ଗାଁକୁ ଫେରୁଛି ଦାଦନ ଶ୍ରମିକଙ୍କ ମୃତଦେହ, ଚାତକ ପରି ଚାହିଁ ରହିଛନ୍ତି ପରିବାର ଲୋକେ

କୋକସରା,୨୬ା୧୧(ଡି.ଏନ୍‌.ଏ.): ବିଗତ କିଛି ମାସ ମଧ୍ୟରେ କଳାହାଣ୍ଡି ଜିଲା କୋକସରା ବ୍ଲକର ବିଭିନ୍ନ ଗ୍ରାମକୁ ଦାଦନ ଶ୍ରମିକଙ୍କ ମୃତଦେହ ଫେରିଛି। ପୁଣି ଆଉ ଜଣେ ଦାଦନ ଶ୍ରମିକର ମୃତ୍ୟୁ ପରେ ଗାଁକୁ ମୃତଦେହ ଫେରୁଥିବା ନେଇ ସୂଚନା ମିଳିଛି। ବ୍ଲକର ଡୁଡୁକାଠେଙ୍ଗା ପଞ୍ଚାୟତ ଡୁଡୁକାଠେଙ୍ଗା ଗ୍ରାମର ଗୁରୁଦା ମାଝିଙ୍କ ପୁଅ ମୀନକେତନ ମାଝି (୧୮) ଗତ ୭ ମାସ ତଳେ ଘରର ଆର୍ଥିକ ସ୍ଥିତି କାରଣରୁ ବାଙ୍ଗାଲୋର ନିକଟସ୍ଥ ନାଗବରାରେ ଏକ ଠିକାଦାରଙ୍କ ନିକଟରେ କାମ କରୁଥିଲେ। ସବୁ ଠିକ ଠାକ୍‌୍‌ ଚାଲିଥିଲା। ଘରକୁ ମାସକୁ ମାସ ଟଙ୍କା ମଧ୍ୟ ପଠାଉଥିଲେ। ତେବେ ଶୁକ୍ରବାର ମଧ୍ୟାହ୍ନରେ ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ସାଥି ଶ୍ରମିକମାନେ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ହେଲେ ଚିକତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଥିଲା। ମୃତ୍ୟୁ ପରେ ଠିକାଦାର ଯୁବକଙ୍କ ପରିବାରକୁ ଖବର ଦେଇଥିଲେ। ମୃତ୍ୟୁ ଖବର ଶୁଣିବା ପରେ ପରିବାର ଲୋକେ ଭାଙ୍ଗି ପଡ଼ିଛନ୍ତି। ଅନ୍ୟପଟେ ଠିକାଦାର ମୃତ ଶ୍ରମିକଙ୍କ ଶବକୁ ତାଙ୍କ ଭିଟାମାଟିକୁ ଏକ ଆମ୍ବୁଲାନ୍ସରେ ପଠାଉଥିବା ନେଇ ସୂଚନା ମିଳିଛି। ରବିବାର ସନ୍ଧ୍ୟା ସୁଦ୍ଧା ମୃତଦେହ ଗାଁକୁ ଫେରିବ। ପୁଅକୁ ହରାଇ ମା’ ବାହୁନି ବାହୁନି କାନ୍ଦୁଥିବା ବେଳେ ସ୍ଥାନୀୟ ସରପଞ୍ଚ ହରିପ୍ରିୟା ନାଗ ମୃତକଙ୍କ ପରିବାରକୁ ଭେଟି ସମବେଦନା ଜଣାଇବା ସହ ସରକାରୀ ଭାବେ ଯାହା ସହାୟତା ରହିଛି ଯୋଗାଇ ଦିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡି ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘର କର୍ମକର୍ତ୍ତା ଚୟନ

କେସିଙ୍ଗା,୯ା୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ପ୍ରାଥମିକ ଶିକ୍ଷକ ସଂଘର ନୂତନ ଜିଲାସ୍ତରୀୟ କର୍ମକର୍ତ୍ତା ନିର୍ବାଚନ ରବିବାର ବୋରିଙ୍ଗ ପଦରସ୍ଥିତ ଏକ ହୋଟେଲରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ…

ଟି-୨୦ ବିଶ୍ୱକପ ଇତିହାସର ସବୁଠାରୁ ଲଜ୍ଜାଜନକ ସ୍କୋର, ଜାଣନ୍ତୁ କେତେ ଥିଲା ସ୍କୋର

ନୂଆଦିଲ୍ଲୀ,୯।୨: ICC ପୁରୁଷ T20 ବିଶ୍ୱକପର ଇତିହାସ ରୋମାଞ୍ଚକର ପ୍ରତିଯୋଗିତା, ହାଇ ସ୍କୋର ଏବଂ ଶେଷ ଓଭର ପର୍ଯ୍ୟନ୍ତ ଲମ୍ବିଥିବା ମ୍ୟାଚ ପାଇଁ ଜଣାଶୁଣା। ତଥାପି, ଏହି…

ଦୁର୍ଘଟଣାରେ ଚାଲିଗଲା ଗୋଟିଏ ପରିବାରର ୪ ଜୀବନ

ବଲାଙ୍ଗୀର,୯ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁରେକେଲା ଥାନା ଅନ୍ତର୍ଗତ ପଣ୍ଡରେନ ଗାଁ ନିକଟ ରାସ୍ତାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଫଳରେ ଗୋଟିଏ ପରିବାରର ୪…

ପୁଣି ଫେରିଲା ଶୀତ, ନିଆଁ-ଖରାକୁ ଖୋଜିଲେଣି ଲୋକେ

ଦାରିଙ୍ଗବାଡ଼ି,୯ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳକୁ କିଛି ଦିନ ବ୍ୟବଧାନ ପରେ ପୁଣି ଶୀତ ଫେରିଛି। ଫଳରେ ଏହି ଅସହ୍ୟ ଜାଡ଼ ଜନଜୀବନକୁ ପ୍ରଭାବିତ କରିଛି।…

ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ଏବେବି ରହିଛି ସସପେନ୍ସ, BCCI ଦେଲା ବଡ଼ ବୟାନ

ନୂଆଦିଲ୍ଲୀ,୯।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ T20 World Cup 2026 ମ୍ୟାଚ ନିରନ୍ତର ଖବରର ଶିରୋନାମାରେ ରହିଛି। ଫେବୃଆରୀ ୧୫ରେ କଲମ୍ବୋରେ ହେବାକୁ ଥିବା ଏହି…

ଅଜୀର୍ଣ୍ଣ ସମସ୍ୟା ଅଛି କି? ଆପଣାନ୍ତୁ ଏହି ଉପାୟ…

ସାଧାରଣତଃ ଯଦି ଖାଦ୍ୟ ଠିକ୍‌ ଭାବରେ ହଜମ ନ ହେଲା ତେବେ ଅଜୀର୍ଣ୍ଣ ସମସ୍ୟା ଦେଖାଯାଇଥାଏ। ଏହାପଛରେ ମଧ୍ୟ ଆଉ କେତୋଟି କାରଣ ରହିଛି। ଆବଶ୍ୟକତା ଠାରୁ…

ଶୋଷ, ଚାଷ ପାଇଁ ପାଣି ନିଅଣ୍ଟ

ଯାଜପୁର,୯ା୨(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ନଦୀଗୁଡ଼ିକରେ ଜଳପ୍ରବାହ ହ୍ରାସକୁ ଦେଖିଲେ ସମନ୍ବିତ ପ୍ରଯୁକ୍ତିବିଦ୍ୟା ଆଧାରିତ ଜଳ ସମ୍ପଦ ପରିଚାଳନା ପଦ୍ଧତି ଗ୍ରହଣ କରିବା ଜରୁରୀ ହୋଇପଡ଼ିଛି। ତଦନୁଯାୟୀ ରାଜ୍ୟ…

ବାଣିଜ୍ୟ, ପ୍ରତିରକ୍ଷାରେ ସହଯୋଗ ବଢ଼ାଇବେ ଭାରତ, ମାଲେସିଆ

କୁଆଲାଲୁମ୍ପୁର,୯ା୨(ପି.ଟି.): ବାଣିଜ୍ୟ, ପୁଞ୍ଜିନିବେଶ, ପ୍ରତିରକ୍ଷା, ଶକ୍ତି, ଆଧୁନିକ ଉତ୍ପାଦନ ଏବଂ ସେମିକଣ୍ଡକ୍ଟର ଆଦି ସର୍ବାଧିକ ପ୍ରାଥମିକତା ଥିବା ସେକ୍ଟରରେ ଭାରତ ଓ ମାଲେସିଆ ସମ୍ପର୍କ ବଢ଼ାଇବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri