ଲଗାଣବର୍ଷାରେ ଧୋଇଗଲା କଲଭର୍ଟ

ଉମରକୋଟ, ୨୦।୮(ସ୍ବ.ପ୍ର.): ସପ୍ତାହବ୍ୟାପୀ ଉମରକୋଟରେ ହୋଇଥିବା ଲଗାଣ ବର୍ଷାରେ ଖଡକାଡେମ ତଳେ ଥିବା ରାସ୍ତାରେ ନିର୍ମାଣ ହୋଇଥିବା କଲଭର୍ଟ ଧୋଇଯାଇଛି। ଫଳରେ ପୂଜାରିଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ନିର୍ଭର କରୁଥିବା ମୂର୍ତମା, ବେହେଡା, ସୁକିଗାଁ ଓ କୋପନା ପଞ୍ଚାୟତ ଲୋକେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।
୩ ବର୍ଷ ତଳେ ଏହି କଲଭର୍ଟ ନିର୍ମାଣ ହୋଇଥିଲା। ମୂର୍ତମା, ବେହେଡା, ସୁକିଗାଁ ଓ କୋପନା ପଞ୍ଚାୟତବାସୀ ପୂଜାରିଗୁଡ଼ା ଡାକ୍ତରଖାନା କିମ୍ବା ଅନ୍ୟ କୌଣସି ଗ୍ରାମକୁ ଯିବାକୁ ହେଲେ ଏହି କଲଭର୍ଟ ଉପରେ ନିର୍ଭର କରିଥାନ୍ତି। କିନ୍ତୁ ଭୀଷଣ ବର୍ଷା ଯୋଗୁ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି ଭାସ୍କେଲ ଡ୍ୟାମ ତଳେ ଥିବା ୪୦ ଫୁଟ ଲମ୍ବର ରାସ୍ତା ଓ କଲଭର୍ଟ। ଫଳରେ ଏହି ରାସ୍ତା ଦେଇ ଯିବା ଆସିବା ବନ୍ଦ ହୋଇଯାଇଛି। ବର୍ତ୍ତମାନ ଏହି ୪ପଞ୍ଚାୟତର ଲୋକେ ପୂଜାରିଗୁଡ଼ା ଡାକ୍ତରଖାନାକୁ ଆସିବା ପାଇଁ ଉମରକୋଟ ବା ବକୋଦା ଦେଇ ଯାଉଛନ୍ତି। ଯାହା କି ଲୋକଙ୍କୁ ଅଧିକ ୨୦ରୁ ୨୫ କିଲୋମିଟର ରାସ୍ତା ଅତିକ୍ରମ କରିବାକୁ ପଡୁଛି। ଫଳରେ ରୋଗୀ ଓ ସାଧାରଣ ଜନତା ନାନା ଅସୁବିଧାର ସମ୍ମୁଖୀନ ହେବା ସହ ଅଯଥା ଖର୍ଚ୍ଚାନ୍ତ ହେଉଛନ୍ତି। ସେଠାରେ କଲଭର୍ଟ ନ କରି ଓଭର ବ୍ରିଜ୍‌ ନିର୍ମାଣ କରିବା ପାଇଁ ମୂର୍ତମା, ବେହେଡା, ସୁକିଗାଁ, କୋପେନା ପଞ୍ଚାୟତବାସୀ ଦାବି କରୁଛନ୍ତି। ଏ ନେଇ ଭାସ୍କେଲ ଜଳସେଚନ କନିଷ୍ଠ ଯନ୍ତ୍ରୀ ଅମିୟ ଭୋଇଙ୍କୁ ପଚାରିବାରୁ ସେ କହିଛନ୍ତି, ଏ ବିଷୟରେ ଜିଲାପାଳଙ୍କୁ ଅବଗତ କରାଯାଇଛି। ବର୍ତ୍ତମାନ ବର୍ଷା କମିଲେ କାମଚଳା ରାସ୍ତା ତିଆରି କରାଯିବ। ଆଗାମୀ ଦିନରେ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ କ’ଣ ନିର୍ମାଣ ହେବ ତାହା ଆଲୋଚନା ପରେ ସ୍ପଷ୍ଟ ହେବ। ତଦନୁଯାୟୀ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri