ଜୁଇରୁ ଫେରାଇ ଆଣିଲେ ମୃତଦେହ

ଉଦଳା (ସନ୍ତୋଷ କୁମାର ବାଚ୍ଛିନୀ)/ବାରିପଦା (ନୀଳାଦ୍ରି ବିହାରୀ ଦଣ୍ଡପାଟ), ୩।୭: ଜୁଇ ସଜଡ଼ା ସରିଥିଲା। ଆଉ କିଛି ସମୟ ଅନ୍ତିମ ସଂସ୍କାର ହୋଇଥାନ୍ତା। ହେଲେ ମୃତକ ବଞ୍ଚତ୍ଥିବା କହି ଗୁଣିଆଙ୍କୁ ଡାକିଲେ ପରିବାର ଲୋକେ। ଗୁଣିଗାରେଡ଼ି ସହ ମୃତଦେହକୁ ଝଡ଼ାଫୁଙ୍କା କରିଥିଲେ। ହେଲେ ଡାକ୍ତରଖାନାକୁ ଆଣିବା ପରେ ମୃତ ମହିଳାଙ୍କର ଅନେକ ସମୟ ପୂର୍ବରୁ ମୃତ୍ୟୁ ହୋଇସାରିଥିବା ଡାକ୍ତର କହିଥିଲେ। ରବିବାର ଏଭଳି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ଭାଲୁହୁଡୁରା ଗ୍ରାମରେ।
ମୃତ ମହିଳା ହେଲେ ଗ୍ରାମର ସୁହାଗିନୀ ବିନ୍ଧାଣୀ। ସେ କାଠ ଚିରୁଥିବା ବେଳେ ୧୧ଦିନ ପୂର୍ବରୁ ଗୁରୁତର ହୋଇଥିଲେ। ଉଦଳା ଡାକ୍ତରଖାନାରେ ତାଙ୍କର ଚିକିତ୍ସା ଚାଲିଥିଲା। ଶନିବାର ରାତିରେ ତାଙ୍କର ମୃତ୍ୟୁ ଘଟିଥିଲା। ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପରିବାର ଲୋକେ ରବିବାର ସକାଳୁ ସ୍ବର୍ଗରଥରେ ମୃତଦେହ ଘରକୁ ନେଇ ଯାଇଥିଲେ। ଗ୍ରାମବାସୀ ଏବଂ ପରିବାର ଲୋକେ ଶେଷକୃତ୍ୟ ନିମନ୍ତେ ଜୁଇ ସଜାଡ଼ି ସାରିଥିଲେ। ମୃତଦେହରେ ଅଗ୍ନି ସଂଯୋଗ ପୂର୍ବରୁ ସୁହାଗିନୀଙ୍କ ନିଃଶ୍ୱାସ ଚାଲୁଥିବା ସହ ପାଣି ପିଇଥିବା ପରିବାର ଲୋକେ କହିଛନ୍ତି। ବଞ୍ଚତ୍ଥିବା ଦାବି କରି ସେମାନେ ଗୁଣିଆଙ୍କୁ ଡାକିଥିଲେ। ଜଣେ ମହିଳା ଏବଂ ପୁରୁଷ ଗୁଣିଆ ପହଞ୍ଚତ୍ ମୃତ ସୁହାଗିନୀଙ୍କୁ ଝଡ଼ାଫୁଙ୍କା କରିଥିଲେ। ଦୀର୍ଘ ସମୟ ଧରି ଝଡ଼ାଫୁଙ୍କା କରିବା ସହ ସୁହାଗିନୀ ବଞ୍ଚତ୍ଛନ୍ତି ବୋଲି ସେମାନେ କହିଥିଲେ। ଏହାପରେ ଅଧା ରହିଗଲା ଜୁଇ ପ୍ରସ୍ତୁତି। ପରିବାର ଲୋକେ ମୃତଦେହକୁ ଜୀବିତ କହି ପୁଣି ଉଦଳା ଡାକ୍ତରଖାନାରେ ପହଞ୍ଚତ୍ଥିଲେ। ଡାକ୍ତର ଦେଖିବା ପରେ ସୁହାଗିନୀଙ୍କର ମୃତ୍ୟୁ ହୋଇସାରିଥିବା କହିଥିଲେ। କିନ୍ତୁ ପରିବାର ଲୋକେ ଏହାକୁ ଗ୍ରହଣ କରିବାକୁ ନାରାଜ ହୋଇଥିଲେ। ପୂର୍ବରୁ ସୁହାଗିନୀଙ୍କ ମୃତ୍ୟୁ ହୋଇ ନ ଥିବା ଏବଂ ଡାକ୍ତର ଅବହେଳା କରିଥିବା କହି ଡାକ୍ତରଖାନା ପରିସରରେ କିଛି ସମୟ ପାଇଁ ଉତ୍ତେଜନା ପ୍ରକାଶ ପାଇଥିଲା। ପୋଲିସ ଏବଂ ପୂର୍ବତନ ବିଧାୟକ ଶ୍ରୀନାଥ ସୋରେନ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିବା ପରେ ପରିବାର ଲୋକେ ମୃତଦେହକୁ ନେଇ ଘରକୁ ଚାଲିଯାଇଥିଲେ। ଅଧା ରହିଥିବା ଅନ୍ତିମ ସଂସ୍କାର କାମ ଶେଷ କରିବେ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri