କଟକ-ଚାନ୍ଦବାଲି ରାସ୍ତା ବୃକ୍ଷଶୂନ୍ୟ

କେନ୍ଦ୍ରାପଡ଼ା ଅଫିସ, ୨୧ା୧: ଜାନୁୟାରୀ ଅଧାରୁ ଶୀତ ଉଭାନ ହୋଇଛି ା ଆଗକୁ ଆସୁଛି ଖରାଦିନ ା ସ୍ଥାନୀୟ ଅଞ୍ଚଳରେ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସରେ ପହଞ୍ଚତ୍ବା ଏକ ସାଧାରଣ ଘଟଣା ା ଏହା ଜାଣିବା ସତ୍ତ୍ୱେ କଟକ ଚାନ୍ଦବାଲି ରାଜ୍ୟ ରାଜପଥରେ ବନୀକରଣ ପାଇଁ ପଦକ୍ଷେପ ନିଆଯାଉ ନାହିଁ ା ୧୬ ବର୍ଷ ପୂର୍ବେ ଏହି ରାସ୍ତାର ନବୀକରଣ ସମୟରେ କଟା ଯାଇଥିବା ଗଛ ଅଦ୍ୟାବଧି ଭରଣା ହୋଇ ନ ଥିବାରୁ ଚଳିତ ବର୍ଷ ରାଜ୍ୟ ରାଜପଥର ଯାତ୍ରୀଙ୍କୁ ଖରା ବାଧିବ ବୋଲି ସାଧାରଣ ଲୋକ ଉଦ୍‌ବେଗ ପ୍ରକାଶ କରିଛନ୍ତି ା
ଏ ସମ୍ପର୍କରେ ସାମାଜିକ କର୍ମୀ ପ୍ରତାପ ଚନ୍ଦ୍ର ପାଢ଼ୀ କହିଛନ୍ତି, ୨୦୦୬ରେ ଏହି ରାସ୍ତାକୁ ରାଜ୍ୟ ରାଜପଥର ମାନ୍ୟତା ଦେଇ ନବୀକରଣ କାର୍ଯ୍ୟ ପ୍ରକ୍ରିୟା ଆରମ୍ଭ ହୋଇଥିଲା ା ଏହି ବର୍ଷ ଟେଣ୍ଡର ହୋଇ ମାତ୍ର ୩ ବର୍ଷ ମଧ୍ୟରେ ପ୍ରଶସ୍ତ ରାସ୍ତା ସହ ସମସ୍ତ କାର୍ଯ୍ୟ ଶେଷ କରିବାକୁ ଠିକା ସଂସ୍ଥା ସହିତ ଚୁକ୍ତି ହୋଇଥିଲା ା ଏଥିପାଇଁ ତତ୍କାଳୀନ ସମୟରେ କଟକ ଓ କେନ୍ଦ୍ରାପଡ଼ା ଜିଲାର ୯୫ଟି ଗ୍ରାମର ଜନବସତିକୁ ସ୍ଥାନାନ୍ତର ସହ ଦୋକାନ ବଜାର ଭଙ୍ଗାଯାଇ ଜମି ଅଧିଗ୍ରହଣ ହୋଇଥିଲା ା ଏପରି କି ରାସ୍ତା ପ୍ରଶସ୍ତୀକରଣ ପାଇଁ ୬୪ଟି ଧର୍ମପୀଠ ଓ ଅନୁଷ୍ଠାନକୁ ସ୍ଥାନାନ୍ତର କରାଯାଇଥିଲା ା ଏହା ସହିତ କଟକ ଜିଲାର ଜଗତପୁର ଠାରୁ ଭାୟା କେନ୍ଦ୍ରାପଡ଼ା, ପଟ୍ଟାମୁଣ୍ଡାଇ ଦେଇ ଚାନ୍ଦବାଲି ପର୍ଯ୍ୟନ୍ତ ରାସ୍ତାର ପାର୍ଶ୍ୱରେ ଥିବା ବହୁ ପ୍ରାଚୀନ ଚାକୁଣ୍ଡା, ଆମ୍ବ, ଲିମ୍ବ, କରଞ୍ଜ ଆଦି ଗଛକୁ ହଣା ଯାଇଥିଲା ା ଏପରି କି ରାଜକନିକା ବ୍ଲକ ଅଞ୍ଚଳରେ ଥିବା ହଜାର ହଜାର ଫଳନ୍ତି ନଡିଆ ଗଛକୁ କଟାଯାଇଛି ା ଏହି ଘଟଣାକୁ ଇତିମଧ୍ୟରେ ୧୬ ବର୍ଷ ବିତିଛି ା ବିଭିନ୍ନ କାରଣରୁ କାର୍ଯ୍ୟ ବନ୍ଦ ରହିଥିବା ଏହି ରାସ୍ତାର ନିର୍ମାଣ ୫ ବର୍ଷ ପୂର୍ବେ ସରିଛି ା ରାସ୍ତା ନିର୍ମାଣ ପରେ ପାର୍ଶ୍ୱବର୍ତ୍ତୀ ସ୍ଥାନରେ ଗୋଟିଏ ବି ଗଛ ନାହିଁ ା ଫଳରେ ଆସନ୍ତା ଖରାଦିନ ଯାତ୍ରୀଙ୍କ ପାଇଁ ଖରାପ ସମୟ ଆସୁଛି ବୋଲି ସେ ମତ ଦେଇଛନ୍ତି ା ଏ ସମ୍ପର୍କରେ ସାମାଜିକ କର୍ମୀ ବାନାମ୍ବର ସାହୁ କୁହନ୍ତି, ରାସ୍ତା ନବୀକରଣ ସମୟରେ ପରିବେଶକୁ ବିଶେଷ ଭାବେ ଧ୍ୟାନ ଦିଆଯାଇଥାଏ ା ରାସ୍ତା ପାର୍ଶ୍ୱରୁ ଗୋଟିଏ ଗଛ କଟାଗଲେ ୧୦ ଗୁଣା ଗଛ ଲଗାଇବା ପାଇଁ ପ୍ରାବଧାନ ଅଛି ା ଯାହା ଜଗତପୁର-ଚାନ୍ଦବାଲି ରାଜ୍ୟ ରାଜପଥରେ ଲାଗୁ ହୋଇନାହିଁ ା ଶହ ଶହ ବର୍ଷର ଫଳନ୍ତି ଗଛ କଟାଯାଇଛି ା ଏହାର ଭରଣା ହୋଇନାହିଁ ା ଅପରପକ୍ଷେ ରାସ୍ତା ନିକଟରେ ସରକାରୀ ଯୋଜନାରେ କେତେକ ଆକାଶୀ ଗଛ ଲଗାଯାଉଛି ା ଯାହା ପରିବେଶର ସୁରକ୍ଷା ପାଇଁ ଯଥେଷ୍ଟ ନୁହେଁ ା ଗମନାଗମନର ବିକାଶକୁ ସମସ୍ତେ ସ୍ବାଗତ କରୁଛନ୍ତି ା ଆବଶ୍ୟକ ମୁତାବକ ଗଛ କଟାଯାଉଛି ା ତେବେ ଏହାର ଭରଣା ହେଉ ନ ଥିବାରୁ ପ୍ରାକୃତିକ ବିପର୍ଯ୍ୟୟର ଶିକାର ଜୀବଜଗତ ହେଉଥିବା ନେଇ ସେ କ୍ଷୋଭ ପ୍ରକାଶ କରିଛନ୍ତି ା ସେହିପରି ରାଜକନିକାସ୍ଥିତ ସମ୍ଭାବନା ଅନୁଷ୍ଠାନର ସ୍ବେଚ୍ଛାସେବୀ ଶ୍ରୀକାନ୍ତ ନାୟକ କହିଛନ୍ତି, ବ୍ଲକ ଅଞ୍ଚଳର ଏହି ରାସ୍ତାର ବନୀକରଣ ନାମରେ ଆସିଥିବା ୮୭ ଲକ୍ଷ ଟଙ୍କା ହରିଲୁଟ ହୋଇଛି ା ବ୍ଲକ ଅଞ୍ଚଳ ରାସ୍ତାର ଦୁଇ ପାର୍ଶ୍ୱରେ ୩୧୦୦ ନଡିଆ ଗଛ ଲଗାଇବା ପାଇଁ ଦୁଇ ପର୍ଯ୍ୟାୟରେ ନିଷ୍ପତ୍ତି ହୋଇଥିଲା ା ତେବେ ନିମ୍ନମାନର ଗଛ ଓ ରକ୍ଷଣାବେକ୍ଷଣ ପାଇଁ ସମୁଦାୟ ୩୧ଟି ଗଛ ମଧ୍ୟ ରାସ୍ତାରେ ନାହିଁ ା ଏଥିପାଇଁ ସମ୍ଭାବନା ପକ୍ଷରୁ ଆନ୍ଦୋଳନ ସହିତ ଅନଶନ ହୋଇଥିଲା ା ତତ୍କାଳୀନ ଜିଲାପାଳ ରେଘୁଜି ଏହାର ତଦନ୍ତ ପାଇଁ ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ଅଦ୍ୟାବଧି କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନାହିଁ ା ଅପରପକ୍ଷେ ନିମ୍ନମାନର କାର୍ଯ୍ୟ ହୋଇଥିବା ବନ ବିଭାଗ ପକ୍ଷରୁ ତଦନ୍ତ ପରେ ଆରଡିସିଙ୍କୁ ରିପୋର୍ଟ ଯାଇଛି ା ଏହାକୁ ନେଇ ସମ୍ଭାବନା ଅନୁଷ୍ଠାନ ଆନ୍ଦୋଳନକୁ ଓହ୍ଲାଇବ ବୋଲି ସେ ପ୍ରକାଶ କରିଛନ୍ତି ା ଏଡିଏମ୍‌ ପୀତାମ୍ବର ସାମଲ କହିଛନ୍ତି, ରାଜ୍ୟ ରାଜପଥ ବନୀକରଣକୁ ନେଇ ହୋଇଥିବା ଅଭିଯୋଗର କିଛି ମାତ୍ରାରେ ତଦନ୍ତ ହୋଇଛି ା ଏହି ତଦନ୍ତ ଶେଷ ହେଲେ ବିଭାଗୀୟ କର୍ତ୍ତୃପକ୍ଷଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri