ଦାମୋଦରପାଟଣା-ବିଦ୍ରୁପା ରାସ୍ତା ପାଲଟିଛି ମରଣଯନ୍ତା

ପଟ୍ଟାମୁଣ୍ଡାଇ, ୧୦।୮(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଓ ଯାଜପୁର ଜିଲା ମଧ୍ୟ ଦେଇ ଯାଇଥିବା ଦାମୋଦରପାଟଣା-ବିଦ୍ରୁପା ସଂଯୋଗୀକରଣ ରାସ୍ତା ଏକ ଗୁରୁତ୍ୱପୂର୍ଣ୍ଣ ମାନ୍ୟତା ପାଇଛି। ମାତ୍ର ଆବଶ୍ୟକ ମରାମତି ଅଭାବରୁ ଏହି ରାସ୍ତା ମରଣଯନ୍ତାରେ ପାଲଟିଛି। ଜଳସମ୍ପଦ ବିଭାଗ ଅଧୀନରେ ଥିବା ଏହି ନଦୀବନ୍ଧ ରାସ୍ତାର ଅନେକ ସ୍ଥାନରେ ଖାଲଖମା ସୃଷ୍ଟି ହୋଇଛି। ଏପରି କି ବର୍ଷାଦିନେ ଖାଲଖମାରେ ପାଣି ଭର୍ତ୍ତି ହୋଇ ରହିବାରୁ ଦୁର୍ଘଟଣା ଘଟୁଛି। ସ୍କୁଲ, ଅଙ୍ଗନଓ୍ବାଡି, ହାଇସ୍କୁଲ ଓ କଲେଜ ଯାଉଥିବା ପିଲାମାନେ ଅସୁବିଧାର ସମ୍ମୁଖିନ ହେଉଛନ୍ତି। କେନ୍ଦ୍ରାପଡ଼ା ଓ ଯାଜପୁର ଜିଲା ମଧ୍ୟ ଦେଇ ଯାଇଥିବା ଏହି ଗୁରୁତ୍ୱପୂର୍ଣ୍ଣ ରାସ୍ତା ଉପରେ ଉଭୟ ଜିଲାର ଲୋକମାନେ ନିର୍ଭର କରୁଛନ୍ତି। ଏହି ରାସ୍ତା ଉପରେ କେନ୍ଦ୍ରାପଡ଼ା ଜିଲା କେନ୍ଦ୍ରାପଡ଼ା ନିର୍ବାଚନମଣ୍ଡଳୀ ପଟ୍ଟାମୁଣ୍ଡାଇ ବ୍ଲକର ଧୋୟାଞ୍ଚଳର ଅଳପୁଆ, ଅଣ୍ଢରା, ଅମୃତମଣୋହି, ବଲୁରିଆ, ପେଣ୍ଠପାଳ, ତରଡ଼ିପାଳ, ସିଂହଗଁା ଓ ଯାଜପୁର ଜିଲାର କାଇପଡା, କଳାମାଟିଆ, ଅନ୍ୟାସପୁର, ବାଲିବିଲି, ବରୀ, ରାଜତୋଟା, ବରୁଅଁା ହରିପୁର, ସୁଜନପୁର ଆଦି ଅଞ୍ଚଳର ଲକ୍ଷାଧିକ ଲୋକ ଯାତାୟାତ ପାଇଁ ନିର୍ଭର କରୁଛନ୍ତି। ରାସ୍ତା ପୁନଃ ନିର୍ମାଣ ପାଇଁ ଦୀର୍ଘଦିନ ହେଲା ଦାବି ହୋଇ ଆସୁଥିଲେ ମଧ୍ୟ ବିଭାଗୀୟ କର୍ତ୍ତୃପକ୍ଷ କୌଣସି ପଦକ୍ଷେପ ଗ୍ରହଣ କରୁ ନ ଥିବାରୁ ଜନସାଧାରଣ ଯାତାୟାତ ପାଇଁ ନର୍କ ଯନ୍ତ୍ରଣା ଭୋଗଛନ୍ତି। ଏପରିକି ରାସ୍ତାର ଶୋଚନୀୟ ଅବସ୍ଥା ଯୋଗୁ ପ୍ରତ୍ୟେହ ଛୋଟ ବଡ଼ ଦୁର୍ଘଟଣା ଘଟୁଛି।
୧୫ନଂ. ଜୋନ ଜିଲା ପରିଷଦ ସଦସ୍ୟା ପ୍ରିୟଦର୍ଶନୀ ତରାଇ, ଅଳପୁଆ ସରପଞ୍ଚ ପଦ୍ମିନୀ ବେହେରା, ସମିତିସଭ୍ୟ ରାମଚନ୍ଦ୍ର ସେଠୀ, ପଞ୍ଚାୟତ ବିଜେଡି ସଭାପତି ସୁକାନ୍ତ ରାଉତ, ବରିଷ୍ଠ ନେତା ଗଗନ ମହାଳିକ, ତରଡ଼ିପାଳ ସମିତିସଭ୍ୟ ନିରଞ୍ଜନ ବାରିକ ପ୍ରମୁଖ ବହୁ ସ୍ଥାନୀୟ ଲୋକ ପ୍ରତିନିଧି କେନ୍ଦ୍ରାପଡ଼ା ବିଧାୟକ ଶଶୀଭୂଷଣ ବେହେରାଙ୍କୁ ଭେଟି ତୁରନ୍ତ ଦାମୋଦରପାଟଣା-ବିଦ୍ରୁପା ରାସ୍ତା ମରାମତି ପାଇଁ ଦାବିପତ୍ର ଦେଇଥିଲେ। ବିଧାୟକ ବେହେରା ଏ ସମ୍ପର୍କରେ ବିଭାଗୀୟ ମନ୍ତ୍ରୀଙ୍କ ସହ ଆଲୋଚନା କରି ତୁରନ୍ତ ପଦକ୍ଷେପ ନେବାକୁ ଦାବି କରିଥିଲେ। ମାତ୍ର ଅଦ୍ୟାବଧି ଏହି ରାସ୍ତାର ଅବସ୍ଥା ପରିବର୍ତ୍ତନ ହୋଇ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ପୂର୍ବତନ ବିଧାୟକ କିଶୋର ତରାଇ ଏହି ରାସ୍ତା ପୁନର୍ବାର ନିର୍ମାଣ ପାଇଁ ସରକାରଙ୍କ ନିକଟରେ ଦାବି ଉପସ୍ଥାପନ କରିଛନ୍ତି। ନିକଟରେ ପଟ୍ଟାମୁଣ୍ଡାଇ ବ୍ଲକ ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ ଧୋୟାଞ୍ଚଳ ରାସ୍ତାର ଶୋଚନୀୟ ଅବସ୍ଥା ଅନୁଧ୍ୟାନ କରି ଅସନ୍ତୋଷ ପ୍ରକାଶ କରିଥିଲେ। ନିକଟସ୍ଥ ବରୀ ନିର୍ବାଚନମଣ୍ଡଳୀର ଲୋକମାନେ ବିଧାୟିକା ସୁନନ୍ଦା ଦାସଙ୍କୁ ଭେଟି ଏହି ରାସ୍ତା ମରାମତି ଓ ପୁନର୍ବାର ନିର୍ମାଣ ପାଇଁ ଅନୁରୋଧ କରିଥିଲେ। ନିକଟରେ ଟୁକୁ ରାୟଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ବିଭାଗୀୟ ଉଚ୍ଚକର୍ତ୍ତୃପକ୍ଷ, କେନ୍ଦ୍ରାପଡ଼ା ଓ ଯାଜପୁର ଜିଲାପାଳଙ୍କୁ ଭେଟି ଅବିଳମ୍ବେ ପଦକ୍ଷେପ ନେବାକୁ ଦାବିପତ୍ର ପ୍ରଦାନ କରିଥିଲେ। ସବୁସତ୍ତ୍ୱେ ରାସ୍ତା ମରାମତି ଓ ପୁନଃ ନିର୍ମାଣ ପାଇଁ ଅଦ୍ୟାବଧି ପଦକ୍ଷେପ ନିଆଯାଇନାହିଁ। ରାଜ୍ୟ ସରକାର, ଜିଲା ପ୍ରଶାସନ ଓ ବିଭାଗୀୟ କର୍ତ୍ତୃପକ୍ଷ ତୁରନ୍ତ ଏହି ରାସ୍ତା ମରାମତି ଓ ପୁନଃ ନିର୍ମାଣ ଦିଗରେ ପଦକ୍ଷେପ ନ ନେଲେ ଅଞ୍ଚଳବାସୀ ଆନ୍ଦୋଳନ କରିବାକୁ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri