ଘର ଆଗରେ ୩ ଦିନ ପଡ଼ିରହିଲା ମୃତଦେହ

ମହାକାଳପଡ଼ା,୧୫ା୧୦(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ଗଁାରେ ସ୍ତ୍ରୀଙ୍କ ପରକୀୟା ପ୍ରୀତିକୁ ସନ୍ଦେହ କରିବାରୁ ଗତ ୧୧ ତାରିଖ ରାତିରେ ସ୍ବାମୀଙ୍କୁ ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଥିଲା। ମୃତ ଯୁବକଙ୍କ ବାପା ଏ ନେଇ ଗତ ୧୨ ତାରିଖରେ ଜମ୍ବୁ ସାମୁଦ୍ରିକ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ଅନୁଯାୟୀ, ଶ୍ୱଶୁର ଘର ଲୋକ ମିଳିମିଶି ପୁଅକୁ ମାରି ପାଟିରେ ବିଷ ପିଆଇ ଆତ୍ମହତ୍ୟାର ନଁା ଦେବାକୁ ଚେଷ୍ଟା କରିଥିଲେ। ପରିବାର ଲୋକଙ୍କୁ ନ ଜଣାଇ ଯୁବକଙ୍କ ମୃତଦେହ କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଶ୍ୱଶୁର ଘର ଲୋକେ ବ୍ୟବଚ୍ଛେଦ କରାଇ ଆଣି ଘରେ ପହଞ୍ଚାଇଥିଲେ। ମୃତକଙ୍କ ପରିବାରକୁ ନ୍ୟାୟ ଦାବିରେ ସ୍ଥାନୀୟ ମହିଳାମାନେ ରାସ୍ତା ଅବରୋଧ କରିବା ସହ ମୃତଦେହକୁ ୩ ଦିନ ଧରି ପକାଇ ରଖିଥିଲେ। ଶୁକ୍ରବାର ପୋଲିସ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରି ଅଭିଯୁକ୍ତଙ୍କୁ ଗିରଫ କରିବାର ପ୍ରତିଶ୍ରୁତି ଦେବା ପରେ ଅପରାହ୍ନରେ ମୃତଦେହ ସଂସ୍କାର ହୋଇଛି।
ସୂଚନାଯୋଗ୍ୟ, ମୃତ ଯୁବକ ନିଜ ଗଁା ନିକଟ ଜଣେ ଯୁବତୀଙ୍କୁ ୨୦୧୬ରେ ପ୍ରେମ ବିବାହ କରିଥିଲେ। ତାଙ୍କର ଦୁଇ ସନ୍ତାନ ଅଛନ୍ତି। ତେବେ ସ୍ତ୍ରୀ ଅନ୍ୟ ଜଣେ ପୁରୁଷ ବନ୍ଧୁଙ୍କ ସହ ଫୋନ୍‌ରେ କଥା ହେଉଥିବା ନେଇ ଯୁବକ ଜଣକ ସନ୍ଦେହ କରିଥିଲେ। ପରେ ଉଭୟଙ୍କ ମଧ୍ୟରେ ମନାନ୍ତର ହୋଇ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସ୍ଥାନୀୟ ମହିଳାମାନେ ମୃତ ଯୁବକଙ୍କ ପରିବାରକୁ ନ୍ୟାୟ ଦାବିରେ ୨ଦିନ ଧରି ଜମ୍ବୁ ଗଁାର ଫେରିଘାଟ, ବଜାର ଓ ମୁଖ୍ୟରାସ୍ତାକୁ ଅବରୋଧ କରି ରଖିଥିଲେ। ଫଳରେ ୨ ଦିନ ଧରି ଜମ୍ବୁ ଅଞ୍ଚଳରେ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ୩ ଦିନ ଧରି ଯୁବକଙ୍କ ମୃତଦେହ ଘର ସମ୍ମୁଖରେ ପଡ଼ି ରହିଥିବାରୁ ସଂସ୍କାର ଲାଗି ପୋଲିସ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିଥିଲା। ମୃତଦେହ ଦୁର୍ଗନ୍ଧ ଯୋଗୁ ଘଟଣାସ୍ଥଳରେ ରହିବା ସମ୍ଭବ ହୋଇ ନ ଥିଲା। ମହିଳାମାନଙ୍କ କହିବା କଥା, ହତ୍ୟାକାରୀଙ୍କୁ ଗିରଫ ନ କରିବା ପର୍ଯ୍ୟନ୍ତ ଧାରଣା ଜାରି ରହିବ। ଏହାପରେ ପୋଲିସ ଯୁବକଙ୍କ ଶ୍ୱଶୁର ଘରର ୨ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଥିବା କହିଥିଲା। ଏହି ଘଟଣାରେ ସମ୍ପୃକ୍ତ ବ୍ୟକ୍ତିମାନଙ୍କୁ ଆଇନ ଅନୁସାରେ ତଦନ୍ତ ପରିସରକୁ ନେବାକୁ ପୋଲିସ ପ୍ରତିଶ୍ରୁତି ଦେବା ପରେ ସ୍ଥାନୀୟ ଲୋକେ ମୃତଦେହକୁ ସଂସ୍କାର ପାଇଁ ଛାଡ଼ିଥିଲେ। ଏ ସମ୍ପର୍କରେ ଥାନା ଅଧିକାରୀ ପରେଶ କୁମାର ମହାନ୍ତିଙ୍କୁ ପଚାରିବାରେ ଯୁବକଙ୍କ ମୃତଦେହ ସଂସ୍କାର ଶେଷ ହୋଇଛି। ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri