କଟକଣା ଭଙ୍ଗକାରୀଙ୍କ ପ୍ରତି କଠୋର

ଢେଙ୍କାନାଳ ଅଫିସ, ୭।୧୨-କଟକଣା ଉଲ୍ଲଂଘନକାରୀଙ୍କ ପ୍ରତି ଶୂନ୍ୟ ସହନଶୀଳ ନୀତି ଆରମ୍ଭ କରିଛି ଢେଙ୍କାନାଳ ଜିଲା ପ୍ରଶାସନ। କରୋନା ସଂକ୍ରମଣ ନିୟନ୍ତ୍ରଣକୁ ନ ଆସିବା ଯାଏ କୌଣସି ପରିସ୍ଥିତିରେ କୋହଳ ମନୋଭାବ ପ୍ରଦର୍ଶନ କରାଯିବ ନାହିଁ ବୋଲି ଜିଲାପାଳ ସ୍ପଷ୍ଟ କରିବା ପରେ ଏହାକୁ ଗୁରୁତ୍ୱର ସହିତ ନେଇଛନ୍ତି ପ୍ରଶାସନିକ ଅଧିକାରୀ ଏବଂ ପୋଲିସ ପ୍ରଶାସନ। କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷିତ କୁଞ୍ଜକାନ୍ତ ଅଞ୍ଚଳ ପ୍ରତି ସତର୍କ ଦୃଷ୍ଟି ରଖାଯାଇଛି। ରାତ୍ରିକାଳୀନ ପାଟ୍ରୋଲିଂ କଡ଼ାକଡ଼ି କରାଯାଇଛି। ନିର୍ଦ୍ଦେଶ ଅବମାନନା ଅଭିଯୋଗରେ ରବିବାର ରାତିରେ ଏକ ବରଯାତ୍ରୀ ଡିଜେ ଜବତ କରାଯାଇଥିବାବେଳେ ରାତିଅଧିଆ ପାଠପଢ଼ା ଜାରି ରଖିଥିବା ବିଟ୍‌ ଶିକ୍ଷାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯାଇଛି।
କୁଞ୍ଜକାନ୍ତସ୍ଥିତ ସାଇକୃପା ଆବାସିକ ବିଦ୍ୟାଳୟ ହଷ୍ଟେଲର ୫୬ ଛାତ୍ରୀଛାତ୍ର କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ସଂକ୍ରମଣ ଚେନ୍‌ ଭାଙ୍ଗିବାକୁ ପ୍ରଶାସନ ପକ୍ଷରୁ ଜୋର୍‌ ଦିଆଯାଉଛି। ଉକ୍ତ ଅଞ୍ଚଳକୁ ୧୦ ତାରିଖ ଯାଏ ଜିଲା ପ୍ରଶାସନ ପକ୍ଷରୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ସେହିପରି ରାତି ୧୦ରୁ ସକାଳ ୫ ଯାଏ ରାତ୍ରିକାଳୀନ କର୍ଫୁ ଜାରି କରାଯାଇଛି। ଏହା ସତ୍ତ୍ୱେ ବିଟ୍‌ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ବିଳମ୍ବିତ ରାତି ଯାଏ ପାଠପଢା ଚାଲିଥିବା ସୂଚନା ପାଇ ଟାଉନ ଥାନା ପୋଲିସ ଚଢ଼ାଉ କରିଥିଲା। ଶିକ୍ଷାଦାନ ଚାଲିଥିବା ପ୍ରକୋଷ୍ଠରେ ସାମାଜିକ ଦୂରତା ରକ୍ଷା କରାଯାଇ ନ ଥିଲା। ଏହି ଘଟଣାରେ ସୋମବାର ପୌରସଂସ୍ଥା ପକ୍ଷରୁ ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ୩ଦିନ ମଧ୍ୟରେ ଏହା ଉପରେ ଉତ୍ତର ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏଥିରେ ଖିଲାପ ହେଲେ କୋଭିଡ୍‌ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପୌର ନିର୍ବାହୀ ଅଧିକାରୀ ଅତନୁ କୁମାର ସାମନ୍ତ ନୋଟିସ୍‌ ମାଧ୍ୟମରେ ଜଣାଇଛନ୍ତି। ସେହିପରି ଢେଙ୍କାନାଳ ସହରରେ ରବିବାର ରାତି ପ୍ରାୟ ୧୦ଟାରେ କୋଭିଡ୍‌ ନିୟମ ଭାଙ୍ଗି ବାହାଘର ଶୋଭାଯାତ୍ରା ଆୟୋଜନ ହୋଇଥିଲା। ଶୋଭାଯାତ୍ରାରେ ଉଚ୍ଚଶବ୍ଦ ସୃଷ୍ଟିକାରୀ ଡିଜେ ବଜାଯାଉଥିଲା। ଏହି ଘଟଣାରେ ବାହାଘର ଆୟୋଜନକାରୀ ମାଣ୍ଡବାସାହି ଅଞ୍ଚଳର ଲିଟୁନ କୁମାର ସାହୁଙ୍କ ନାମରେ ଟାଉନ ଥାନାରେ ନଂ. ୫୨୨/୨୧ରେ ମାମଲା ରୁଜୁ କରାଯାଇଥିବା ଥାନାଧିକାରୀ ସୌଭାଗ୍ୟ କୁମାର ସ୍ବାଇଁ ସୂଚନା ପ୍ରଦାନ କରିଛନ୍ତି।
ଅପରପକ୍ଷେ ଜିଲାପାଳ ସରୋଜ କୁମାର ସେଠୀଙ୍କ ନେତୃତ୍ୱରେ ଗଣେଶ ବଜାର, ମହାବୀର ବଜାର, ଦକ୍ଷିଣକାଳୀ ରୋଡ୍‌, କେତେକ ମଲ୍‌, ବ୍ୟବସାୟିକ ପ୍ରତିଷ୍ଠାନରେ ଯାଞ୍ଚ କରାଯାଇଥିଲା। କଟକଣା ଉଲ୍ଲଂଘନ କରାଯାଇଥିବା ସ୍ଥାନରୁ ଜରିମାନା ଆଦାୟ କରାଯାଇଛି। ଜିଲାପାଳ ମାସ୍କ ବଣ୍ଟନ କରି ସଚେତନତା ସୃଷ୍ଟି କରିଥିଲେ। ପୋଲିସ ଏବଂ ପ୍ରଶାସନିକ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମାରି କାଜୁଗଛରେ ଝୁଲାଇଦେଲେ, ଭୁବନେଶ୍ୱରରୁ ଗାଁକୁ ଫେରିବାବେଳେ…

ନୟାଗଡ଼,୪ା୯(ଲୋକନାଥ ମିଶ୍ର): ରଣପୁର ଥାନା ଦର୍ପନାରାୟଣପୁର ଫାଣ୍ଡି ଖତିଆ ଗୋପୀନାଥପୁର ରାସ୍ତାର ଏକ କାଜୁଗଛରେ ଜଣେ ଯୁବକଙ୍କୁ ହତ୍ୟା କରି ଝୁଲାଇ ଦିଆଯାଇଥିବା ଦେଖିବାକୁ ମିଳିଛି। ହତ୍ୟାର…

ଚାଷୀଙ୍କ ଖାତାକୁ ଗଲା ସିଏମ୍‌ କିଷାନ ଯୋଜନା ଟଙ୍କା, ଗଞ୍ଜାମର ଏତିକି ଚାଷୀ ପାଇଲେ…

ଛତ୍ରପୁର,୪ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ପବିତ୍ର ଜନ୍ମାଷ୍ଟମୀ ଅବସରରେ ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ରବି ଋତୁ ୨୦୨୬-୨୭ ପାଇଁ ‘ମୁଖ୍ୟମନ୍ତ୍ରୀ କିଷାନ…

ଛାତ୍ରୀଛାତ୍ରଙ୍କ ଦୁର୍ଘଟଣା ସହାୟତାକୁ ନେଇ ଆସିଲା ନୂଆ ନିର୍ଦ୍ଦେଶାବଳୀ: ମୃତ୍ୟୁ ଘଟିଲେ ମିଳିବ…

ଭୁବନେଶ୍ୱର,୪।୯: ଛାତ୍ରୀଛାତ୍ରଙ୍କ ଦୁର୍ଘଟଣାଜନିତ ସମସ୍ୟାରେ ସହାୟତା ପ୍ରଦାନକୁ ନେଇ ନୂଆ ନିର୍ଦ୍ଦେଶାବଳୀ ଜାରି ହୋଇଛି। ଶିଶୁ ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପଢୁଥିବା ଛାତ୍ରୀଛାତ୍ର ଏହି ବ୍ୟବସ୍ଥାରେ…

ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଜନ୍ମାଷ୍ଟମୀ: ମନ ମୋହିଲା କୁନିକୁନି ପିଲାଙ୍କ ରାଧାକୃଷ୍ଣ ବେଶ

ଗଞ୍ଜାମ,୪ା୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପକ୍ଷରୁ ଜନ୍ମାଷ୍ଟମୀ ଉତ୍ସବ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି। ଏହି ଅବସରରେ କୁନି ଶିଶୁମାନଙ୍କ ରାଧାକୃଷ୍ଣଙ୍କ ବେଶ…

ଜାହାଜ ଦୁର୍ଘଟଣା ପରେ ବି ଚେତୁନାହାନ୍ତି ଟ୍ରଲର ମାଲିକ, ବିପଦସଙ୍କୁଳ ଅବସ୍ଥାରେ ଚାଲିଛି ମାଛଧରା

ମହାକାଳପଡ଼ା,୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ୧୦ହଜାରରୁ ଅଧିକ ପାରମ୍ପରିକ ମତ୍ସ୍ୟଜୀବୀ ବଙ୍ଗୋପସାଗର ଉପରେ ନିର୍ଭର କରନ୍ତି। ମାଛ ଧରିଲେ ପରିବାର…

ବର୍ଷାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ…

ଭୁବନେଶ୍ୱର,୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଫଳରେ ରାଜ୍ୟକୁ ଏବେ ଲଘୁଚାପ…

ଷ୍ଟେଶନରେ ଯୁବତୀଙ୍କୁ ବଳାତ୍କାର

ରାଉରକେଲା,୩।୯: ରାଉରକେଲା ଭଳି ଜନଗହଳିପୂର୍ଣ୍ଣ ରେଲ ଷ୍ଟେଶନରେ ଗୁରୁବାର ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଷ୍ଟେଶନର ରେଷ୍ଟ ରୁମ୍‌ରେ ଜଣେ ଯୁବତୀଙ୍କ ବଳାତ୍କାର କରାଯାଇଥିବା…

ଓଡ଼ିଶାର ୧୪ OAS ଅଫିସରଙ୍କୁ IAS ପଦୋନ୍ନତି: କେନ୍ଦ୍ର ସରକାର ଜାରି କଲେ ବିଜ୍ଞପ୍ତି… ଦେଖନ୍ତୁ ପୁରା ତାଲିକା

ଭୁବନେଶ୍ୱର,୩।୯: ଓଡ଼ିଶା ପ୍ରଶାସନିକ ସେବା (OAS) କ୍ୟାଡରର ୧୪ ଜଣ ବରିଷ୍ଠ ଅଫିସରଙ୍କୁ ଭାରତୀୟ ପ୍ରଶାସନିକ ସେବା (IAS) ପାହ୍ୟାକୁ ପଦୋନ୍ନତି ମିଳିଛି। କେନ୍ଦ୍ର କାର୍ମିକ, ଜନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri