ଆଉ ଦିନକ ପରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ: ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚୁଡ଼ାନ୍ତ

ବାଲିଗୁଡ଼ା,୧୪।୨(ଡି.ଏନ.ଏ.): ରାଜ୍ୟର ବିଭିନ୍ନ ସ୍ଥାନରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଆସନ୍ତା ୧୬ରୁ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ କନ୍ଧମାଳ ଜିଲାରେ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଆସନ୍ତା ୧୬ରେ କନ୍ଧମାଳ ଜିଲାର କ.ନୂଆଁଗାଁ ଏବଂ ବାଲିଗୁଡା ବ୍ଲକରେ ଭୋଟ ଗ୍ରହଣ ଅନୁଷ୍ଠିତ ହେବ। ବାଲିଗୁଡା ବ୍ଲକର ୧୪ଟି ପଞ୍ଚାୟତରେ ୧୮୩ଟି ବୁଥ ଓ କ.ନୂଆଁଗାଁ ବ୍ଲକର ୧୪ଟି ପଞ୍ଚାୟତର ୧୭୭ଟି ବୁଥ ପାଇଁ ପ୍ରିଜାଇଡିଂ ଅଫିସର, ପୁଲିଂ ଅଫିସରମାନେ ବାଲିଗୁଡା ଆଦିବାସୀ ମହାବିଦ୍ୟାଳୟ କ.ନୁଆଗାଁ ବ୍ଲକ ପରିସରରେ ପହଞ୍ଚିଛନ୍ତି। ବୁଥ ପାଇଁ ବାଲେଟ ବକ୍ସ ସମେତ ସମସ୍ତ ଆସବାବପତ୍ର ସଂଗ୍ରହ କରି ନିଜ ନିଜ ଗନ୍ତବ୍ୟସ୍ଥଳ ଅଭିମୁଖେ ବାହାରିଛନ୍ତି। ବାଲିଗୁଡ଼ା ବ୍ଲକର ୧୨୬ଟି ବୁଥ ସମ୍ବେଦନଶୀଳ ଥିବା ବେଳେ କ.ନୁଆଗାଁ ବ୍ଲକର ୧୭ଟି ବୁଥକୁ ସମ୍ବେଦନଶୀଳ ବୁଥ ଭାବେ ଚିହ୍ନଟ କରାଯାଇଛି। ସମ୍ବେଦନଶୀଳ ବୁଥ ଲାଗି ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଏଥିସହିତ ବାଲିଗୁଡା ବ୍ଲକ ଓ କ.ନୁଆଗାଁ ବ୍ଲକରେ ପ୍ରଥମଥର ପାଇଁ ପିଙ୍କ ବୁଥର ଆୟୋଜନ କରିଛି ପ୍ରଶାସନ। ଏହି ପିଙ୍କ ବୁଥଗୁଡ଼ିକରେ ସମସ୍ତ ମହିଳା କର୍ମଚାରୀଙ୍କୁ ନିର୍ବାଚନ କାର୍ଯ୍ୟରେ ନିୟୋଜିତ କରାଯାଇଛି। ରାଜ୍ୟ ନିର୍ବାଚନ କମିଶନରଙ୍କ ନିୟମ ଅନୁସାରେ କୋଭିଡ କଟକଣା ମଧ୍ୟରେ ଭୋଟ ଗ୍ରହଣ ପ୍ରକ୍ରିୟା ଜାରି ରହିବ। ସେହିପରି ଭିନ୍ନକ୍ଷମ ବ୍ୟକ୍ତି ଓ କରୋନା ପଜିଟିଭ ବ୍ୟକ୍ତିମାନଙ୍କ ଲାଗି ମଧ୍ୟ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଅନ୍ୟପକ୍ଷରେ ବାଲିଗୁଡା ଅଞ୍ଚଳରେ ମାଓବାଦୀଙ୍କ ପକ୍ଷରୁ ମାଓ ପୋଷ୍ଟର ବ୍ୟାନର ଲଗାଯାଇଥିବା ଯୋଗୁ ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଦୁଇଟି ବ୍ଲକରେ ଜଣେ ଜଣେ ଅତିରିକ୍ତ ଏସ୍‌ପିଙ୍କ ସମେତ ଆବଶ୍ୟକ ଅନୁଯାୟୀ ଅଫିସର ଓ ପୋଲିସ ଫୋର୍ସ ନିୟୋଜିତ କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri