ପେଟ୍ରୋଲ ପମ୍ପ୍‌ରେ ଅସମ୍ଭାଳ ଭିଡ଼

ପାଟଣା,୧୭ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଡ୍ରାଇଭର ସଂଘ ପକ୍ଷରୁ ଶୁକ୍ରବାର ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ୩ୟ ଦିନରେ ପହଞ୍ଚିଛି। ଢେଙ୍କିକୋଟ ପାଟଣା ଦେଇଯାଇଥିବା ୨୨୦ ନମ୍ବର ରାଞ୍ଚି ବିଜୟଓ୍ବାଡା ଜାତୀୟ ରାଜପଥ ଉପରେ ମଙ୍ଗଳପୁର ନିକଟରେ ଡ୍ରାଇଭର ସଂଘ ବ୍ଲକ ସଭାପତି ସଞ୍ଜୟ ଭୂମିଜଙ୍କ ନେତୃତ୍ୱରେ ଆଜି ବି ଆନ୍ଦୋଳନ ଜାରି ରହିଛି। ଆନ୍ଦୋଳନର ତୃତୀୟ ଦିନରେ ଏହାର ପ୍ରଭାବ ସିଧାସଳଖ ଖାଉଟିମାନଙ୍କ ଉପରେ ପଡ଼ିଛି। ଅତ୍ୟାବଶକ ସାମଗ୍ରୀ ପରିବହନ କରୁଥିବା ଟ୍ରକ୍‌ଗୁଡିକ ଚାଲୁ ନ ଥିବାରୁ ଧିରେ ଧିରେ ବଜାରରେ ଆଳୁ ୧୦ ଟଙ୍କା, ପିଆଜ ୧୬ରୁ ୧୮, ଡାଲି ୧୧୮ରୁ ୧୨୦ରେ ପହଞ୍ଚିଛି। ପେଟ୍ରୋଲ,ଡିଜେଲ ଓ ଗ୍ୟାସ କଳାବଜାରରେ ଅଧିକ ଦରରେ ବିକ୍ରି ହେଉଛି। ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଆସି ପାରୁ ନ ଥିବାରୁ ମୁନାଫାଖୋର ବ୍ୟବସାୟୀମାନେ ଚଢ଼ା ଦରରେ ସାମଗ୍ରୀ ବିକ୍ରି କରୁଛନ୍ତି। ଏଣେ ବଜାରରୁ ଖାଦ୍ୟ ସାମଗ୍ରୀ ସହ ପେଟ୍ରୋଲ ସରିଯିବା ଆଶଙ୍କା କରି ଲୋକେ ଆବଶ୍ୟକତାଠାରୁ ଅଧିକ ପେଟ୍ରୋଲ ଭର୍ତ୍ତି କରି ରଖୁଥିବା ଓ ଖାଦ୍ୟ ସାମଗ୍ରୀ ମହଜୁଦ୍‌ ରଖୁଥିବାରୁ ବଜାରରେ କୃତ୍ରିମ ଦର ବୃଦ୍ଧି ଦେଖା ଦେଇଥିବା କୁହାଯାଉଛି। ପାଟଣା ମୁଖ୍ୟାଳୟରେ ଥିବା ପେଟ୍ରୋଲ ପମ୍ପ୍‌ରେ ନାହିଁ ନ ଥିବା ଭିଡ଼ ପରିଲକ୍ଷିତ ହୋଇଛି। ଲୋକମାନେ ଖାଉଟି ସାମଗ୍ରୀ ସରି ଯିବା ଭୟରେ ଅତ୍ୟାବଶ୍ୟକ ସାମଗ୍ରୀ ଆବଶ୍ୟକଠାରୁ ଅଧିକ କିଣି ମହଜୁଦ ରଖିବା ଆରମ୍ଭ କଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri