ନଦୀବନ୍ଧ ମୁକୁଳା, ବନ୍ୟା ଆଶଙ୍କାରେ ଲୋକେ ଭୟଭୀତ

ସିଂହପୁର,୨୦ା୭(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ଜଳସମ୍ପଦ ବିଭାଗ ଅନ୍ତର୍ଗତ ଖରସ୍ରୋତା ନଦୀବନ୍ଧ ପ୍ରସସ୍ତିକରଣ କାର୍ଯ୍ୟ ଚାଲିଛି। ଏହି ନଦୀବନ୍ଧରେ ଠିକାଦାର ପକାଉଥିବା ମାଟି ଦୂରରୁ ନ ଆଣି ନଦୀବନ୍ଧ ପରଠାରୁ ମାଟି ଆଣୁଥିବାରୁ ନଦୀବନ୍ଧ ପ୍ରତି ବିପଦ ସୃଷ୍ଟି ହେଉଛି। ଏ ସମ୍ପର୍କରେ ସ୍ଥାନୀୟ ଲୋକେ ବିଭାଗୀୟ ଅଧିକାରୀଙ୍କୁ ଜଣାଇଥିଲେ ମଧ୍ୟ ଏଥିପ୍ରତି କୌଣସି ପଦକ୍ଷେପ ନିଆଯାଇ ନାହିଁ। ଅନ୍ୟପକ୍ଷରେ ଓଳେଇ ଚନ୍ଦନପୁର ଗ୍ରାମ ନିକଟରେ ପ୍ରଶସ୍ତିକରଣ କାର୍ଯ୍ୟରେ ନଦୀବନ୍ଧକୁ କାଟିଥିଲେ ମଧ୍ୟ ସେହି ସ୍ଥାନରେ କାର୍ଯ୍ୟ କରାଯାଉ ନ ଥିବାରୁ ନଦୀବନ୍ଧଟି ମୁକୁଳା ପଡ଼ିଛି। ଗତ କିଛିଦିନ ହେଲା ବର୍ଷା ଲାଗି ରହିଥିବାରୁ ନଦୀର ଜଳସ୍ତର ମଧ୍ୟ ବୃଦ୍ଧି ପାଇଛି। ଲଗାତର ବର୍ଷା ଜାରି ରହିଲେ ନଦୀରେ ବନ୍ୟାଜଳ ପ୍ରବେଶ କରି ବନ୍ଧ ପ୍ରତି ବିପଦ ସୃଷ୍ଟି କରିବ। ଫଳରେ ନଦୀକୂଳିଆ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ଠିକାଦାରଙ୍କ ଏପରି ବେପରୁଆ ମନଭାବ କାର୍ଯ୍ୟ ଲୋକମାନଙ୍କ ପାଇଁ କାଳ ସାଜିଛି। ଏଥିପ୍ରତି ଜଳ ସମ୍ପଦ ବିଭାଗର ନିର୍ବାହୀ ଯନ୍ତ୍ରୀ ଓ ଉଚ୍ଚ କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri