ଆରମ୍ଭ ହେଲା କଟକ ବୈଶାଖୀ ବାଣିଜ୍ୟ ମେଳା

କଟକ ଅଫିସ, ୭ା୫: କଟକ ଉପର ବାଲିଯାତ୍ରା ପଡିଆରେ ସପ୍ତଦଶ କଟକ ବୈଶାଖୀ ବାଣିଜ୍ୟ ମେଳା ଶୁକ୍ରବାର ଆରମ୍ଭ ହୋଇଛି। ଏହାକୁ ବାରବାଟୀ-କଟକ ବିଧାୟକ ଇଂ. ମହମ୍ମଦ ମୋକିମ ଉଦ୍‌ଘାଟନ କରି କହିଲେ, କୋଭିଡ୍‌ ମହାମାରୀ ଯୋଗୁ ୨ ବର୍ଷ ହେବ ମେଳା ବନ୍ଦ ରହିଥିଲା। ଚଳିତବର୍ଷ ମେଳା ଆୟାଜନ କରାଯାଇଛି। ତେବେ କୋଭିଡ୍‌ କଟକଣା ମଧ୍ୟରେ ମେଳା ଉପଭୋଗ କରିବାକୁ ସେ ଲୋକଙ୍କୁ ପରାମର୍ଶ ଦେଇଛନ୍ତି। କାର୍ଯ୍ୟକ୍ରମରେ ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ, ରୁଚି ଏମ୍‌ଡି ଶରତ ସାହୁ, ମଧୁସୂଦନ ସାହୁ, ଆଶିର୍ବାଦ ବେହେରା, ବିନୋଦ ଦାସ, ରଞ୍ଜନ ବିଶ୍ୱାଳ, ଦେବୀ ପ୍ରସାଦ ଦାସ, ଦିଲ୍ଲୀପ ସାହୁ ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ ା ତେବେ ୨ ବର୍ଷପରେ ସିଲଭର ସିଟିରେ ମେଳା ପଡ଼ିଥିବାରୁ ସହରବାସୀଙ୍କ ମନରେ ଉତ୍ସାହ ଦେଖାଯାଇଛି ା ମେଳା ବୁଲିବା ସହିତ ଦୋଳି ଖେଳି ସୁସ୍ବାଦୁ ଭୋଜନ ଓ କିଣାକିଣିର ମଜା ନେଇଛନ୍ତି ଲୋକେ। ଏହି ମେଳାରେ ମୋଟ୍‌ ୪୫୦ ଷ୍ଟଲ୍‌ ଖୋଲିବା ପାଇଁ ବ୍ୟବସ୍ଥା କରାଯାଇଥିବାବେଳେ ପ୍ରଥମ ଦିନରେ କିଛି ଦୋକାନ ବନ୍ଦ ଥିଲା। ଉତ୍ତର ପ୍ରଦେଶ, ହରିୟାଣା, ରାଜସ୍ଥାନ, ବିହାର, ପଶ୍ଚିମବଙ୍ଗ, ମଣିପୁର, ଆସାମ, ଜମ୍ମୁ-କଶ୍ମୀର ଆଦି ରାଜ୍ୟରୁ ବ୍ୟବସାୟୀମାନେ ଏଠାକୁ ଆସିଛନ୍ତି। ଏଥିସହ ଓଡ଼ିଶାର ବିଭିନ୍ନ ଜିଲାରୁ ସ୍ବୟଂ ସହାୟକ ଗୋଷ୍ଠୀର ମହିଳା ଓ ବ୍ୟବସାୟୀ ଯୋଗଦେଇଛନ୍ତି। ଏଠାରେ ଘରକରଣା ସାମଗ୍ରୀଠାରୁ ଆରମ୍ଭ କରି ବିଭିନ୍ନ ପ୍ରକାରର ଖାଦ୍ୟର ଷ୍ଟଲ ପଡିଛି। ଏଥିସହ ମିନାବଜାର ଓ ଦୋଳି ମଧ୍ୟ ଉପଲବ୍ଧ ଅଛି। ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ଅପରାହ୍ନ ୪ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ମେଳାରେ ଦୋକାନ ଖୋଲା ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

ଲୋକ ସଭା ଆସନ ୮୧୬କୁ ବଢ଼ିବ: ୧୬ରୁ ୩ ଦିନ ପାଇଁ ପୁଣି ବଜେଟ ଅଧିବେଶନ

ନୂଆଦିଲ୍ଲୀ,୩ା୪(ପି.ଟି.):ପାର୍ଲାମେଣ୍ଟର ବଜେଟ ଅଧିବେଶନ ସ୍ବଳ୍ପକାଳୀନ ଅବକାଶ ପରେ ଏପ୍ରିଲ ୧୬ରୁ ପୁଣି ଚାଲିବ। ବିଶେଷକରି ଲୋକ ସଭାର ଆସନ ସଂଖ୍ୟା ୫୪୩ରୁ ୮୧୬କୁ ବୃଦ୍ଧି କରାଯିବା ସଂକ୍ରାନ୍ତ…

ଏଇ ଭାରତରେ

ଅସହାୟ ପିଲାଙ୍କ ଆଶାବାଡ଼ି ପୋର୍ତ୍ତିଆ ପୁଟାଟୁଣ୍ଡା। ସେ ତାଙ୍କ ପିତାଙ୍କ ସ୍ମୃତିରେ ଏକ ଆବାସିକ ସ୍କୁଲ ଖୋଲି ମାଗଣାରେ ପିଲାମାନଙ୍କୁ ପଢାଉଛନ୍ତି। ସେମାନଙ୍କୁ ଖାଦ୍ୟ, ଚିକିତ୍ସା, ପୋଷାକ…

ଅଦୃଶ୍ୟ ଈଶ୍ୱରଙ୍କ ଦୃଶ୍ୟ ପ୍ରତିମା

ଭୁ ଯିଶୁଖ୍ରୀଷ୍ଟ ଦୁଇ ହଜାରରୁ ଅଧିକ ବର୍ଷ ତଳେ, ରୋମୀୟ ସାମ୍ରାଜ୍ୟ ସମୟରେ, ନିଜର ପରିଚୟ ଓ ବ୍ୟକ୍ତିତ୍ୱକୁ ଖୋଲାଖୋଲି ଭାବେ ପ୍ରକାଶ କରିଥିଲେ। ତାଙ୍କ ବିରୋଧରେ…

ଯୁଦ୍ଧ ମଧ୍ୟରେ ଆମେରିକାରେ ବଡ଼ ଆକ୍ସନ: ସେନାମୁଖ୍ୟ ବିଦା

ଓ୍ବାଶିଂଟନ୍‌,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆମେରିକାରେ ଏକ ବଡ଼ ସାମରିକ ଅଦଳବଦଳ ହୋଇଛି। ପ୍ରତିରକ୍ଷା ସଚିବ ପିଟ ହେଗସେଥ ଆମେରିକୀୟ ସେନାର ମୁଖ୍ୟ ଜେନେରାଲ ରେଣ୍ଡି…

ଜନଜାତୀୟ ଖେଳ ପ୍ରତିଭା: ଆମ ଜାତୀୟ ଗୌରବ

ମୁଁ  ଦେଖିଛି ଯେ ଆମ ଦେଶର ଗ୍ରାମାଞ୍ଚଳ ଓ ବନାଞ୍ଚଳରେ ପିଲାମାନେ ସେମାନଙ୍କ ଦୈନନ୍ଦିନ ଜୀବନର ଅଧିକାଂଶ ସମୟ ପ୍ରକୃତି କୋଳରେ ଅତିବାହିତ କରିଥା’ନ୍ତି। ସେମାନେ ପ୍ରାକୃତିକ…

ଆଣବିକ ପ୍ରତିରୋଧ ଓ ମହାଶକ୍ତି

ଆଣବିକ ଅସ୍ତ୍ରଶସ୍ତ୍ର ଯୋଗୁ ମହାଶକ୍ତିଙ୍କ ମଧ୍ୟରେ ଯୁଦ୍ଧର ବିଜୟ ଅସମ୍ଭବ ହୋଇଯାଇଛି। ଅର୍ଥାତ୍‌ ମହାଶକ୍ତିଙ୍କ ନିକଟରେ ଏତେ ଅଣୁ ଅସ୍ତ୍ରଶସ୍ତ୍ର ରହିଛି ଯେ, ଯଦି ସେମାନଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri