ବିପଦସଙ୍କେତ ଟପିଲା ଜଳକା

ରୂପସା, ୧୨।୮(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ବୃଦ୍ଧି ପାଇଛି। ଲଘୁଚାପ ଜନିତ ଲଗାଣ ବର୍ଷା ପାଇଁ ଏହି ନଦୀର ଜଳସ୍ତର ଧୀରେ ଧୀରେ ବଢ଼ିବା ସହିତ ଚଳିତବର୍ଷ ପ୍ରଥମଥର ପାଇଁ ବିପଦସଂକେତ ଉପରକୁ ଯାଇଛି। ମଥାନୀଠାରେ ଏହି ନଦୀର ବିପଦସଙ୍କେତ ୫.୫୦ମିଟର ଥିବାବେଳେ ଗୁରୁବାର ୯ଟା ସୁଦ୍ଧା ନଦୀର ଜଳସ୍ତର ୬.୦୫ମିଟରରେ ପହଞ୍ଚତ୍ଛି। ଫଳରେ ନଦୀତଳିଆ ଅଞ୍ଚଳରେ ପାଣି ମାଡ଼ିବା ସହିତ ନଦୀ ନିକଟରେ ଥିବା ଚାଷଜମି ସବୁ ଜଳମଗ୍ନ ହୋଇଛି। ବର୍ଷା ଲାଗି ରହିଥିବାରୁ ଏବେ ନଦୀର ଆଖପାଖ ଅଞ୍ଚଳରେ ବନ୍ୟା ଆଶଙ୍କା ଦେଖାଦେଇଛି। ଫଳରେ ସ୍ଥାନୀୟ ଲୋକ ଭୟଭୀତ ହୋଇପଡ଼ିଛନ୍ତି।
ସ୍ଥାନୀୟ ଲୋକଙ୍କ କହିବା ମୁତାବିକ ରାତିରେ ଉପରମୁଣ୍ଡରେ ଜୋର ବର୍ଷା ହେଲେ ଜଳକା ନଦୀର ଜଳସ୍ତର ଅଧିକ ବଢିବା ସହିତ ଏକ ବଡ଼ ବନ୍ୟାର ଆଶଙ୍କା ମଧ୍ୟ ରହିଛି। ରୁଆ ଯାଇଥିବା ଧାନ ଗଛ ସବୁ ପଚି ନଷ୍ଟ ହେବା ଆଶଙ୍କା ଥିବାରୁ ଚାଷୀକୁଳ ମୁଣ୍ଡରେ ହାତଦେଇ ବସିଛନ୍ତି। ଜଳସେଚନ ବିଭାଗ କନିଷ୍ଠଯନ୍ତ୍ରୀଙ୍କ କହିବାନୁଯାୟୀ ନଦୀକୂଳ ନିକଟରେ ବସବାସ କରୁଥିବା ଲୋକେ ଭୟଭୀତ ହେବାର କାରଣ ନାହିଁ। ଦୁର୍ବଳ ନଦୀବନ୍ଧ ସବୁ ମରାମତି କରାଯାଇଛି। ବନ୍ୟା ପାଇଁ ପ୍ରଶାସନ ପକ୍ଷରୁ ସତର୍କ ଦୃଷ୍ଟି ରଖାଯାଇଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ICC: T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତି ଉପରେ ନେଲା ଏମିତି ନିଷ୍ପତ୍ତି

ନୂଆଦିଲ୍ଲୀ,୯।୨: ପୁରୁଷ T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତିକୁ ନେଇ ICC ଦୁଃଖ ପ୍ରକାଶ କରିଛି। ତେବେ ଏହି ଘଟଣା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଉପରେ…

T20 ବିଶ୍ୱକପ୍‌: ଭାରତ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ପାକିସ୍ତାନକୁ ଅନୁରୋଧ କଲା ବାଂଲାଦେଶ

ନୂଆଦିଲ୍ଲୀ,୯।୨: ଭାରତ-ପାକିସ୍ତାନ T20 ବିଶ୍ୱକପ୍ ମ୍ୟାଚ୍‌କୁ ନେଇ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବାଂଲାଦେଶ କ୍ରିକେଟ ବୋର୍ଡ (BCB) ପାକିସ୍ତାନକୁ ଏହି…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri