୪ ଅଭିଯୁକ୍ତଙ୍କୁ ୩ ଦିନିଆ ରିମାଣ୍ଡରେ ନେଲା କ୍ରାଇମବ୍ରାଞ୍ଚ

ବଲାଙ୍ଗୀର ଅଫିସ୍‌/କଟକ ଅଫିସ୍‌, ୫।୪: କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ମଙ୍ଗଳବାର ତଦନ୍ତର ଚତୁର୍ଥ ଦିନରେ ଜାଲ୍‌ ସାର୍ଟିଫିକେଟ୍‌ ମାମଲାର ମୁଖ୍ୟ ଅଭିଯୁକ୍ତ ମନୋଜ ମିଶ୍ର, ପ୍ରମୁଖ ସହଯୋଗୀ ଆଲୋକ ରଞ୍ଜନ ଉଦ୍‌ଗାତାଙ୍କ ସମେତ ଅନ୍ୟ ଦୁଇ ଅଭିଯୁକ୍ତ ତ୍ରିବିହାରୀ ପଣ୍ଡା ଏବଂ ପରେଶ ବୁଡେକଙ୍କୁ ୫ ଦିନିଆ ରିମାଣ୍ଡରେ ଆଣିବା ପାଇଁ ବଲାଙ୍ଗୀର ଏସ୍‌ଡିଜେଏମ୍‌ କୋର୍ଟରେ ଆବେଦନ କରିଥିଲା। କ୍ରାଇମ୍‌ବ୍ରାଞ୍ଚର ଏହି ଆବେଦନକୁ ଗ୍ରହଣ କରି ଏସ୍‌ଡିଜେଏମ୍‌ ୩ ଦିନିଆ ରିମାଣ୍ଡ ପାଇଁ ଅନୁମତି ଦେଇଛନ୍ତି। ଏହି ରିମାଣ୍ଡ ଅବଧି ବୁଧବାରଠାରୁ ଆରମ୍ଭ ହେବ।
ଅଭିଯୁକ୍ତ ମନୋଜ ଏବଂ ଆଲୋକ କେବେଠାରୁ ଏବଂ କିଭଳି ଏହି ଜାଲ୍‌ ସାର୍ଟିଫିକେଟ କାରବାର କରୁଥିଲେ, କାରବାରରେ କେଉଁମାନେ ସମ୍ପୃକ୍ତ ସେଦିଗରେ ସବିଶେଷ ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ଏହାବାଦ୍‌ ବଲାଙ୍ଗୀର ଡାକବିଭାଗ ପଦବୀ ଅକ୍ତିଆର କରିବା ପାଇଁ ଜାଲ୍‌ ସାର୍ଟିଫିକେଟ୍‌ ବ୍ୟବହାର କରି ପୋଲିସ ଦ୍ୱାରା ଗିରଫ ହୋଇଥିବା ଦୁଇ ଅଭିଯୁକ୍ତ ବଲାଙ୍ଗୀର ସହର ରୁଗୁଡିପଡାର ତ୍ରିବିହାରୀ ପଣ୍ଡା ଏବଂ ବେଲପଡା ଥାନା ଜଲିଆ ଗ୍ରାମର ପରେଶ ବୁଡେକଙ୍କୁ କେଉଁଠାରୁ, କାହା ଜରିଆରେ ଏବଂ କେତେଟଙ୍କା ଦେଇ ଜାଲ୍‌ ସାର୍ଟିଫିକେଟ ନେଇଥିଲେ ସେ ଉପରେ ମଧ୍ୟ ତଦନ୍ତ କରିବ କ୍ରାଇମବ୍ରାଞ୍ଚ ଟିମ୍‌। କ୍ରାଇମ୍‌ବ୍ରାଞ୍ଚ ଡିଏସ୍‌ପି ଦେବବ୍ରତ ଚକ୍ରଙ୍କ ନେତୃତ୍ୱରେ ମୁଖ୍ୟ ଅଭିଯୁକ୍ତ ମନୋଜ ମିଶ୍ରଙ୍କ ହାତୀଶାଳପଡା ଫରେଷ୍ଟ କଲୋନୀ ନିକଟ ଘର ଏବଂ ଆଲୋକ ରଞ୍ଜନ ଉଦ୍‌ଗାତାଙ୍କ ସିଭିଲ କୋର୍ଟ ପଛପଟ ଘରେ ଚଢ଼ାଉ କରାଯାଇଥିଲା। ଜାଲ୍‌ ସାର୍ଟିଫିକେଟ ମାମଲାରେ ହୋଇଥିବା ଟଙ୍କା କାରବାର ଏବଂ ଠକାମି ବିଷୟରେ ପରିବାର ସଦସ୍ୟଙ୍କୁ ପଚରାଉଚରା କରାଯାଇଥିଲା। ଏହା ସହିତ ମନୋଜ ଏବଂ ଆଲୋକଙ୍କ ଘନିଷ୍ଠ ସମ୍ପର୍କୀୟଙ୍କୁ ମଧ୍ୟ ଅଧିକ ପଚରାଉଚରା କରିବା ପାଇଁ କ୍ରାଇମ୍‌ବ୍ରାଞ୍ଚ ପକ୍ଷରୁ ଡକାଯାଇଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି….

କଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ…

ଋଷିକୁଲ୍ୟା ରୟତ ମହାସଭାର ବଡ଼ ଦାବି

ଛତ୍ରପୁର,୧୩ା୯(ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଭାଗଚାଷୀଙ୍କ ସ୍ବାର୍ଥରକ୍ଷା ପାଇଁ ସ୍ବତନ୍ତ୍ର ଭାଗଚାଷୀ ଆଇନ ପ୍ରଣୟନ ସହ ଭୂ-ବନ୍ଦୋବସ୍ତ ପ୍ରକ୍ରିୟା ତୁରନ୍ତ କାର୍ଯ୍ୟକାରୀ କରିବାକୁ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?