ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ ଦିନ ହେବ ଜନତା କର୍ଫ୍ୟୁ

ଭବାନୀପାଟଣା,୫।୧୧(ସ୍ବ.ପ୍ର.): ମମିତା ମେହେର ହତ୍ୟା ଘଟଣା ରାଜ୍ୟରେ ଏବେ ହଇଚୟ ସୃଷ୍ଟି କରିଛି। ମମିତାଙ୍କୁ ନ୍ୟାୟ ଦେବା ପାଇଁ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଭକ୍ତ ଦାସ ଲଢେଇକୁ ଜୋରଦାର କରିଛନ୍ତି। ଆସନ୍ତା ୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗ୍ରସ୍ତକୁ ବିରୋଧ କରି ଉକ୍ତ ଦିନ ଜନତା କର୍ଫ୍ୟୁ ପାଳନ କରିବାକୁ କଳାହାଣ୍ଡିବାସୀଙ୍କୁ ସେ ଆହ୍ବାନ ଦେଇଛନ୍ତି। ଏନେଇ ବରିଷ୍ଠ କଂଗ୍ରେସ ନେତା ଦାସ ଏକ ଭିଡିଓ ପ୍ରସ୍ତୁତ କରି ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି।

ସୂଚନା ଯୋଗ୍ୟ, ଆସନ୍ତା ୮ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ଜିଲା ଗ୍ରସ୍ତ କାର୍ଯ୍ୟକ୍ରମ ରହିଛି। ଏହାକୁ ବିରୋଧ କରି ଭକ୍ତ ଦାସ କଳାହାଣ୍ଡିବାସୀଙ୍କୁ ଜନତା କର୍ଫ୍ୟୁ ପାଳନ କରିବାକୁ ନିବେଦନ କରିଛନ୍ତି। ସେହିପରି ୭ ତାରିଖରେ ମମିତାଙ୍କ ଆତ୍ମାର ସଦ୍‌ଗତି ନିମନ୍ତେ ପୂର୍ବାହ୍ନ ୧୧ଟାରେ ୨ ମିନିଟ ନୀରବ ପ୍ରାର୍ଥନା କରିବାକୁ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୮ ତାରିଖରେ କଳାହାଣ୍ଡି ଜିଲା ଗସ୍ତରେ ଆସି ମନ୍ତ୍ରୀଙ୍କୁ ବାହାଦୁରି ଦେବାକୁ ଚେଷ୍ଟା କରୁଛନ୍ତି। ମୁଖ୍ୟମନ୍ତ୍ରୀ କଳାହାଣ୍ଡି ଗସ୍ତରେ ନ ଆସି ଭୁବନେଶ୍ୱରେ ରହି ଭିଡିଓ କନ୍‌ଫେରେସିଂ ମାଧ୍ୟରେ କାର୍ଯ୍ୟକ୍ରମର ଉଦ୍‌ଘାଟନ କରନ୍ତୁ। ମମିତାଙ୍କୁ ନ୍ୟାୟ ମିଳୁ। କଳାହାଣ୍ତି ଜିଲା କଳଙ୍କିତ ନ ହେଉ ବୋଲି ଭକ୍ତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମାର୍ଟ ପୋଲିସିଂ’ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧୦ସୂତ୍ରୀ ବ୍ଲୁ-ପ୍ରିଣ୍ଟ: ଜାଣନ୍ତୁ କ’ଣ…

ଭୁବନେଶ୍ୱର, ୩୦।୮ (ସୁନିତ୍‌ ମିଶ୍ର): ଭୁବନେଶ୍ୱରସ୍ଥିତ ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…

ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri