ଅଭିନେତ୍ରୀ ଆତ୍ମହତ୍ୟା କରିଥିବା କହିଲେ ଡିସିପି, ହତ୍ୟା ଅଭିଯୋଗ ଆଣିଲା ପରିବାର

ଭୁବନେଶ୍ୱର,୨୦।୬(ବ୍ୟୁରୋ): ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝା ଆତ୍ମହତ୍ୟା କରିଛନ୍ତି। ଏହା ସ୍ପଷ୍ଟ ଭାବେ ଜଣାପଡୁଥିବା ଭୁବନେଶ୍ୱର ଡିସିପି ପ୍ରତୀକ ସିଂହ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି ।
ଏହାସହ ଡିସିପି କହିଛନ୍ତି ଯେ, ଘଟଣାସ୍ଥଳକୁ ପୋଲିସର ଏକ ଟିମ ଯାଇ ତଦନ୍ତ କରିଛି । ସେଠାରୁ ଏକ ହାତଲେଖା ଚିଠି ଓ ଲାପ୍‌ଟପ୍‌ ମିଳିଛି । ରଶ୍ମିରେଖା ଡିପ୍ରେଶନରେ ରହୁଥିବା ପରି ଜଣାପଡୁଛି। ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଯାଇଛି । ରିପୋର୍ଟ ଆସିବା ମୃତ୍ୟୁର କାରଣ ଆହୁରି ସ୍ପଷ୍ଟ ହେବ ବୋଲି ସେ କହିଛନ୍ତି। ଅନ୍ୟପକ୍ଷେ ମୃତଦେହରେ କୌଣସି କ୍ଷତାକ୍ତ ଚିହ୍ନ ନ ଥିବା ସେ କହିଛନ୍ତି।
ଅନ୍ୟପଟେ ରଶ୍ମିଙ୍କ ମୃତ୍ୟୁ ପାଇଁ ସନ୍ତୋଷ ପାତ୍ର ନାମକ ଜଣେ ଯୁବକଙ୍କୁ ପରିବାର ଲୋକେ ଦାୟୀ କରିଛନ୍ତି। ଘଟଣାର ତଦନ୍ତ କରି ଅଭିଯୁକ୍ତଙ୍କୁ ଉପଯୁକ୍ତ ଦଣ୍ଡ ଦେବାକୁ ଦାବି କରିଛନ୍ତି । ପରିବାର ଲୋକେ କହିଛନ୍ତି, ଘର ମାଲିକଙ୍କ କହିବା ଅନୁସାରେ ରଶ୍ମି ଜଣେ ଯୁବକଙ୍କ ସହିତ ରହୁଥିଲା । ଉଭୟେ ବିବାହ କରିଥିଲେ। କିନ୍ତୁ ଏ ଖବର ଆମ ପାଖରେ ନ ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri