ସିଏଡବ୍ଲ୍ୟୁଏଣ୍ଡ୍‌ସିଡବ୍ଲ୍ୟୁ ଏଡିଜିପିଙ୍କୁ ମହିଳା କମିଶନଙ୍କ ରିପୋର୍ଟ ତଲବ

ଭୁବନେଶ୍ୱର,୨୪।୮(ସତ୍ୟଜିତ୍‌ ରାଉତ)ମହିଳା ହୋମ୍‌ଗାର୍ଡ ସୈରିଦ୍ରୀ ସାହୁଙ୍କୁ ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି ବ୍ରିଜେଶ ରାଏଙ୍କ ସ୍ତ୍ରୀ ନିର୍ଯାତନା ଦେବା ଅଭିଯୋଗ ଘଟଣା ରାଜ୍ୟରେ ଚର୍ଚ୍ଚାର ବିଷୟ ହୋଇଛି। ଏହି ମାମଲାରେ ବ୍ରିଜେଶ୍‌ଙ୍କୁ ମଙ୍ଗଳବାର ପୋଲିସ ମୁଖ୍ୟାଳୟକୁ ବଦଳି କରାଯାଇଥିଲେ ମଧ୍ୟ ତାଙ୍କ ବିରୋଧରେ ବିଭିନ୍ନ ମହଲରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଦାବି ହେଉଛି। ଏଭଳିସ୍ଥିତିରେ ବୁଧବାର ରାଜ୍ୟ ମହିଳା କମିଶନ (ଓଏସ୍‌ସିିଡବ୍ଲ୍ୟୁ) ଘଟଣାକୁ ଗୁରୁତ୍ୱର ସହ ନେଇଛନ୍ତି। କମିଶନ ଏ ସଂକ୍ରାନ୍ତରେ ନିଜ ଆଡୁ ମାମଲା ରୁଜୁ କରି ମହିଳା ଏବଂ ଶିଶୁ ଅପରାଧ ନିରୋଧ ୱିଙ୍ଗ୍‌ (ସିଏଡବ୍ଲ୍ୟୁଏଣ୍ଡ୍‌ସିଡବ୍ଲ୍ୟୁ)ର ଏଡିଜିପି ଅରୁଣ ବୋଥ୍ରାଙ୍କୁ ରିପୋର୍ଟ ତଲବ କରିଛନ୍ତି।୧୫ ଦିନ ମଧ୍ୟରେ ତଦନ୍ତ କରି ରିପୋର୍ଟ ଦେବାକୁ କମିଶନ ନିର୍ଦ୍ଦେଶ ଦେଇଛନ୍ତି। ମହିଳା କମିଶନ ଅଧ୍ୟକ୍ଷା ମିନତି ବେହେରା କହିଛନ୍ତି, ପୀଡ଼ିତା ସୈରିଦ୍ରୀଙ୍କ ସହ ଆଲୋଚନା କରିବୁ। ଏହି ମାମଲାରେ ଠିକ୍‌ ତଦନ୍ତ କରାଯାଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।
ଏହି ଘଟଣାରେ ଅନୁଗୋଳ ଏସ୍‌ପିଙ୍କୁ ହୋମ୍‌ଗାର୍ଡ ଡିଜି ସୁଧାଂଶୁ ଷଡ଼ଙ୍ଗୀ ପ୍ରାରମ୍ଭିକ ରିପୋର୍ଟ ମାଗିଛନ୍ତି। ଡିଜିଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ, ସୈରିଦ୍ରୀ ସୁସ୍ଥ ହେବା ପରେ ତାଙ୍କୁ ପଚରାଉଚରା କରାଯିବ। ତାଙ୍କ ସମ୍ପୂର୍ଣ୍ଣ ଚିକିତ୍ସା ଖର୍ଚ୍ଚ ସରକାର ବହନ କରିବେ। ଆବଶ୍ୟକ ପଡ଼ିଲେ ସୈରିଦ୍ରୀଙ୍କ ଝିଅଙ୍କୁ ହୋମଗାର୍ଡ ଭାବେ ଥଇଥାନ କରାଯିବ ବୋଲି ମଧ୍ୟ ସୂଚନା ମିଳିଛି। ସେପଟେ ମାନବାଧିକାର କର୍ମୀ ଜୟନ୍ତ ଦାସଙ୍କ ଦ୍ୱାରା ମଙ୍ଗଳବାର ହୋଇଥିବା ଏତଲାକୁ ଗ୍ରହଣ କରି ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଛନ୍ତି। ଆସନ୍ତା ୪ ସପ୍ତାହ ମଧ୍ୟରେ ତଦନ୍ତ କରି ଏ ସଂକ୍ରାନ୍ତରେ ରିପୋର୍ଟ ଦେବାକୁ ରାଜ୍ୟ ଗୃହ ସଚିବ, ପୋଲିସ ଡିଜି, ମୁଖ୍ୟ ସାଶନ ସଚିବଙ୍କୁ କମିଶନ ନିର୍ଦ୍ଦେଶ ଦେଇଛନ୍ତି। ତେବେ ହୋମଗାର୍ଡମାନେ ପୋଲିସ ବାବୁଙ୍କ ଘରେ ବ୍ୟକ୍ତିଗତ କାମ କରିବା ବେଆଇନ ହୋଇଥିବାବେଳେ ଡିଆଇଜିଙ୍କ ସ୍ତ୍ରୀ ଆୟୁଷୀ ରାଏ କିଭଳି ସୈରିଦ୍ରୀଙ୍କୁ ନିର୍ଯାତନା ଦେଉଥିଲେ ତାହା ଚର୍ଚ୍ଚାର ବିଷୟ ହୋଇଛି। ଏଭଳି ସମ୍ବେଦନଶୀଳ ଘଟଣାରେ କାର୍ଯ୍ୟାନୁଷ୍ଠାନ ହେବ ନା ମାମଲାକୁ ଚପାଇ ଦିଆଯିବ ତାହା ବଡ଼ ପ୍ରଶ୍ନ ସୃଷ୍ଟି କରିଛି।
ସୂଚନାଯୋଗ୍ୟ, ଡିଆଇଜି ବ୍ରିଜେଶଙ୍କ ଅନୁଗୋଳସ୍ଥିତ ସରକାରୀ ବାସଭବନରେ ନିୟୋଜିତ ଥିବା ସୈରିଦ୍ରୀଙ୍କୁ ତାଙ୍କ ସ୍ତ୍ରୀ ନିର୍ଯାତନା ଦେଉଥିଲେ। ଏପରି କି ଚାକିରି ନେଇଯିବାର ଧମକ ଦେଇ ଗତ ୪ ତାରିଖରେ ସୈରିଦ୍ରୀଙ୍କୁ ଧକ୍କା ଦେଇ ବାହାର କରି ଦେଇଥିଲେ। ଏନେଇ ଅଗଷ୍ଟ ୧୩ରେ ସେ ନିର୍ଯାତନା ସମ୍ପର୍କରେ ଲିଖିତ ଭାବେ ହୋମ୍‌ଗାର୍ଡ ଡିଜିଙ୍କୁ ଜଣାଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ହୋଇ ନ ଥିଲା। ଏହାପରେ ସୈରିଦ୍ରୀ ଟ୍ରେନ୍‌ ଆଗକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଥିବାବେଳେ ଦୁଇଟି ଯାକ ଗୋଡ଼ ହରାଇ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୁର୍କୀରୁ ନଭପ୍ରୀତ୍‌ ସିଂଙ୍କୁ ଫେରାଇ ଆଣିଲା ଭାରତ, ଜାଣନ୍ତୁ ନଭପ୍ରୀତ୍‌ କିଏ…

ନୂଆଦିଲ୍ଲୀ,୩ା୧୦: ଅନ୍ତର୍ଜାତୀୟ ନିଶା କାରବାରର କିଙ୍ଗ୍‌ପିନ୍‌ ନଭପ୍ରୀତ୍‌ ସିଂଙ୍କୁ ତୁର୍କୀରୁ ବାହାର କରାଇ ଭାରତ ତାଙ୍କୁ ଫେରାଇଆଣିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶନିବାର ଘୋଷଣା କରିଛନ୍ତି।…

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?