ଯେଉଁଦିନ କ୍ରିକେଟରେ ହୋଇଥିଲେ ଚାମ୍ପିଅନ, ଠିକ୍‌ ସେହିଦିନ ଆସିବ ଅନାସ୍ଥା ପ୍ରସ୍ତାବ

ଇସଲାମାବାଦ,୨୫ା୩: ପାକିସ୍ତାନ କ୍ରିକେଟ ଇତିହାସରେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଦିନ ଥିଲା ୧୯୯୨ ମସିହା ମାର୍ଚ୍ଚ ୨୫ ତାରିଖ। ଠିକ୍‌ ୩୦ ବର୍ଷ ତଳେ ଏହିଦିନ ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ପାକିସ୍ତାନ ବିଶ୍ୱକପ ଚାମ୍ପିଅନ ହୋଇଥିଲା। ଯଦିଓ ପାକିସ୍ତାନ ବିଜୟ ପଛରେ ଅନେକ ହିରୋ ଥିଲେ। ସେମାନଙ୍କ ମଧ୍ୟରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଥିଲେ କ୍ରିକେଟର ଇନ୍‌ଜାମାମ୍‌-ଉଲ୍‌-ହକ୍‌ ଏବଂ ଓ୍ବାଶିମ ଆକ୍ରମ। କିନ୍ତୁ ପାକିସ୍ତାନର ବିଜୟ ମୁକୁଟ କ୍ୟାପଟେନ ଇମ୍ରାନ ଖାନଙ୍କ ମୁଣ୍ଡରେ ବନ୍ଧା ଯାଇଥିଲା।  ବିଶ୍ୱକପ ଜିତିବା ରାସ୍ତାରେ ପାକିସ୍ତାନ ମଧ୍ୟ ଭାରତ ଦ୍ୱାରା ପରାସ୍ତ ହୋଇଛି, ତେବେ ବିଶ୍ୱକପ ବିଜେତା ହେବା ପରେ ଇମ୍ରାନଙ୍କ ସୁଖ୍ୟାତି ଏବଂ ସ୍ଥିତି ସର୍ବୋଚ୍ଚସ୍ତରରେ ପହଞ୍ଚିଛି।

୩୦ ବର୍ଷ ପରେ ସେହି ମାର୍ଚ୍ଚ ୨୫ ତାରିଖ ଅର୍ଥାତ୍‌ ଆଜିର ଦିନରେ ପାକିସ୍ତାନ ସଂସଦରେ ୬୯ ବର୍ଷୀୟ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଅଣାଯିବ। ଆଜି ପୂର୍ବାହ୍ନ ୧୧ଟାରେ ଅଧିବେଶନ ଆରମ୍ଭ ହେବ। ପାକିସ୍ତାନର ମୁଖ୍ୟ ବିରୋଧୀ ଦଳ ନଓ୍ବାଜ ସରିଫଙ୍କ ମୁସଲିମ ଲିଗ ଏବଂ ବିଲାଓ୍ବଲ ଭୁଟ୍ଟୋଙ୍କ ପାକିସ୍ତାନ ପିପୁଲ୍ସ ପାର୍ଟି ମାର୍ଚ୍ଚ ୮ରେ ସଂସଦରେ ଅନାସ୍ଥା ପ୍ରସଙ୍ଗ ଉଠାଇଥିଲେ। ଏଥିରେ କୁହାଯାଇଥିଲା, ଇମ୍ରାନ ଦେଶରେ ଅନାହାର ପରିସ୍ଥିତି ସୃଷ୍ଟି କରିଛନ୍ତି ଏବଂ ଦେଶ ଧ୍ୱଂସ ହେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପହିଲି ରଜରେ ସ୍ତ୍ରୀ ହେଉଥିଲେ ସଜବାଜ; କଟୁରୀରେ ହାଣିଲେ ସ୍ୱାମୀ, କାରଣ ଜାଣିଲେ ତାଜୁବ ହୋଇଯିବେ…

ଭୁବନେଶ୍ୱର୧୪।୬: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜର ଆନନ୍ଦ ଉଲ୍ଲାସ ମଧ୍ୟରେ ମଞ୍ଚେଶ୍ୱର ଅଞ୍ଚଳରେ ଘଟିଯାଇଛି ଏକ ରକ୍ତାକ୍ତ…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

୨୪ ଘଣ୍ଟାରେ ହୋଇପାରେ ଆମେରିକା-ଇରାନ ଶାନ୍ତି ଚୁକ୍ତି: ଶେହବାଜ

ଇସ୍‌ଲାମାବାଦ,୧୩ା୬: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବନ୍ଦ ପାଇଁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଚୂଡ଼ାନ୍ତ ହୋଇପାରେ ବୋଲି ମୁଖ୍ୟ ମଧ୍ୟସ୍ଥ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri