ଅର୍ଦ୍ଧେନ୍ଦୁଙ୍କ ଗିରଫ ଘଟଣା ନିରପେକ୍ଷ ତଦନ୍ତ ଦାବିକଲା ଦାରିଙ୍ଗବାଡ଼ି ପ୍ରେସ୍‌ କ୍ଲବ

ଦାରିଙ୍ଗବାଡ଼ି,୪ା୭(ଡି.ଏନ୍‌.ଏ.)- ଏକ ଗଣମାଧ୍ୟମର ମୁଖ୍ୟ ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ ଗିରଫ କରିବାର ପ୍ରତିବାଦ ଏବଂ ଉକ୍ତ ମାମଲାର ନିରପେକ୍ଷ ତଦନ୍ତ ଦାବିକରି ସୋମବାର କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପ୍ରେସ୍‌ କ୍ଲବର କର୍ମକର୍ତ୍ତା ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ସ୍ଥାନୀୟ ବିଡିଓ ଗଦାଧର ପାତ୍ରଙ୍କୁ ଏକ ପତ୍ର ପ୍ରଦାନ କରିଛନ୍ତି। ଉକ୍ତ ପତ୍ରରେ ଉଲ୍ଲେଖ ରହିଛି ଯେ ରାଜ୍ୟର ଜଣେ ବରିଷ୍ଠ ଖବରଦାତା ଏବଂ ସମ୍ପାଦକ ରହିଥିବା ବଡ଼ ଖବରର ଅର୍ଦ୍ଧେନ୍ଦୁ ଦାସଙ୍କୁ ଆକ୍ରୋଶମୂଳକ ଭାବେ ଯେଉଁଭଳି ରାତିଅଧିଆ ଗିରଫକରି ତାଙ୍କୁ ଦୁର୍ବ୍ୟବହାର କରାଯାଇଛି ତାହା ଅତି ନିନ୍ଦନୀୟ ଘଟଣା ବୋଲି ପ୍ରେସ୍‌ କ୍ଳବ୍‌ ଉଲ୍ଲେଖ କରିଛି। ତେଣୁ ଦାସଙ୍କ ବିରୋଧରେ ହୋଇଥିବା ଅଭିଯୋଗର ନିରପେକ୍ଷ ତଦନ୍ତ କରାଯିବା ସହ ଆଶୁ ପଦକ୍ଷେପ ନେବାକୁ ଦାରିଙ୍ଗବାଡ଼ି ପ୍ରେସ୍‌ କ୍ଲବ ଉକ୍ତ ଚିଠିରେ ରାଜ୍ୟପାଳଙ୍କୁ ନିବେଦନ କରିଛି। ପ୍ରେସ୍‌କ୍ଲବର ସଭାପତି ପ୍ରେମଚାନ୍ଦ ସିଂଙ୍କ ସମେତ ଲକ୍ଷ୍ମୀକାନ୍ତ ରାଜଗୁରୁ, ରାଜୀବ ମୁଠାମାଝି, ମାଧବ ପାଇକ, ବରୁଣ ସିଂ, ମନୋରଞ୍ଜନ ରଣା, ଅଶୋକ ସିଂ, ଅଭୟ ସିଂ ପ୍ରମୁଖ ଏହି ଦାବିପତ୍ର ପ୍ରଦାନ ସମୟରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲା ଇସ୍ରାଏଲ, ନେତାନ୍ୟାହୁ କରିବେ ଏମିତି କାମ, ଇରାନ କାବା

ନୂଆଦିଲ୍ଲୀ,୧।୪: ଇରାନ ବିରୁଦ୍ଧରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଏକ ନୂତନ ଏବଂ ପ୍ରମୁଖ ରଣନୈତିକ ପଦକ୍ଷେପର ସଙ୍କେତ ଦେଇଛନ୍ତି। ନେତାନ୍ୟାହୁ କହିଛନ୍ତି…

ସାବଧାନ! ୧ ଏପ୍ରିଲରୁ ବଦଳିଲା UPIର ପ୍ରକ୍ରିୟା, ପେମେଣ୍ଟ ଉପରେ ଲାଗିଲା…

ନୂଆଦିଲ୍ଲୀ,୧।୪: ଯଦି ଆପଣ ଚା ଦୋକାନ ଠାରୁ ଆରମ୍ଭ କରି ସପିଂ ମଲ ପର୍ଯ୍ୟନ୍ତ ସବୁଠି ପେମେଣ୍ଟ ପାଇଁ PhonePe, Google Pay, କିମ୍ବା Paytm ଭଳି…

ବଢିଲା ପେଟ୍ରୋଲ-ଡିଜେଲ ଦାମ୍‌, ଏଥର ମୁଣ୍ଡରେ ହାତ ଦେବେ ଗ୍ରାହକ

ନୂଆଦିଲ୍ଲୀ,୧।୪: ଦେଶବ୍ୟାପୀ ପ୍ରିମିୟମ ପେଟ୍ରୋଲ ମୂଲ୍ୟ ବୃଦ୍ଧି ପରେ, ପ୍ରିମିୟମ ଡିଜେଲ ମଧ୍ୟ ମହଙ୍ଗା ହୋଇଯାଇଛି। ତେଲ କମ୍ପାନୀଗୁଡ଼ିକ ସୋମବାର ମଧ୍ୟରାତ୍ରିରୁ ପ୍ରିମିୟମ ଡିଜେଲ ମୂଲ୍ୟ ପ୍ରାୟ…

ରାହୁଲଙ୍କ ବଡ଼ ଚେତାବନୀ, ଦେଶରେ ଆସିବ ‘Economic Earthquake’, ମୋଦି କହିଲେ…

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭାଷଣରେ ପଶ୍ଚିମ ଏସିଆର ସଙ୍କଟ କେନ୍ଦ୍ରବିନ୍ଦୁ ପାଲଟିଥିଲା। ଉଭୟ ନେତା ଭାରତ ଉପରେ…

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri