆଇଟି ବିଭାଗର ଅତିରିକ୍ତ ସଚିବ ମନୋଜ କୁମାର ପଟ୍ଟନାୟକଙ୍କ ହ୍ବାଟ୍ସଆପ୍‌ ହ୍ୟାକ୍‌ କରାଯିବା ଏବଂ ତାଙ୍କର ୫ଜଣ ସମ୍ପର୍କୀୟଙ୍କୁ ମେସେଜ୍‌ କରି ୭ ଲକ୍ଷ ଟଙ୍କା ନେଇଯାଇଥିବା ମାମଲାରେ କ୍ରାଇମ୍‌ବ୍ରାଞ୍ଚର ସାଇବର୍‌ ଥାନା ତଦନ୍ତ ଜାରି ରଖିଛି। ତେବେ ଟଙ୍କା ନେଇଥିବା ହ୍ୟାକର ଜଣକ ବାଙ୍ଗାଲୋରର ବୋଲି କ୍ରାଇମବ୍ରାଞ୍ଚ ତଦନ୍ତରୁ ଜାଣିବାକୁ ପାଇଛି। ଏଥିସହ ଉକ୍ତ ଟଙ୍କା ପର୍ଯ୍ୟାୟକ୍ରମେ ୩ଟି ବ୍ୟାଙ୍କକୁ ଯାଇଛି। ତେଣୁ ବ୍ୟାଙ୍କଗୁଡ଼ିକର ଶାଖା ମୁଖ୍ୟଙ୍କୁ କ୍ରାଇମ୍‌ବ୍ରାଞ୍ଚ ଚିଠି ଲେଖି ଆକାଉଣ୍ଟକୁ ଅଚଳ କରିଛି। ତେବେ ଖୁବଶ୍ରୀଘ୍ର ଏହି ମାମଲାରେ ତଦନ୍ତ ପାଇଁ କ୍ରାଇମବ୍ରାଞ୍ଚର ଏକ ଟିମ୍‌ ବାଙ୍ଗାଲୋର ଯିବ। ସମ୍ପୃକ୍ତ ହ୍ୟାକରଙ୍କ ଠିକଣା ଜଣାପଡିଛି, ଖୁବଶ୍ରୀଘ୍ର ସେ ଧରାପଡିବ ବୋଲି କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା କହିଛନ୍ତି।
ସୂଚନା ଅନୁଯାୟୀ, ବୁଧବାର ଏକ ଅଜଣା ନମ୍ବରରୁ ମନୋଜଙ୍କ ଫୋନ୍‌କୁ ଏକ କଲ୍‌ ଆସିଥିଲା। ହେଲେ ୩୦ ସେକେଣ୍ଡ ଧରି କେହି କିଛି ନ କହିବାରୁ ସେ ଉକ୍ତ କଲ୍‌କୁ କାଟିଦେଇଥିଲେ। ପରେ ଜଣେ ସମ୍ପର୍କୀୟ ମନୋଜଙ୍କୁ ଫୋନ୍‌ କରି ତାଙ୍କ ନାମରେ କେହି ଜଣେ ଟଙ୍କା ମାଗୁଥିବା ଜଣାଇଥିଲେ। ହ୍ବାଟ୍ସଆପ୍‌ କଲ୍‌ କରୁଥିବା ବ୍ୟକ୍ତିଜଣକ ମନୋଜଙ୍କ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ ଖରାପ ରହିଥିବା ଜଣାଇ ଆର୍ଥିକ ସହାୟତା ଚାହିଁବାରୁ ସେ କିଛି ଟଙ୍କା ଦେଇଥିବା ଜଣାଇଥିଲେ। ପରେ ଆଉ କେତେଜଣ ସମ୍ପର୍କୀୟ ଫୋନ୍‌ କରି ଠକଙ୍କୁ ଟଙ୍କା ଦେଇଦେଇଥିବା ମନୋଜଙ୍କୁ କହିବାରୁ ତାଙ୍କ ହ୍ବାଟ୍ସଆପ୍‌ ହ୍ୟାକ୍‌ ହୋଇ ଟଙ୍କା ଠକେଇ କରାଯାଇଥିବା ସେ ଜାଣିବାକୁ ପାଇଥିଲେ। ଏନେଇ ଶହୀଦନଗର ଥାନାରେ ଅଭିଯୋଗ ପରେ କ୍ରାଇମ୍‌ବ୍ରାଞ୍ଚ ନିଜ ଆଡୁ ମାମଲା (ନଂ.୨୫/୨୧) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri