ବିପଦସଙ୍କେତ ଟପିଲା ଜଳକା

ରୂପସା, ୧୨।୮(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ବୃଦ୍ଧି ପାଇଛି। ଲଘୁଚାପ ଜନିତ ଲଗାଣ ବର୍ଷା ପାଇଁ ଏହି ନଦୀର ଜଳସ୍ତର ଧୀରେ ଧୀରେ ବଢ଼ିବା ସହିତ ଚଳିତବର୍ଷ ପ୍ରଥମଥର ପାଇଁ ବିପଦସଂକେତ ଉପରକୁ ଯାଇଛି। ମଥାନୀଠାରେ ଏହି ନଦୀର ବିପଦସଙ୍କେତ ୫.୫୦ମିଟର ଥିବାବେଳେ ଗୁରୁବାର ୯ଟା ସୁଦ୍ଧା ନଦୀର ଜଳସ୍ତର ୬.୦୫ମିଟରରେ ପହଞ୍ଚତ୍ଛି। ଫଳରେ ନଦୀତଳିଆ ଅଞ୍ଚଳରେ ପାଣି ମାଡ଼ିବା ସହିତ ନଦୀ ନିକଟରେ ଥିବା ଚାଷଜମି ସବୁ ଜଳମଗ୍ନ ହୋଇଛି। ବର୍ଷା ଲାଗି ରହିଥିବାରୁ ଏବେ ନଦୀର ଆଖପାଖ ଅଞ୍ଚଳରେ ବନ୍ୟା ଆଶଙ୍କା ଦେଖାଦେଇଛି। ଫଳରେ ସ୍ଥାନୀୟ ଲୋକ ଭୟଭୀତ ହୋଇପଡ଼ିଛନ୍ତି।
ସ୍ଥାନୀୟ ଲୋକଙ୍କ କହିବା ମୁତାବିକ ରାତିରେ ଉପରମୁଣ୍ଡରେ ଜୋର ବର୍ଷା ହେଲେ ଜଳକା ନଦୀର ଜଳସ୍ତର ଅଧିକ ବଢିବା ସହିତ ଏକ ବଡ଼ ବନ୍ୟାର ଆଶଙ୍କା ମଧ୍ୟ ରହିଛି। ରୁଆ ଯାଇଥିବା ଧାନ ଗଛ ସବୁ ପଚି ନଷ୍ଟ ହେବା ଆଶଙ୍କା ଥିବାରୁ ଚାଷୀକୁଳ ମୁଣ୍ଡରେ ହାତଦେଇ ବସିଛନ୍ତି। ଜଳସେଚନ ବିଭାଗ କନିଷ୍ଠଯନ୍ତ୍ରୀଙ୍କ କହିବାନୁଯାୟୀ ନଦୀକୂଳ ନିକଟରେ ବସବାସ କରୁଥିବା ଲୋକେ ଭୟଭୀତ ହେବାର କାରଣ ନାହିଁ। ଦୁର୍ବଳ ନଦୀବନ୍ଧ ସବୁ ମରାମତି କରାଯାଇଛି। ବନ୍ୟା ପାଇଁ ପ୍ରଶାସନ ପକ୍ଷରୁ ସତର୍କ ଦୃଷ୍ଟି ରଖାଯାଇଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?