ମୃତକଙ୍କୁ ମିଳୁଛି, ଭିନ୍ନକ୍ଷମଙ୍କୁ ନୁହେଁ

ଯାଜପୁର ଅଫିସ, ୧୧ା୧: ଯାଜପୁର ଜିଲାରେ ମୃତ ବ୍ୟକ୍ତିଙ୍କ ନାମରେ ନକଲି ଟିପ ଚିହ୍ନ ଦେଇ ଭତ୍ତା ଉଠା ଯାଉଥିବାବେଳେ ପ୍ରକୃତ ହିତାଧିକାରୀ ଏହି ଯୋଜନାର ସୁଫଳ ପାଇବାରୁ ବଞ୍ଚି ହୋଇଛନ୍ତି। ଏପରି ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ରସଲପୁର ବ୍ଳକ ଅଧୀନ ମଙ୍ଗରାଜପୁର ପଞ୍ଚାୟତ ଖଣ୍ଡାସ ଗ୍ରାମରେ। ଏହି ଗ୍ରାମର ଦଳିତ ସାହିରେ ବାସକରୁଥିବା ଶ୍ରୀଧର ମଳିକଙ୍କ ପୁଅ ଭୋଳାନାଥ(୧୬)ଶତ ପ୍ରତିଶତ ଭିନ୍ନକ୍ଷମ। ହେଲେ ଏ ଯାଏଁ ଜିଲା ପ୍ରଶାସନଙ୍କ ଦୃଷ୍ଟି ତାଙ୍କ ଉପରେ ପଡିନାହିଁ। ସରକାରୀ ସହାୟତାରୁ ସେ ବଞ୍ଚିତ ହୋଇଛନ୍ତି। ଶ୍ରୀଧର ବହୁଦିନ ହେବ ଚାଳ ଛପର ଘରେ ଜରିପାଲ ପକାଇ ଅତି ଦୟନୀୟ ଅବସ୍ଥାରେ ରହି ଆସୁଛନ୍ତି। ବାପା ଶ୍ରୀଧର ଦିନ ମଜୁରିଆ ଭାବେ କାମ କରନ୍ତି। ସେଥିରୁ ଯେଉଁ ଅର୍ଥ ଉର୍ପାଜନ କରନ୍ତି ସେଥିରେ ପରିବାର ଚଳାଇବା କଷ୍ଟସାଧ୍ୟ ହୋଇପଡ଼ୁଛି। ଭୋଲାନାଥ ଜନ୍ମରୁ ଦୁଇ ଆଖି ହରାଇ ଭିନ୍ନକ୍ଷମ ଜୀବନ ବିତାଉଛନ୍ତି। ଭିନ୍ନକ୍ଷମ ଯୋଜନାରେ ଏ ଯାଏଁ ତାଙ୍କୁ ଭତ୍ତା ମିଳିପାରି ନାହିଁ। ବରଂ ବିଞ୍ଝାରପୁର ବ୍ଲକରେ ୨୦ ଜଣ ମୃତ ବ୍ୟକ୍ତିଙ୍କ ନାମରେ ବିଭିନ୍ନ ଯୋଜନାରେ ନକଲି ଟିପ ଚିହ୍ନ ଦେଇ ଭତ୍ତା ଉଠାଯାଉଥିବା ଅଭିଯୋଗ ହୋଇ ସାରିଛି। ଏହି ବ୍ଳକର ସୟଦପୁର ପଞ୍ଚାୟତରେ ମଧୁବାବୁ ପେନସନ ଯୋଜନା, ବିଧବାଭତ୍ତା ଓ ଭିନ୍ନକ୍ଷମ ଭତ୍ତାର ଆକ୍ୟୁଟାନ୍ସ (ପ୍ରାପ୍ତି ପତ୍ର) ରେଜିଷ୍ଟାରରୁ ଏଭଳି ଦୁର୍ନୀତି ହୋଇଥିବା ସଂକ୍ରାନ୍ତରେ ଗତ ୨୪ ତାରିଖରେ ଧରିତ୍ରୀରେ ତଥ୍ୟଭିତ୍ତିକ ଖବର ପ୍ରକାଶ ପାଇଥିଲା। କିନ୍ତୁ ଏଯାଏ ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ଉପଯୁକ୍ତ ତଦନ୍ତ କରାଯାଇ ଏଥିରେ ସମ୍ପୃକ୍ତ ଦୋଷୀଙ୍କ ବିରୋଧରେ ଆଖିଦୃଶିଆ କାର୍ଯ୍ୟାନୁଷ୍ଠାନ ଗ୍ରହଣ ହୋଇ ପାରିନାହିଁ।
ଅନ୍ୟପକ୍ଷେ ପିଲାଟି ଦିନରୁ ଭୋଳାନାଥଙ୍କ ବାଦ୍ୟ ଯନ୍ତ୍ର ଉପରେ ଆଗ୍ରହ ଥିବା ହେତୁ ସେ ଭୁବନେଶ୍ୱରସ୍ଥିତ ଲୁଇସ୍‌ ବ୍ରେଲି ସ୍କୁଲରେ ପ୍ରାୟ ୩ ବର୍ଷ ହେବ ନାମ ଲେଖାଇ ତବଲା ବାଦ୍ୟଯନ୍ତ୍ର ଉପରେ ଶିକ୍ଷା ଗ୍ରହଣ କରୁଥିବା ସେ କହିଛନ୍ତି। ଥିଲାବାଲାଙ୍କୁ ସରକାରୀ ସହାୟତା ମିଳୁଥିବା ବେଳେ ଗରିବ ଲୋକଙ୍କୁ ମିଳୁନାହିଁ ବୋଲି ଅଞ୍ଚଳବାସୀ ପ୍ରକାଶ କରିଛନ୍ତି । ଘର ଖଣ୍ଡେ ପାଇବା ପାଇଁ ପଞ୍ଚାୟତ କାର୍ଯ୍ୟାଳୟଠାରୁ ଆରମ୍ଭ କରି ଜିଲା କାର୍ଯ୍ୟାଳୟ ପର୍ଯ୍ୟନ୍ତ ଦୌଡି କେବଳ ମିଥ୍ୟା ପ୍ରତିଶ୍ରୁତିରେ ସେ ନୟାନ୍ତ ହୋଇ ଫେରୁଥିବା ପରିବାର ବର୍ଗ କହିଛନ୍ତି। ଏହି ଅସହାୟ ଭିନ୍ନକ୍ଷମ ପରିବାର ବର୍ଗଙ୍କୁ ସହାୟତା ଯୋଗାଇ ଦେବା ପାଇଁ ସ୍ଥାନୀୟ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri