Posted inଜାତୀୟ

ବିବାହର ଗୋଟିଏ ଦିନ ପୂର୍ବରୁ କନ୍ୟାଙ୍କ ଏମିତି କାଣ୍ଡ: ସମସ୍ତଙ୍କ ଉଡିଲା ହୋଶ୍‌

ଲକ୍ଷ୍ନୌ,୨୧।୧୨: ଉତ୍ତରପ୍ରଦେଶରେ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଜଣେ ମାତାପିତା ଝିଅ ବାହାଘର ପାଇଁ ସମସ୍ତ ପ୍ରସ୍ତୁତି କରିଥିଲେ। ଅତିଥିମାନେ ପହଞ୍ଚିଥିଲେ, ଘର ସଜାଯାଇଥିଲା। କିନ୍ତୁ ଶେଷ ମୁହୂର୍ତ୍ତରେ କନ୍ୟା ଏପରି କାମ କରିଥିଲେ ଯେ ପରିବାର ସଦସ୍ୟଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିବାକୁ ପଡିଥିଲା।
ଉତ୍ତରପ୍ରଦେଶର ଫିରୋଜାବାଦରେ ଏଭଳି ଘଟଣା ଘଟିଛି। ଫିରୋଜାବାଦର କୌଶଲ୍ୟା ନଗରର ବାସିନ୍ଦା ପୁରଣଙ୍କ ବିବାହ ଜାଲକରୀ ନଗରର ବାସିନ୍ଦା ନରେଶ କୁମାରଙ୍କ ସହ ସ୍ଥିର ହୋଇଥିଲା। କିନ୍ତୁ ବିବାହର ଗୋଟିଏ ଦିନ ପୂର୍ବରୁ କନ୍ୟା ନିଜ ପ୍ରେମିକଙ୍କ ସହ ପଳାଇ ଯାଇଥିଲେ। ଅଭିଯୋଗ ହୋଇଛି ଯେ କନ୍ୟା ଘରେ ବିବାହ ପ୍ରସ୍ତୁତିରେ ବ୍ୟସ୍ତ ଥିବା ପରିବାର ସଦସ୍ୟଙ୍କୁ ଚା’ରେ ନିଶା ଦେଇ ଚେତାଶୂନ୍ୟ କରିଦେଇଥିଲେ। ଏହା ପରେ ଘରେ ରଖାଯାଇଥିବା ଟଙ୍କା ଏବଂ ଅଳଙ୍କାର ନେଇ ବର ସହ ଫେରାର ହୋଇଯାଇଥିଲେ। ପରିବାର ସଦସ୍ୟ ହୋଶ୍‌ ଆସିବା ପରେ ଝିଅ କାରନାମା ଦେଖି ଚକିତ ହୋଇପଡିଥିଲେ। ଏହା ପରେ ପରିବାର ଲୋକେ ପୋଲିସରେ ଅଭିଯୋଗ କରିଥିଲେ। ଏଭଳି ପରିସ୍ଥିତିରେ କନ୍ୟା ଘର ଲୋକମାନେ ବରର ସାନ ଭଉଣୀକୁ ବିବାହ ପ୍ରସ୍ତାବ ଦେଇଥିଲେ। ଶେଷରେ ବର ବିବାହ କରିବାକୁ ରାଜି ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri