ପେଟ୍ରୋଲ ପମ୍ପ୍‌ରେ ଅସମ୍ଭାଳ ଭିଡ଼

ପାଟଣା,୧୭ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଡ୍ରାଇଭର ସଂଘ ପକ୍ଷରୁ ଶୁକ୍ରବାର ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ୩ୟ ଦିନରେ ପହଞ୍ଚିଛି। ଢେଙ୍କିକୋଟ ପାଟଣା ଦେଇଯାଇଥିବା ୨୨୦ ନମ୍ବର ରାଞ୍ଚି ବିଜୟଓ୍ବାଡା ଜାତୀୟ ରାଜପଥ ଉପରେ ମଙ୍ଗଳପୁର ନିକଟରେ ଡ୍ରାଇଭର ସଂଘ ବ୍ଲକ ସଭାପତି ସଞ୍ଜୟ ଭୂମିଜଙ୍କ ନେତୃତ୍ୱରେ ଆଜି ବି ଆନ୍ଦୋଳନ ଜାରି ରହିଛି। ଆନ୍ଦୋଳନର ତୃତୀୟ ଦିନରେ ଏହାର ପ୍ରଭାବ ସିଧାସଳଖ ଖାଉଟିମାନଙ୍କ ଉପରେ ପଡ଼ିଛି। ଅତ୍ୟାବଶକ ସାମଗ୍ରୀ ପରିବହନ କରୁଥିବା ଟ୍ରକ୍‌ଗୁଡିକ ଚାଲୁ ନ ଥିବାରୁ ଧିରେ ଧିରେ ବଜାରରେ ଆଳୁ ୧୦ ଟଙ୍କା, ପିଆଜ ୧୬ରୁ ୧୮, ଡାଲି ୧୧୮ରୁ ୧୨୦ରେ ପହଞ୍ଚିଛି। ପେଟ୍ରୋଲ,ଡିଜେଲ ଓ ଗ୍ୟାସ କଳାବଜାରରେ ଅଧିକ ଦରରେ ବିକ୍ରି ହେଉଛି। ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଆସି ପାରୁ ନ ଥିବାରୁ ମୁନାଫାଖୋର ବ୍ୟବସାୟୀମାନେ ଚଢ଼ା ଦରରେ ସାମଗ୍ରୀ ବିକ୍ରି କରୁଛନ୍ତି। ଏଣେ ବଜାରରୁ ଖାଦ୍ୟ ସାମଗ୍ରୀ ସହ ପେଟ୍ରୋଲ ସରିଯିବା ଆଶଙ୍କା କରି ଲୋକେ ଆବଶ୍ୟକତାଠାରୁ ଅଧିକ ପେଟ୍ରୋଲ ଭର୍ତ୍ତି କରି ରଖୁଥିବା ଓ ଖାଦ୍ୟ ସାମଗ୍ରୀ ମହଜୁଦ୍‌ ରଖୁଥିବାରୁ ବଜାରରେ କୃତ୍ରିମ ଦର ବୃଦ୍ଧି ଦେଖା ଦେଇଥିବା କୁହାଯାଉଛି। ପାଟଣା ମୁଖ୍ୟାଳୟରେ ଥିବା ପେଟ୍ରୋଲ ପମ୍ପ୍‌ରେ ନାହିଁ ନ ଥିବା ଭିଡ଼ ପରିଲକ୍ଷିତ ହୋଇଛି। ଲୋକମାନେ ଖାଉଟି ସାମଗ୍ରୀ ସରି ଯିବା ଭୟରେ ଅତ୍ୟାବଶ୍ୟକ ସାମଗ୍ରୀ ଆବଶ୍ୟକଠାରୁ ଅଧିକ କିଣି ମହଜୁଦ ରଖିବା ଆରମ୍ଭ କଲେଣି।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri