କୁଇ, ଦେଶିଆ ଭାଷାରେ ପ୍ରସ୍ତୁତ ହେବ ପାଠ୍ୟୋପକରଣ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ଓଡ଼ିଶାର କୋରାପୁଟ ଜିଲାରେ ପ୍ରଚଳିତ ‘କୁଇ’ ଏବଂ ‘ଦେଶିଆ’ ଭାଷାରେ ଶିକ୍ଷାଦାନ ଓ ଶିକ୍ଷା ଆହରଣ ପାଇଁ ସ୍ବତନ୍ତ୍ର ପାଠ୍ୟୋପକରଣ ପ୍ରସ୍ତୁତ ହେବ। ଏଥିପାଇଁ ନ୍ୟାଶନାଲ କାଉନ୍‌ସିଲ ଅଫ୍‌ ଏଜୁକେଶନାଲ ରିସର୍ଚ୍ଚ ଆଣ୍ଡ୍‌ ଟେକ୍ନୋଲୋଜି (ଏନ୍‌ସିଇଆର୍‌ଟି) ପକ୍ଷରୁ ୧୦ ଜଣିଆ କମିଟି ଗଠନ କରାଯାଇଛି। ଶାସ୍ତ୍ରୀୟ ଓଡ଼ିଆ ଉତ୍କର୍ଷ ଅଧ୍ୟୟନ କେନ୍ଦ୍ରର ପ୍ରକଳ୍ପ ନିର୍ଦ୍ଦେଶକ ପ୍ରଫେସର ବି.କେ. ପଣ୍ଡା ଏହି କମିଟିର ଅଧ୍ୟକ୍ଷ ରହିଥିବାବେଳେ ଏନ୍‌ସିଇଆର୍‌ଟିର ଯୁଗ୍ମ ନିର୍ଦ୍ଦେଶକ ପ୍ରଫେସର ଅମରେନ୍ଦ୍ର ପି. ବେହେରା, କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ କୋରାପୁଟର ଆସିଷ୍ଟାଣ୍ଟ ପ୍ରଫେସର ରୁଦ୍ରାଣୀ ମହାନ୍ତି ଓ କପିଲ ଖେମଣ୍ଡୁ, ରାଜେନ୍ଦ୍ର ପାଢ଼ୀ, ଗୋପବନ୍ଧୁ ମହାନ୍ତି, ଡ. ସୁବ୍ରତ ପୃଷ୍ଟି, ଡ. ମହେନ୍ଦ୍ର ମିଶ୍ର, ଦିଲେଶ୍ୱର ରମା ଓ ଆର୍‌ଆଇଇର ପ୍ରିନ୍ସିପାଲ ପ୍ରକାଶ ଚନ୍ଦ୍ର ବେହେରା ସଦସ୍ୟ ଅଛନ୍ତି। ଏହି କମିଟି ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସହଯୋଗରେ ବହୁ ଭାଷାଭାଷୀ ଫଟୋଚିତ୍ର ପୁସ୍ତକ ଓ ଅନ୍ୟାନ୍ୟ ପାଠ୍ୟଖସଡ଼ା ପ୍ରସ୍ତୁତ କରିବ। ଏହାଦ୍ୱାରା ‘କୁଇ’ ଓ ‘ଦେଶିଆ’ ଭାଷାରେ କଥା ହେଉଥିବା ପିଲାଙ୍କ ପାଠପଢ଼ା ପ୍ରତି ଆଗ୍ରହ ବଢ଼ିବ ଓ ସୃଜନଶୀଳତା ବିକଶିତ ହେବ। ଏହି ପାଠ୍ୟୋପକରଣ ପ୍ରସ୍ତୁତି ଫଳରେ କୋରାପୁଟ, ଗଜପତି, ମାଲକାନଗିରି ଓ କନ୍ଧମାଳ ଆଦି ଜିଲାର କୁଇ ଓ ଦେଶିଆ ସମ୍ପଦ୍ରାୟ ବିଶେଷ ଉପକୃତ ହେବ ବୋଲି ଆଶା କରାଯାଉଛି। ଜୁଲାଇ ୨୩ ସୁଦ୍ଧା କୋରାପୁଟ ଜିଲାର କୁଇ ଓ ଦେଶିଆ ଭାଷାଭାଷୀ ଛାତ୍ରୀଛାତ୍ରଙ୍କ ପାଇଁ ବହୁଭାଷୀ ବା ଦ୍ୱିଭାଷୀ ପୋଷ୍ଟର ଓ ଚାର୍ଟ ଆଦି ପ୍ରସ୍ତୁତ କରିବାକୁ ଲକ୍ଷ୍ୟ ରଖାଯାଇଛି। ଏହିକ୍ରମରେ ପାଠ୍ୟୋପକରଣ ପ୍ରସ୍ତୁତିରେ ଉପରୋକ୍ତ କମିଟି ସଂପୃକ୍ତ ସମ୍ପ୍ରଦାୟର ପରାମର୍ଶ ନେଇପାରନ୍ତି। ଉକ୍ତ ସଂପ୍ରଦାୟର ବିଦ୍ୟାର୍ଥୀ, ଶିକ୍ଷୟିତ୍ରୀଶିକ୍ଷକ ଓ ଅଭିଭାବକଙ୍କୁ ନେଇ କର୍ମଶାଳା ଆୟୋଜନ କରାଯିବାର ଯୋଜନା ରହିଛି। କର୍ମଶାଳା, ଆଲୋଚନାଚକ୍ର ଆଦିରେ ହେବାକୁଥିବା ବ୍ୟୟ ବଜେଟ୍‌ ପିଏବି-ସମଗ୍ର ଶିକ୍ଷାରୁ ଭରଣା କରାଯିବ ବୋଲି ଏନ୍‌ସିଇଆର୍‌ଟି ନିର୍ଦ୍ଦେଶାଳୟରୁ ଜାରି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?