ମୃତକଙ୍କୁ ମିଳୁଛି, ଭିନ୍ନକ୍ଷମଙ୍କୁ ନୁହେଁ

ଯାଜପୁର ଅଫିସ, ୧୧ା୧: ଯାଜପୁର ଜିଲାରେ ମୃତ ବ୍ୟକ୍ତିଙ୍କ ନାମରେ ନକଲି ଟିପ ଚିହ୍ନ ଦେଇ ଭତ୍ତା ଉଠା ଯାଉଥିବାବେଳେ ପ୍ରକୃତ ହିତାଧିକାରୀ ଏହି ଯୋଜନାର ସୁଫଳ ପାଇବାରୁ ବଞ୍ଚି ହୋଇଛନ୍ତି। ଏପରି ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ରସଲପୁର ବ୍ଳକ ଅଧୀନ ମଙ୍ଗରାଜପୁର ପଞ୍ଚାୟତ ଖଣ୍ଡାସ ଗ୍ରାମରେ। ଏହି ଗ୍ରାମର ଦଳିତ ସାହିରେ ବାସକରୁଥିବା ଶ୍ରୀଧର ମଳିକଙ୍କ ପୁଅ ଭୋଳାନାଥ(୧୬)ଶତ ପ୍ରତିଶତ ଭିନ୍ନକ୍ଷମ। ହେଲେ ଏ ଯାଏଁ ଜିଲା ପ୍ରଶାସନଙ୍କ ଦୃଷ୍ଟି ତାଙ୍କ ଉପରେ ପଡିନାହିଁ। ସରକାରୀ ସହାୟତାରୁ ସେ ବଞ୍ଚିତ ହୋଇଛନ୍ତି। ଶ୍ରୀଧର ବହୁଦିନ ହେବ ଚାଳ ଛପର ଘରେ ଜରିପାଲ ପକାଇ ଅତି ଦୟନୀୟ ଅବସ୍ଥାରେ ରହି ଆସୁଛନ୍ତି। ବାପା ଶ୍ରୀଧର ଦିନ ମଜୁରିଆ ଭାବେ କାମ କରନ୍ତି। ସେଥିରୁ ଯେଉଁ ଅର୍ଥ ଉର୍ପାଜନ କରନ୍ତି ସେଥିରେ ପରିବାର ଚଳାଇବା କଷ୍ଟସାଧ୍ୟ ହୋଇପଡ଼ୁଛି। ଭୋଲାନାଥ ଜନ୍ମରୁ ଦୁଇ ଆଖି ହରାଇ ଭିନ୍ନକ୍ଷମ ଜୀବନ ବିତାଉଛନ୍ତି। ଭିନ୍ନକ୍ଷମ ଯୋଜନାରେ ଏ ଯାଏଁ ତାଙ୍କୁ ଭତ୍ତା ମିଳିପାରି ନାହିଁ। ବରଂ ବିଞ୍ଝାରପୁର ବ୍ଲକରେ ୨୦ ଜଣ ମୃତ ବ୍ୟକ୍ତିଙ୍କ ନାମରେ ବିଭିନ୍ନ ଯୋଜନାରେ ନକଲି ଟିପ ଚିହ୍ନ ଦେଇ ଭତ୍ତା ଉଠାଯାଉଥିବା ଅଭିଯୋଗ ହୋଇ ସାରିଛି। ଏହି ବ୍ଳକର ସୟଦପୁର ପଞ୍ଚାୟତରେ ମଧୁବାବୁ ପେନସନ ଯୋଜନା, ବିଧବାଭତ୍ତା ଓ ଭିନ୍ନକ୍ଷମ ଭତ୍ତାର ଆକ୍ୟୁଟାନ୍ସ (ପ୍ରାପ୍ତି ପତ୍ର) ରେଜିଷ୍ଟାରରୁ ଏଭଳି ଦୁର୍ନୀତି ହୋଇଥିବା ସଂକ୍ରାନ୍ତରେ ଗତ ୨୪ ତାରିଖରେ ଧରିତ୍ରୀରେ ତଥ୍ୟଭିତ୍ତିକ ଖବର ପ୍ରକାଶ ପାଇଥିଲା। କିନ୍ତୁ ଏଯାଏ ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ଉପଯୁକ୍ତ ତଦନ୍ତ କରାଯାଇ ଏଥିରେ ସମ୍ପୃକ୍ତ ଦୋଷୀଙ୍କ ବିରୋଧରେ ଆଖିଦୃଶିଆ କାର୍ଯ୍ୟାନୁଷ୍ଠାନ ଗ୍ରହଣ ହୋଇ ପାରିନାହିଁ।
ଅନ୍ୟପକ୍ଷେ ପିଲାଟି ଦିନରୁ ଭୋଳାନାଥଙ୍କ ବାଦ୍ୟ ଯନ୍ତ୍ର ଉପରେ ଆଗ୍ରହ ଥିବା ହେତୁ ସେ ଭୁବନେଶ୍ୱରସ୍ଥିତ ଲୁଇସ୍‌ ବ୍ରେଲି ସ୍କୁଲରେ ପ୍ରାୟ ୩ ବର୍ଷ ହେବ ନାମ ଲେଖାଇ ତବଲା ବାଦ୍ୟଯନ୍ତ୍ର ଉପରେ ଶିକ୍ଷା ଗ୍ରହଣ କରୁଥିବା ସେ କହିଛନ୍ତି। ଥିଲାବାଲାଙ୍କୁ ସରକାରୀ ସହାୟତା ମିଳୁଥିବା ବେଳେ ଗରିବ ଲୋକଙ୍କୁ ମିଳୁନାହିଁ ବୋଲି ଅଞ୍ଚଳବାସୀ ପ୍ରକାଶ କରିଛନ୍ତି । ଘର ଖଣ୍ଡେ ପାଇବା ପାଇଁ ପଞ୍ଚାୟତ କାର୍ଯ୍ୟାଳୟଠାରୁ ଆରମ୍ଭ କରି ଜିଲା କାର୍ଯ୍ୟାଳୟ ପର୍ଯ୍ୟନ୍ତ ଦୌଡି କେବଳ ମିଥ୍ୟା ପ୍ରତିଶ୍ରୁତିରେ ସେ ନୟାନ୍ତ ହୋଇ ଫେରୁଥିବା ପରିବାର ବର୍ଗ କହିଛନ୍ତି। ଏହି ଅସହାୟ ଭିନ୍ନକ୍ଷମ ପରିବାର ବର୍ଗଙ୍କୁ ସହାୟତା ଯୋଗାଇ ଦେବା ପାଇଁ ସ୍ଥାନୀୟ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

ବେଆଇନ ବେଟିଂ ଆପ ମାମଲାରେ ଇଡିର ବଡ଼ ଆକ୍ସନ: ପୂର୍ବତନ କ୍ରିକେଟର, ବଲିଉଡ ସେଲିବିଟ୍ରିଙ୍କ ସମ୍ପତ୍ତି ଜବତ, ଜାଣନ୍ତୁ କାହାଠୁ କେତେ…

ନୂଆଦିଲ୍ଲୀ,୧୯।୧୨: ବେଆଇନ ବେଟିଂ ଆପ ମାମଲାରେ ଇଡି ବଡ଼ ଆକ୍ସନ ନେଇଛି। ପୂର୍ବତନ କ୍ରିକେଟର ଓ ବଲିଉଡ ସେଲିବେଟ୍ରିଙ୍କ ସମ୍ପତ୍ତି ଜବତ କରାଯାଇଛି। ଯୁବରାଜ ସିଂଙ୍କ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

ଡିସେମ୍ୱର ୩୧ ସୁଦ୍ଧା ସାରି ନିଅନ୍ତୁ ଏସବୁ କାମ, ନ ହେଲେ ସହିବେ ବଡ଼ କ୍ଷତି!

ନୂଆଦିଲ୍ଲୀ,୧୯।୧୨: ୨୦୨୫ ମସିହାର ଶେଷ ମାସ ଡିସେମ୍ୱର ମାସ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ଡିସେମ୍ୱର ୧୯ ତାରିଖ, ଅର୍ଥାତ ବର୍ଷ ଶେଷ ହେବାକୁ...

୬ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର, ଦେଖିବାକୁ ଲୋକଙ୍କ ଭିଡ଼

ଧର୍ମଶାଳା,୧୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଗଡମଧୁପୁର ନିକଟରୁ ଏକ ୬ଫୁଟ ଲମ୍ବର ଅଜଗର ଶୁକ୍ରବାର ଦିନ ଉଦ୍ଧାର କରାଯାଇଛି। ଗ୍ରାମରେ ଥିବା ଏକ...

ପୁରୁଷୋତ୍ତମପୁର ସବ୍‌-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: କାର୍ଯ୍ୟାନୁଷ୍ଠାନ ଲାଗି ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍‌ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟି ଜମିର ପ୍ରକୃତ ମାଲିକଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି...

କେବେ ବୃଦ୍ଧି ହେବ ଦରମା ଆଉ କେତେ ବୃଦ୍ଧି ହେବ? ଅଷ୍ଟମ ବେତନ କମିଶନରକୁ ନେଇ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୯।୧୨: ସପ୍ତମ ବେତନ କମିଶନର କାର୍ଯ୍ୟକାଳ ଡିସେମ୍ବର ୩୧, ୨୦୨୫ରେ ଶେଷ ହେବାକୁ ଯାଉଛି, ଏବଂ ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ...

ବିଜେଡି ନେତାଙ୍କ ମେଳିକୁ ନେଇ ପ୍ରଶ୍ନ କରିବାରୁ ଚିହିଁକି ଉଠିଲେ ନେତା: କହିଲେ କେହି ବଙ୍କା କରିପାରିବେ…

ଭୁବନେଶ୍ୱର,୧୯।୧୨: ବିଜେଡି ନେତାଙ୍କ ମେଳିକୁ ନେଇ ପ୍ରଶ୍ନ ପଚାରିବାରୁ ଚିହିଁକି ଉଠିଲେ ରାଜେନ୍ଦ୍ର। ସାମ୍ବାଦିକଙ୍କ ପ୍ରଶ୍ନରେ ପୂର୍ବତନ ବିଧାୟକ ରାଜେନ୍ଦ୍ର ସାହୁ ଚିହିଁକି ଉଠିଛନ୍ତି। ଖରାପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri