ପିଏମ୍‌ସି ବ୍ୟାଙ୍କ ଉପରେ କଟକଣା ମାର୍ଚ୍ଚ ୩୧ ଯାଏ ବଢ଼ିଲା

ନୂଆଦିଲ୍ଲୀ: ବର୍ତ୍ତମାନ ସଙ୍କଟ ଦେଇ ଗତି କରୁଥିବା ପଞ୍ଜାବ ଆଣ୍ଡ ମହାରାଷ୍ଟ୍ର କୋଅପରେଟିଭ(ପିଏମ୍‌ସି) ବ୍ୟାଙ୍କ ଉପରେ କଟକଣାକୁ ରିଜର୍ଭ ବ୍ୟାଙ୍କ ୨୦୨୧ ମାର୍ଚ୍ଚ ୩୧ ଯାଏ ବଢ଼ାଇଛି। ଏହି କଟକଣା ଆଉ ୩ ମାସ ବଢିଥିବା ଜଣାପଡିଛି। ବ୍ୟାଙ୍କର ପୁନରୁଦ୍ଧାର ଲାଗି ୪ଟି ପ୍ରସ୍ତାବ ଲାଭ କରିଥିବା ପିଏମ୍‌ସି କହିଛି। ପୂର୍ବରୁ ଏହା ଇକ୍ସପ୍ରେଶନ ଅଫ୍‌ ଇଣ୍ଟେରେଷ୍ଟ(ଇଓଆଇ) ଆହ୍ବାନ କରିଥିଲା। ଜମାକାରୀଙ୍କ ସ୍ବାର୍ଥକୁ ନଜରରେ ରଖି ପ୍ରସ୍ତାବଗୁଡିକ ଉପରେ ବିଚାର କରାଯିବ ବୋଲି ବ୍ୟାଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଏହି ଧାରାକୁ ଆଗକୁ ବଢ଼ାଇବା ଲାଗି ଅଧିକ ସମୟ ଲୋଡ଼ାଯାଇଛି। କେତେକ ଋଣ ଆକାଉଣ୍ଟରେ ଜାଲିଆତି ଦେଖାଯିବାରୁ ରିଜର୍ଭ ବ୍ୟାଙ୍କ ପିଏମ୍‌ସି ଉପରେ ମୋରାଟୋରିୟମ ଲାଗୁ କରିଥିଲା। ପିଏମ୍‌ସି ୮ ହଜାର କୋଟି ଟଙ୍କା ଅଗ୍ରିମ ଦେଇଥିବା ବେଳେ କେବଳ ୬ ହଜାର କୋଟି ଟଙ୍କା ଦଓ୍ବୋନ ହାଉସିଂ ଫାଇନାନ୍ସ ଲିମିଟେଡ(ଏଚ୍‌ଡିଆଇଏଲ୍‌)କୁ ଦିଆଯାଇଥିବା ସାମ୍ନାକୁ ଆସିଥିଲା। ଏହା ପରଠାରୁ ବ୍ୟାଙ୍କ ବିରୋଧରେ କଟକଣା ଲାଗୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୮।୪ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ରାମନବମୀ ଅବସରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri