ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ବଦଳିଯାଇଛି ରାଜନୀତିର ସଂସ୍କୃତି: ନଡ୍ଡା

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଛି। ଭୁବନେଶ୍ୱରରେ ଏକ ଘରୋଇ ହୋଟେଲ୍‌ରେ ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଏହି ନିର୍ବାଚନୀ ଇସ୍ତାହାର ଉନ୍ମୋଚନ କରିଛନ୍ତି। ନିର୍ବାଚନୀ ଇସ୍ତାହାର ଉନ୍ମୋଚନ ଅବସରରେ ଜେପି ନଡ୍ଡାଙ୍କ କହିଛନ୍ତି, ଗତ ୧୦ ବର୍ଷରେ ରାଜନୀତିର ସଂସ୍କୃତି ବଦଳିଛି। ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ରାଜନୀତିର ସଂସ୍କୃତି ବଦଳିଛି। ନିର୍ବାଚନୀ ଇସ୍ତାହାରର ଗରିମା, ମହତ୍ୱ ବି ବଢିଯାଇଛି। ପୂର୍ବ ସରକାର ସମୟରେ ଇସ୍ତାହାର ଏକ ଦେଖାଣିଆ ଥିଲା। ନିର୍ବାଚନ ବେଳେ ପ୍ରତିଶ୍ରୁତି ଦେଇ ସେମାନେ ଭୁଲି ଯାଉଥିଲେ। ଏବେ ମୋଦି ସରକାରଙ୍କ ସଂକଳ୍ପ ‘ଯାହା କହିଛୁ, କରି ଦେଖାଇଛୁ’ ଅର୍ଥାତ୍‌ ଯାହା କହିଛୁ କରିଛୁ, ଯାହା କହୁଛୁ, ନିଶ୍ଚିତ କରି ଦେଖାଇବୁ।
ସୂଚନାଯୋଗ୍ୟ, ରାଜ୍ୟ ଭାଜପାର ଇସ୍ତାହାରରେ ବିଶେଷ କରି ୪ଟି ବର୍ଗକୁ ଫୋକସ କରାଯାଇଛି। ଏଥିରେ ଯୁବ, ମହିଳା ଓ କୃଷକଙ୍କୁ ଅଧିକ ଗୁରୁତ୍ୱ ଦିଆଯାଇଥିବା ସୂଚନା ମିଳୁଛି। ଏହି ଅବସରରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ, ପୂର୍ବତନ ସଭାପତି ସମୀର ମହାନ୍ତି, ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀ ପ୍ରମୁଖ ଉପସ୍ଥିତ ଥିଲେ।
ଏହାପରେ ନଡ୍ଡା ଦଳର ବରିଷ୍ଠ ନେତାମାନଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିବେ। ସାରେ କଟକଠାରେ କାର୍ଯ୍ୟକର୍ତ୍ତା ବୈଠକରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେହି ଯୁବତୀ, ଯାହାଙ୍କ ପ୍ରେମରେ ଉବୁଟୁବୁ ଗୋବିନ୍ଦା

ଅଭିନେତା ଗୋବିନ୍ଦା ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସ୍ତ୍ରୀ ସୁନିତା ଆହୁଜା ତାଙ୍କ ନାଁରେ ଅନୈତିକ ସମ୍ପର୍କ ରଖିଥିବାର ଅଭିଯୋଗ ଆଣିଛନ୍ତି। ନିକଟରେ ଗୋବିନ୍ଦା…

ଭାଜପାକୁ କଟାକ୍ଷ କଲେ ପ୍ରିୟଙ୍କା କହିଲେ, ‘ପ୍ରଥମ ଥର ପାଇଁ ଶାସକ ଦଳକୁ ସଂସଦରେ ପ୍ରତିବାଦ କରୁଥିବାର ଦେଖିଲି’

ନୂଆଦିଲ୍ଲୀ,୧୧।୮: ମଙ୍ଗଳବାର ସଂସଦର ମୌସୁମୀ ଅଧିବେଶନର ୧୭ତମ ଦିନ, ଯାହାକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଅଧିବେଶନ ଆରମ୍ଭ ହେବା ପୂର୍ବରୁ, NDA ସମର୍ଥକମାନେ ଏକ ଶୋଭାଯାତ୍ରା…

ଧୋକା ଦେଇଛନ୍ତି ରାହୁଲ ଗାନ୍ଧୀ: କାହିଁକି ଏମିତି କହିଲେ କଙ୍ଗନା ରାଣାଓ୍ବତ

ନୂଆଦିଲ୍ଲୀ,୧୧।୮: ସଂସଦର ମକର ଦ୍ୱାରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ବିତର୍କ ଏଡାଇବା ଅଭିଯୋଗରେ ଏନଡିଏ ଏମ୍‌ପିମାନେ ମଙ୍ଗଳବାର ପ୍ରତିବାଦ ପ୍ରଦର୍ଶନ କରିଥିଲେ। ପ୍ଲାକାର୍ଡ ଧରି…

‘୨୪ ବର୍ଷରେ ଯାହା ହୋଇନି, ୨ ବର୍ଷରେ ତାହା କରୁଛୁ’-୫ ବର୍ଷରେ ଯାହା …

ଭୁବନେଶ୍ୱର,୧୧।୮: ଖୁବଶୀଘ୍ର ଓଡ଼ିଶା ନୂଆ ଲୋକାୟୁକ୍ତ ଦେଖିବ ବୋଲି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଏ ନେଇ ପ୍ରକ୍ରିୟା ଚାଲିଥିବା ସେ କହିଛନ୍ତି। ମନ୍ତ୍ରୀ…

ବିଶ୍ୱର ଶ୍ରେଷ୍ଠ ୫ ଅର୍ଥନୀତିରେ ବେକାରି ସ୍ଥିତି କ’ଣ? କେତେ ନମ୍ବରରେ ଭାରତର ସ୍ଥାନ, ପଢନ୍ତୁ …

ନୂଆଦିଲ୍ଲୀ, ୧୧।୮: ଭାରତରେ ଡିଗ୍ରୀର ଭାର ବୋହି ଯେତେବେଳେ କୌଣସି ଯୁବକ ସକାଳୁ ସକାଳୁ ଚାକିରି ଖୋଜିବା ପାଇଁ ଘରୁ ବାହାରିଥାଏ, ସେତେବେଳେ ତାଙ୍କ ଆଖିରେ କେବଳ…

ଲଞ୍ଚ୍‌ର ୮୫ ସେକେଣ୍ଡ ପରେ ଜୋରଦାର ବିସ୍ଫୋରଣ: ନିଆଁ ପିଣ୍ଡୁଳା ପାଲଟିଲା ବାହୁବଳୀ ରକେଟ୍

ବେଜିଂ,୧୧।୮: ଆକାଶରେ ଉଡ଼ାଣ ଭରିବାର କିଛି ସମୟ ପରେ ଚାଇନାର ଏକ ରକେଟ୍ ଅଗ୍ନି ପୁଣ୍ଡୁଳାରେ ପରିଣତ ହୋଇଛି । ଗତ ସୋମବାର (ଅଗଷ୍ଟ ୧୦) ଦିନ…

AI ଉପରେ କାର୍ଯ୍ୟାନୁଷ୍ଠାନ ପରେ ଭର୍ଚୁଆଲ ପ୍ରେମିକଙ୍କୁ ହରାଇ ଭାଙ୍ଗି ପଡ଼ିଲେଣି ଚାଇନାର ଅନେକ ଯୁବତୀ!

ବେଜିଂ,୧୧।୮: ଚାଇନା ସରକାର AI ବ୍ୟବହାର ସମ୍ପର୍କରେ କଠୋର ନିୟମ ଲାଗୁ କରିଛନ୍ତି, ଯାହା ଫଳରେ ପ୍ରଯୁକ୍ତିବିଦ୍ୟା କମ୍ପାନୀଗୁଡ଼ିକ ଏହି ନିୟମ ପାଳନ କରିବା ପାଇଁ ସେମାନଙ୍କର…

ବଢ଼ିବ ଡିଜେଲ ଦାମ! ସରକାରଙ୍କ ଏଭଳି ନିଷ୍ପତ୍ତି ପରେ ବଢିଲା…

ନୂଆଦିଲ୍ଲୀ, ୧୧।୮: ଦେଶରେ ପେଟ୍ରୋଲ ପରେ ଡିଜେଲରେ ମଧ୍ୟ ଏଥାନଲ ମିଶାଇବା ଯୋଜନା ଉପରେ ସରକାର ବର୍ତ୍ତମାନ ପାଇଁ ରୋକ ଲଗାଇ ଦେଇଛନ୍ତି। ତେଲ ବିପଣନ କମ୍ପାନୀଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri