Posted inଖେଳ

ଅହମ୍ମଦାବାଦରେ ଖେଳାଯିବ ଦିବାରାତ୍ର ଟେଷ୍ଟ

କୋଲକାତା, ୨୧ା୧୦ (ପି.ଟି.)- ଆସନ୍ତାବର୍ଷ ପ୍ରଥମ ଭାଗରେ ଇଂଲଣ୍ଡର ଭାରତ ଟୁର୍‌ ବେଳେ ଅହମ୍ମଦାବାଦରେ ଦିବାରାତ୍ର ପିଙ୍କ୍‌ ବଲ ଟେଷ୍ଟ ଖେଳାଯିବ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି ଏଠାରେ ପ୍ରକାଶ କରିଛନ୍ତି। ଇଂଲଣ୍ଡ କ୍ରିକେଟ ଦଳ ଜାନୁୟାରୀରୁ ମାର୍ଚ୍ଚ ପର୍ଯ୍ୟନ୍ତ ଭାରତ ଟୁର୍‌ କରିବ। ଦଳ ୫ଟି ଟେଷ୍ଟ ଏବଂ ଏକ ସୀମିତ ଓଭର ସିରିଜ ଖେଳିବ। କୋଲକାତା ପ୍ରେସ୍‌ କ୍ଲବଠାରେ ସିପିଆଇ (ଏମ୍‌) ବିଧାୟକ ଆଲୋକ ଭଟ୍ଟାଚାର୍ଯ୍ୟଙ୍କ ଦ୍ୱାରା ଲିଖିତ ପୁସ୍ତକର ଉନ୍ମୋଚନ ଅବସରରେ ଗାଙ୍ଗୁଲି ଏକଥା କହିଛନ୍ତି। ବିଗତ କିଛି ଦିନ ହେଲା ଭାରତରେ କୋଭିଡ୍‌ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଥିବାରୁ ସିରିଜକୁ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) କୁୁ ସ୍ଥାନାନ୍ତର କରାଯାଇ ପାରେ। ୟୁଏଇରେ ବର୍ତ୍ତମାନ ଆଇପିଏଲ୍‌ ୨୦୨୦ ଚାଲିଛି। ବିସିସିଆଇ କିନ୍ତୁ ଦେଶରେ ଇଂଲଣ୍ଡ ଟୁର୍‌ ଆୟୋଜନ କରିବା ଲାଗି ଦୃଢମନା ରହିଛି। ଜୈବ ସୁରକ୍ଷିତ ବବଲ ସୃଷ୍ଟିକରିବା ସମେତ ସମସ୍ତ ପ୍ରକାର ସମ୍ଭାବ୍ୟ ବିକଳ୍ପ ବ୍ୟବସ୍ଥା ସମ୍ପର୍କରେ ବିଚାର କରି ଦେଖୁଛି। ଟେଷ୍ଟ ସିରିଜ ପାଇଁ ଅହମ୍ମଦାବାଦ, ଧର୍ମଶାଳା ଓ କୋଲକାତାକୁ ଭେନ୍ୟୁ ଭାବେ ମନୋନୀତ କରାଯାଇଛି। ଆହୁରି ୪ ମାସ ସମୟ ରହିଥିବାରୁ ଏ ନେଇ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇ ପାରି ନ ଥିବା ଗାଙ୍ଗୁଲି କହିଛନ୍ତି। ଇଂଲଣ୍ଡ ବିପକ୍ଷ ଘରୋଇ ସିରିଜ ପୂର୍ବରୁ ଆମର ଅଷ୍ଟ୍ରେଲିଆ ଟୁର୍‌ ରହିଛି। ତେଣୁ ଏହାକୁ ଆମେ ଅଗ୍ରାଧିକାର ଦେଉଛୁ। ଏଥିପାଇଁ ଦଳ ଚୟନ କିଛି ଦିନ ମଧ୍ୟରେ ହେବ ବୋଲି ବିସିସିଆଇ ସଭାପତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

ଡିପଫେକ୍‌ରେ ଗମ୍ଭୀର: ଆପତ୍ତିଜନକ ପୋଷ୍ଟ ହଟାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬ା୩: ଦିଲ୍ଲୀ ହାଇକୋର୍ଟ ଗୁଗଲ, ମେଟା ଓ ଆମାଜନ ଭଳି ଅଗ୍ରଣୀ ଟେକ୍‌ ପ୍ଲାଟଫର୍ମକୁ ପୂର୍ୱତନ କ୍ରିକେଟର ତଥା ବର୍ତ୍ତମାନ ଭାରତୀୟ ଦଳର ମୁଖ୍ୟ କୋଚ୍‌ ଗୌତମ…

IPL 2026: ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କଲା BCCI, ୧୨ ସହରରେ ମୁକାବିଲା, ମାର୍ଚ୍ଚ ୨୮ରୁ ଆରମ୍ଭ ହେବ…

ନୂଆଦିଲ୍ଲୀ,୨୬।୩: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ। ବିସିସିଆଇ (BCCI) ପକ୍ଷରୁ ଆଇପିଏଲ ୨୦୨୬ (IPL 19th Season)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଆସନ୍ତାମାର୍ଚ୍ଚ ୨୮ ତାରିଖରୁ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍

କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ,…

ହେବନି IPL 2026ର ଉଦଘାଟନୀ ଉତ୍ସବ, ଏହି କାରଣରୁ BCCI ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୬ା୩: IPL ୨୦୨୬ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି BCCI । ଉଦଘାଟନୀ ଉତ୍ସବକୁ ବାତିଲ କରାଯାଇଛି । ଗତ ବର୍ଷ ବେଙ୍ଗାଲୁରୁରେ RCBର ବିଜୟ…

ICC Rankings: ବିନା ଖେଳରେ ସୂର୍ଯ୍ୟକୁମାର ଯାଦବଙ୍କୁ ମିଳିଲା ଫାଇଦା, ପୁଣି ଥରେ…

ନୂଆଦିଲ୍ଲୀ,୨୫।୩: ICC ପୁଣିଥରେ ତା’ର ସଦ୍ୟତମ ରାଙ୍କିଙ୍ଗ ପ୍ରକାଶ କରିଛି । ଯଦିଓ ପୂର୍ବ ଅପଡେଟ୍ ପରଠାରୁ ବହୁତ ଟି-୨୦ ମ୍ୟାଚ୍ ହୋଇନାହିଁ – ଅର୍ଥାତ୍ ଏଥିରେ କୌଣସି…

IPL ଇତିହାସର ସବୁଠାରୁ ବଡ଼ ଡିଲ: ରାଜସ୍ଥାନ ରୟାଲ୍ସ ପରେ ବିକ୍ରି ହୋଇଗଲା RCB, ରେକର୍ଡ ୧୬,୬୬୦ କୋଟିରେ କିଣିଲେ…

ନୂଆଦିଲ୍ଲୀ, ୨୪।୩: ଆଇପିଏଲ୍‌ ୧୯ତମ ସିଜନ ଆରମ୍ଭ ହେବାକୁ ମାତ୍ର ୪ ଦିନ ବାକି ଥିବା ବେଳେ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri