ଆଉ ଦିନକ ପରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ: ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚୁଡ଼ାନ୍ତ

ବାଲିଗୁଡ଼ା,୧୪।୨(ଡି.ଏନ.ଏ.): ରାଜ୍ୟର ବିଭିନ୍ନ ସ୍ଥାନରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଆସନ୍ତା ୧୬ରୁ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ କନ୍ଧମାଳ ଜିଲାରେ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଆସନ୍ତା ୧୬ରେ କନ୍ଧମାଳ ଜିଲାର କ.ନୂଆଁଗାଁ ଏବଂ ବାଲିଗୁଡା ବ୍ଲକରେ ଭୋଟ ଗ୍ରହଣ ଅନୁଷ୍ଠିତ ହେବ। ବାଲିଗୁଡା ବ୍ଲକର ୧୪ଟି ପଞ୍ଚାୟତରେ ୧୮୩ଟି ବୁଥ ଓ କ.ନୂଆଁଗାଁ ବ୍ଲକର ୧୪ଟି ପଞ୍ଚାୟତର ୧୭୭ଟି ବୁଥ ପାଇଁ ପ୍ରିଜାଇଡିଂ ଅଫିସର, ପୁଲିଂ ଅଫିସରମାନେ ବାଲିଗୁଡା ଆଦିବାସୀ ମହାବିଦ୍ୟାଳୟ କ.ନୁଆଗାଁ ବ୍ଲକ ପରିସରରେ ପହଞ୍ଚିଛନ୍ତି। ବୁଥ ପାଇଁ ବାଲେଟ ବକ୍ସ ସମେତ ସମସ୍ତ ଆସବାବପତ୍ର ସଂଗ୍ରହ କରି ନିଜ ନିଜ ଗନ୍ତବ୍ୟସ୍ଥଳ ଅଭିମୁଖେ ବାହାରିଛନ୍ତି। ବାଲିଗୁଡ଼ା ବ୍ଲକର ୧୨୬ଟି ବୁଥ ସମ୍ବେଦନଶୀଳ ଥିବା ବେଳେ କ.ନୁଆଗାଁ ବ୍ଲକର ୧୭ଟି ବୁଥକୁ ସମ୍ବେଦନଶୀଳ ବୁଥ ଭାବେ ଚିହ୍ନଟ କରାଯାଇଛି। ସମ୍ବେଦନଶୀଳ ବୁଥ ଲାଗି ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଏଥିସହିତ ବାଲିଗୁଡା ବ୍ଲକ ଓ କ.ନୁଆଗାଁ ବ୍ଲକରେ ପ୍ରଥମଥର ପାଇଁ ପିଙ୍କ ବୁଥର ଆୟୋଜନ କରିଛି ପ୍ରଶାସନ। ଏହି ପିଙ୍କ ବୁଥଗୁଡ଼ିକରେ ସମସ୍ତ ମହିଳା କର୍ମଚାରୀଙ୍କୁ ନିର୍ବାଚନ କାର୍ଯ୍ୟରେ ନିୟୋଜିତ କରାଯାଇଛି। ରାଜ୍ୟ ନିର୍ବାଚନ କମିଶନରଙ୍କ ନିୟମ ଅନୁସାରେ କୋଭିଡ କଟକଣା ମଧ୍ୟରେ ଭୋଟ ଗ୍ରହଣ ପ୍ରକ୍ରିୟା ଜାରି ରହିବ। ସେହିପରି ଭିନ୍ନକ୍ଷମ ବ୍ୟକ୍ତି ଓ କରୋନା ପଜିଟିଭ ବ୍ୟକ୍ତିମାନଙ୍କ ଲାଗି ମଧ୍ୟ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଅନ୍ୟପକ୍ଷରେ ବାଲିଗୁଡା ଅଞ୍ଚଳରେ ମାଓବାଦୀଙ୍କ ପକ୍ଷରୁ ମାଓ ପୋଷ୍ଟର ବ୍ୟାନର ଲଗାଯାଇଥିବା ଯୋଗୁ ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଦୁଇଟି ବ୍ଲକରେ ଜଣେ ଜଣେ ଅତିରିକ୍ତ ଏସ୍‌ପିଙ୍କ ସମେତ ଆବଶ୍ୟକ ଅନୁଯାୟୀ ଅଫିସର ଓ ପୋଲିସ ଫୋର୍ସ ନିୟୋଜିତ କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri