Posted inଜାତୀୟ

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆଜି ହେବ ତାରିଖ ଘୋଷଣା

ନୂଆଦିଲ୍ଲୀ,୭।୧: ଆଜି (ଜାନୁଆରୀ ୭) ମଙ୍ଗଳବାର ଦିଲ୍ଲୀ ବିଧାନସଭା ନିର୍ବାଚନର ତାରିଖ ଘୋଷଣା କରାଯିବ। ସୂଚନାନୁସାରେ, ଗୋଟିଏ ପର୍ଯ୍ୟାୟରେ ଦିଲ୍ଲୀରେ ନିର୍ବାଚନ ହେବାର ସମ୍ଭାବନା ରହିଛି। ନିର୍ବାଚନ ଆୟୋଗର ଯୋଜନା ଅନୁଯାୟୀ ଫେବୃଆରୀ ଦ୍ୱିତୀୟ ସପ୍ତାହରେ ଭୋଟ ଗ୍ରହଣ କରାଯାଇପାରେ ଏବଂ ଫଳାଫଳ ଫେବୃଆରୀ ୧୭ରେ ଘୋଷଣା ହେବାର ସମ୍ଭାବନା ରହିଛି। ମଙ୍ଗଳବାର ଅପରାହ୍ନ ୨ ଟାରେ ନିର୍ବାଚନ ଆୟୋଗଙ୍କ ଦ୍ୱାରା ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହେବ ଯେଉଁଥିରେ ଆଗାମୀ ନିର୍ବାଚନ ପ୍ରକ୍ରିୟା ଏବଂ ଆନୁଷଙ୍ଗିକ ଦିଗ ବିଷୟରେ ବିସ୍ତୃତ ସୂଚନା ଦିଆଯିବ।

ସୋମବାର (ଜାନୁଆରୀ ୬) ଦିନ ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନ କମିଶନ ଅନ୍ତିମ ଭୋଟର ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧ କୋଟି ୫୫ ଲକ୍ଷ ୨୪ ହଜାର ୮୫୮ ଭୋଟର ପଞ୍ଜିକୃତ ହୋଇଛନ୍ତି। ଏଥିମଧ୍ୟରୁ ୮୪ ଲକ୍ଷ ୪୯ ହଜାର ୬୪୫ ପୁରୁଷ ଭୋଟର ହୋଇଥିବାବେଳେ ୭୧ ଲକ୍ଷ ୭୩ ହଜାର ୯୫୨ ମହିଳା ଭୋଟର ଅଟନ୍ତି।

ଦିଲ୍ଲୀ ବିଧାନସଭାର କାର୍ଯ୍ୟକାଳ ୧୫ ଫେବୃଆରୀ ୨୦୨୫ରେ ଶେଷ ହେବାକୁ ଯାଉଛି। ଗତ ବିଧାନସଭା ନିର୍ବାଚନ ବିଷୟରେ କହିବାକୁ ଗଲେ, ୨୦୨୦ରେ ମଧ୍ୟ ଫେବୃଆରୀ ମାସରେ ଦିଲ୍ଲୀରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ସେହି ନିର୍ବାଚନରେ ଆମ ଆଦମୀ ପାର୍ଟି ବିଜୟୀ ହୋଇ ସରକାର ଗଠନ କରିଥିଲା। ବର୍ତ୍ତମାନ କାର୍ଯ୍ୟକାଳର ଶେଷ ତାରିଖ ପାଖେଇ ଆସୁଥିବାରୁ ଦିଲ୍ଲୀରେ ଆଗାମୀ ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?