ଘର ଆଗରେ ୩ ଦିନ ପଡ଼ିରହିଲା ମୃତଦେହ

ମହାକାଳପଡ଼ା,୧୫ା୧୦(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ଗଁାରେ ସ୍ତ୍ରୀଙ୍କ ପରକୀୟା ପ୍ରୀତିକୁ ସନ୍ଦେହ କରିବାରୁ ଗତ ୧୧ ତାରିଖ ରାତିରେ ସ୍ବାମୀଙ୍କୁ ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଥିଲା। ମୃତ ଯୁବକଙ୍କ ବାପା ଏ ନେଇ ଗତ ୧୨ ତାରିଖରେ ଜମ୍ବୁ ସାମୁଦ୍ରିକ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ଅନୁଯାୟୀ, ଶ୍ୱଶୁର ଘର ଲୋକ ମିଳିମିଶି ପୁଅକୁ ମାରି ପାଟିରେ ବିଷ ପିଆଇ ଆତ୍ମହତ୍ୟାର ନଁା ଦେବାକୁ ଚେଷ୍ଟା କରିଥିଲେ। ପରିବାର ଲୋକଙ୍କୁ ନ ଜଣାଇ ଯୁବକଙ୍କ ମୃତଦେହ କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଶ୍ୱଶୁର ଘର ଲୋକେ ବ୍ୟବଚ୍ଛେଦ କରାଇ ଆଣି ଘରେ ପହଞ୍ଚାଇଥିଲେ। ମୃତକଙ୍କ ପରିବାରକୁ ନ୍ୟାୟ ଦାବିରେ ସ୍ଥାନୀୟ ମହିଳାମାନେ ରାସ୍ତା ଅବରୋଧ କରିବା ସହ ମୃତଦେହକୁ ୩ ଦିନ ଧରି ପକାଇ ରଖିଥିଲେ। ଶୁକ୍ରବାର ପୋଲିସ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରି ଅଭିଯୁକ୍ତଙ୍କୁ ଗିରଫ କରିବାର ପ୍ରତିଶ୍ରୁତି ଦେବା ପରେ ଅପରାହ୍ନରେ ମୃତଦେହ ସଂସ୍କାର ହୋଇଛି।
ସୂଚନାଯୋଗ୍ୟ, ମୃତ ଯୁବକ ନିଜ ଗଁା ନିକଟ ଜଣେ ଯୁବତୀଙ୍କୁ ୨୦୧୬ରେ ପ୍ରେମ ବିବାହ କରିଥିଲେ। ତାଙ୍କର ଦୁଇ ସନ୍ତାନ ଅଛନ୍ତି। ତେବେ ସ୍ତ୍ରୀ ଅନ୍ୟ ଜଣେ ପୁରୁଷ ବନ୍ଧୁଙ୍କ ସହ ଫୋନ୍‌ରେ କଥା ହେଉଥିବା ନେଇ ଯୁବକ ଜଣକ ସନ୍ଦେହ କରିଥିଲେ। ପରେ ଉଭୟଙ୍କ ମଧ୍ୟରେ ମନାନ୍ତର ହୋଇ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସ୍ଥାନୀୟ ମହିଳାମାନେ ମୃତ ଯୁବକଙ୍କ ପରିବାରକୁ ନ୍ୟାୟ ଦାବିରେ ୨ଦିନ ଧରି ଜମ୍ବୁ ଗଁାର ଫେରିଘାଟ, ବଜାର ଓ ମୁଖ୍ୟରାସ୍ତାକୁ ଅବରୋଧ କରି ରଖିଥିଲେ। ଫଳରେ ୨ ଦିନ ଧରି ଜମ୍ବୁ ଅଞ୍ଚଳରେ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ୩ ଦିନ ଧରି ଯୁବକଙ୍କ ମୃତଦେହ ଘର ସମ୍ମୁଖରେ ପଡ଼ି ରହିଥିବାରୁ ସଂସ୍କାର ଲାଗି ପୋଲିସ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିଥିଲା। ମୃତଦେହ ଦୁର୍ଗନ୍ଧ ଯୋଗୁ ଘଟଣାସ୍ଥଳରେ ରହିବା ସମ୍ଭବ ହୋଇ ନ ଥିଲା। ମହିଳାମାନଙ୍କ କହିବା କଥା, ହତ୍ୟାକାରୀଙ୍କୁ ଗିରଫ ନ କରିବା ପର୍ଯ୍ୟନ୍ତ ଧାରଣା ଜାରି ରହିବ। ଏହାପରେ ପୋଲିସ ଯୁବକଙ୍କ ଶ୍ୱଶୁର ଘରର ୨ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଥିବା କହିଥିଲା। ଏହି ଘଟଣାରେ ସମ୍ପୃକ୍ତ ବ୍ୟକ୍ତିମାନଙ୍କୁ ଆଇନ ଅନୁସାରେ ତଦନ୍ତ ପରିସରକୁ ନେବାକୁ ପୋଲିସ ପ୍ରତିଶ୍ରୁତି ଦେବା ପରେ ସ୍ଥାନୀୟ ଲୋକେ ମୃତଦେହକୁ ସଂସ୍କାର ପାଇଁ ଛାଡ଼ିଥିଲେ। ଏ ସମ୍ପର୍କରେ ଥାନା ଅଧିକାରୀ ପରେଶ କୁମାର ମହାନ୍ତିଙ୍କୁ ପଚାରିବାରେ ଯୁବକଙ୍କ ମୃତଦେହ ସଂସ୍କାର ଶେଷ ହୋଇଛି। ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍‌ରେ ତଥ୍ୟ ପ୍ରଦାନ କଲେ ନଗରପାଳ

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri