ଆରମ୍ଭ ହେଲା କଟକ ବୈଶାଖୀ ବାଣିଜ୍ୟ ମେଳା

କଟକ ଅଫିସ, ୭ା୫: କଟକ ଉପର ବାଲିଯାତ୍ରା ପଡିଆରେ ସପ୍ତଦଶ କଟକ ବୈଶାଖୀ ବାଣିଜ୍ୟ ମେଳା ଶୁକ୍ରବାର ଆରମ୍ଭ ହୋଇଛି। ଏହାକୁ ବାରବାଟୀ-କଟକ ବିଧାୟକ ଇଂ. ମହମ୍ମଦ ମୋକିମ ଉଦ୍‌ଘାଟନ କରି କହିଲେ, କୋଭିଡ୍‌ ମହାମାରୀ ଯୋଗୁ ୨ ବର୍ଷ ହେବ ମେଳା ବନ୍ଦ ରହିଥିଲା। ଚଳିତବର୍ଷ ମେଳା ଆୟାଜନ କରାଯାଇଛି। ତେବେ କୋଭିଡ୍‌ କଟକଣା ମଧ୍ୟରେ ମେଳା ଉପଭୋଗ କରିବାକୁ ସେ ଲୋକଙ୍କୁ ପରାମର୍ଶ ଦେଇଛନ୍ତି। କାର୍ଯ୍ୟକ୍ରମରେ ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ, ରୁଚି ଏମ୍‌ଡି ଶରତ ସାହୁ, ମଧୁସୂଦନ ସାହୁ, ଆଶିର୍ବାଦ ବେହେରା, ବିନୋଦ ଦାସ, ରଞ୍ଜନ ବିଶ୍ୱାଳ, ଦେବୀ ପ୍ରସାଦ ଦାସ, ଦିଲ୍ଲୀପ ସାହୁ ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ ା ତେବେ ୨ ବର୍ଷପରେ ସିଲଭର ସିଟିରେ ମେଳା ପଡ଼ିଥିବାରୁ ସହରବାସୀଙ୍କ ମନରେ ଉତ୍ସାହ ଦେଖାଯାଇଛି ା ମେଳା ବୁଲିବା ସହିତ ଦୋଳି ଖେଳି ସୁସ୍ବାଦୁ ଭୋଜନ ଓ କିଣାକିଣିର ମଜା ନେଇଛନ୍ତି ଲୋକେ। ଏହି ମେଳାରେ ମୋଟ୍‌ ୪୫୦ ଷ୍ଟଲ୍‌ ଖୋଲିବା ପାଇଁ ବ୍ୟବସ୍ଥା କରାଯାଇଥିବାବେଳେ ପ୍ରଥମ ଦିନରେ କିଛି ଦୋକାନ ବନ୍ଦ ଥିଲା। ଉତ୍ତର ପ୍ରଦେଶ, ହରିୟାଣା, ରାଜସ୍ଥାନ, ବିହାର, ପଶ୍ଚିମବଙ୍ଗ, ମଣିପୁର, ଆସାମ, ଜମ୍ମୁ-କଶ୍ମୀର ଆଦି ରାଜ୍ୟରୁ ବ୍ୟବସାୟୀମାନେ ଏଠାକୁ ଆସିଛନ୍ତି। ଏଥିସହ ଓଡ଼ିଶାର ବିଭିନ୍ନ ଜିଲାରୁ ସ୍ବୟଂ ସହାୟକ ଗୋଷ୍ଠୀର ମହିଳା ଓ ବ୍ୟବସାୟୀ ଯୋଗଦେଇଛନ୍ତି। ଏଠାରେ ଘରକରଣା ସାମଗ୍ରୀଠାରୁ ଆରମ୍ଭ କରି ବିଭିନ୍ନ ପ୍ରକାରର ଖାଦ୍ୟର ଷ୍ଟଲ ପଡିଛି। ଏଥିସହ ମିନାବଜାର ଓ ଦୋଳି ମଧ୍ୟ ଉପଲବ୍ଧ ଅଛି। ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ଅପରାହ୍ନ ୪ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ମେଳାରେ ଦୋକାନ ଖୋଲା ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri