ନାବାଳକଙ୍କୁ ଟାଣିନେଲା କୁମ୍ଭୀର, କ୍ଷତବିକ୍ଷତ ମୃତଦେହ ଉଦ୍ଧାର

ପଟ୍ଟାମୁଣ୍ଡାଇ,୧୪ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ନିମପୁର ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କୁ କୁମ୍ଭୀର ଟାଣିନେବାରୁ ତାଙ୍କର ମୃତ୍ୟୁ ଘଟିଛି। ମୃତ ନାବାଳକ ହେଉଛନ୍ତି ଅଶୋକ ଅଚାର୍ଯ୍ୟଙ୍କ ଏକମାତ୍ର ପୁଅ ଆଶୁତୋଷ (୧୦)। ଆଶୁତୋଷଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର ହୋଇଛି।

ସୂଚନାଯୋଗ୍ୟ, ଆଜି ସକାଳେ ଆଶୁତୋଷ ଓ ତାଙ୍କ ମା’ ବ୍ରାହ୍ମଣୀ ନଦୀକୁ ଗାଧୋଇବାକୁ ଯାଇଥିଲେ। ସେଠାରେ ହୋଇଥିବା ବାରିକେଟରେ ଗାଧୋଉଥିବା ସମୟରେ ଆଗରୁ ଛକି ରହିଥିବା ଏକ ବିରାଟ କୁମ୍ଭୀର ଆଶୁତୋଷଙ୍କୁ ଝାମ୍ପି ନେଇଥିଲା। ଏହା ଦେଖି ଆଶୁତୋଷଙ୍କ ମା’ ଚିତ୍କାର କରିଥିଲେ। ଚିତ୍କାର ଶୁଣି ତାଙ୍କ ପରିବାର ଓ ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି ପଟ୍ଟାମୁଣ୍ଡାଇ ଦମକଳ ବାହିନୀକୁ ଜଣାଇବା ସହିତ ୧୧୨ କଣ୍ଟ୍ରୋଲରକୁ ଫୋନ୍‌ କରିଥିଲେ। ପରେ ଏକ ଡଙ୍ଗା ସାହାଯ୍ୟରେ ଖୋଜାଖୋଜି ଆରମ୍ଭ କରିବା ପରେ ନଦୀର ଅପରପକ୍ଷରୁ ଆଶୁତୋଷଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ପଟ୍ଟାମୁଣ୍ଡାଇ ଦମକଳ ବାହିନୀଙ୍କ ପାଖରେ ପାଓ୍ବାର ବୋଟ୍‌ ନ ଥିବାରୁ ଆଳି ଦମକଳ ବାହିନୀ ଆସି ନଦୀର ଆରପାଖରୁ ଆଶୁତୋଷଙ୍କୁ କୂଳକୁ ଆଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ ପକ୍ଷରୁ ଶିକ୍ଷା ଉପକରଣ ବଣ୍ଟନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ (ଜିପିଏସଏସ ) ପକ୍ଷରୁ ରବିବାର ଅପରାହ୍ନରେ…

ୟୁଏଇ ଆଣବିକ ପ୍ଲାଣ୍ଟକୁ ଟାର୍ଗେଟ, ବଢ଼ିଲା ଚିନ୍ତା…

ଦୁବାଇ,୧୭ା୫: ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ବାରାକାହ ଆଣବିକ ବିଦ୍ୟୁତ୍‌ ପ୍ଲାଣ୍ଟକୁ ଟାର୍ଗେଟ କରି ରବିବାର ଡ୍ୟୋନ୍‌ ଆକ୍ରମଣ ହୋଇଛି। ଫଳରେ ପ୍ଲାଣ୍ଟ ପରିସରରେ ଥିବା ବିଦ୍ୟୁତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri