Posted inଜାତୀୟ

ବାପାଙ୍କ କଫିନ୍‌କୁ ଚୁମ୍ବନ ଦେଲେ ଝିଅ

ନୂଆଦିଲ୍ଲୀ,୧୦।୧୨: ସିଡିଏସ ଜେନେରାଲ ବିପିନ ରାୱତ ଏବଂ ତାଙ୍କ ସ୍ତ୍ରୀ ମଧୁଲିକାଙ୍କ ସମେତ ୧୨ ଜଣ ସୈନିକଙ୍କ ମୃତଦେହ ରାଜଧାନୀର ପାଲାମ ବିମାନବନ୍ଦରରେ ପହଞ୍ଚିବା ପରେ ପ୍ରତ୍ୟେକ ଆଖିରେ ଲୁହ ଆସିଯାଇଥିଲା। ଜେନେରାଲ ରାୱତଙ୍କ ୨ ଝିଅ କଫିନ୍‌ରେ ରଖାଯାଇଥିବା ବାପାଙ୍କ ମୃତଦେହକୁ ଚାହିଁ ରହିଥିଲେ। ସମାନ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ବ୍ରିଗେଡିୟର୍‌ ଏଲ.ଏସ ଲିଡରଙ୍କ ଝିଅ ଆଶ୍ରା ବାପାଙ୍କ କଫିନ ନିକଟରେ ପହଞ୍ଚିବା ପରେ ପରିବେଶ ଅତ୍ୟନ୍ତ ଦୁଃଖଦାୟକ ହୋଇଥିଲା। ସେ କିଛି କ୍ଷଣ ପାଇଁ କଫିନ୍‌କୁ ଚାହିଁ ରହିଥିଲେ ଏବଂ ତା’ପରେ ପ୍ରଣାମ କରି ତାଙ୍କ କଫିନକୁ ଚୁମ୍ବନ ଦେଥିଲେ। ଏହା ଦେଖି ସେଠାରେ ଉପସ୍ଥିତ ଥିବା ସମସ୍ତଙ୍କ ଆଖିରେ ଲୁହ ଆସିଯାଇଥିଲା। ଆଶ୍ରା ଦ୍ୱାଦଶ ଶ୍ରେଣୀର ଛାତ୍ରୀ।

ଜେନେରାଲ ରାୱତଙ୍କ ସମେତ ସମସ୍ତ ମୃତଦେହ ଗୁରୁବାର ସା ୭.୪୫ରେ ପାଲାମରେ ପହଞ୍ଚିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାତି ୯ଟାରେ ବିମାନବନ୍ଦରରେ ପହଞ୍ଚି ଜେନେରାଲ ରାୱତଙ୍କ ସମେତ ସମସ୍ତଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। କଫିନ୍‌ ଦେଖି ପ୍ରଧାନମନ୍ତ୍ରୀ ହାତ ଯୋଡି ମୁଣ୍ଡ ନୁଆଁଇ ଆଖି ବନ୍ଦ କରିଦେଲେ। ଏହା ପରେ ମୋଦି ମୃତକଙ୍କ ପରିବାରକୁ ଭେଟି ସେମାନଙ୍କୁ ସାନ୍ତ୍ୱନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୧ା୧୨: ବାଂଲାଦେଶର ମିମେନସିଂ ଜିଲା ଅନ୍ତର୍ଗତ ଏକ ପୋଷାକ କାରଖାନା ଭିତରେ ସହକର୍ମୀଙ୍କ ଗୁଳିମାଡ଼ରେ ଜଣେ ହିନ୍ଦୁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ...

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...

ସମୟସୀମା ମଧ୍ୟରେ ଯୁକ୍ତି ରଖିବେ ଆଇନଜୀବୀ

ନୂଆଦିଲ୍ଲୀ,୩୧ା୧୨: ସୁପ୍ରିମକୋର୍ଟ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଜାରି କରିଛନ୍ତି, ଯେଉଁଥିରେ ଆଇନଜୀବୀମାନେ ଅଦାଲତରେ ସମସ୍ତ ନୋଟିସ୍‌ ପରବର୍ତ୍ତୀ ଏବଂ ନିୟମିତ ଶୁଣାଣିରେ ଯୁକ୍ତି...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

ବାଇକ୍‌ ଚାଳକ ସାବଧାନ, ଏବେ ହେଲମେଟ୍‌ ପିନ୍ଧିଲେ ବି କଟିବ ୨ହଜାର ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୩୦।୧୨: ହେଲମେଟ ପିନ୍ଧିଲେ ମଧ୍ୟ କଟିପାରେ ୨୦୦୦ ଟଙ୍କା ଚାଲାଣ। (ମୋଟରସାଇକିଲ ଓ ସ୍କୁଟର) ଚାଳକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ହେଲମେଟ ନ ପିନ୍ଧିବା...

ରେଲେଓ଼୍ବର ବଡ଼ ଘୋଷଣା, ଟ୍ରେନରେ ମିଳିବ…

ନୂଆଦିଲ୍ଲୀ,୩୦।୧୨: କୁହୁଡ଼ି ଯୋଗୁଁ ଉତ୍ତର ଭାରତରେ ପ୍ରତିଦିନ ଅନେକ ଟ୍ରେନ ବିଳମ୍ୱ ହୁଏ। କମ କିମ୍ୱା ଶୂନ୍ୟ ଦୃଶ୍ୟମାନତା ଟ୍ରେନ ଗତିକୁ ବହୁ ପରିମାଣରେ ହ୍ରାସ...

ପ୍ରିୟଙ୍କା ଗାନ୍ଧୀଙ୍କ ବୋହୂ ଅଭିଭାଙ୍କ ସମ୍ପତ୍ତି କେତେ? ଏମିତି କରନ୍ତି ମୋଟା ଅଙ୍କର ରୋଜଗାର

ନୂଆଦିଲ୍ଲୀ,୩୦।୧୨: ଦେଶର ପ୍ରମୁଖ ରାଜନୈତିକ ପରିବାର ମଧ୍ୟରୁ ଗୋଟିଏ ଗାନ୍ଧୀ-ଭଦ୍ରା ପରିବାର ଖୁବ ଶୀଘ୍ର ବିବାହ ଘୋଷଣା କରିବାକୁ ଯାଉଛନ୍ତି। ପ୍ରସ୍ତୁତି ଚାଲିଛି, ଏବଂ ବିବାହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri