ଅଳିଆ ଗଦାରେ ପଡ଼ିଛି ଅଜଣା ମହିଳାଙ୍କ ମୃତଦେହ

ବାଣପୁର,୧୩ା୭(ଦିଲ୍ଲୀପ କୁମାର ସ୍ବାଇଁ): ଖୋର୍ଦ୍ଧା ଜିଲା ବାଣପୁର ଥାନା ଅଞ୍ଚଳରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା। ରାସ୍ତାପାର୍ଶ୍ୱରେ ପଡ଼ୁଥିବା ଏକ ଅଳିଆ ଆବର୍ଜନା ଗଦାରୁ ଜଣେ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ କରିଛି ବାଣପୁର ପୋଲିସ।

ସୂଚନାନୁଯାୟୀ, ଆଜି ସକାଳୁ ବାଣପୁର ତହସିଲ ରୋଡ୍‌ ଗାଲୁଆ ଛକ ନିକଟରେ ଏକ ରାସ୍ତା ପାର୍ଶ୍ୱରେ ପଡ଼ୁଥିବା ଏକ ଅଳିଆ ଆବର୍ଜନା ଗଦାରୁ ଜଣେ ଅଚିହ୍ନା ମହିଳାଙ୍କ ମୃତଦେହ ପଡ଼ିଥିବାର ସ୍ଥାନୀୟ ଲୋକେ ଦେଖିଥିଲେ। ସଙ୍ଗେ ସଙ୍ଗେ ବାଣପୁର ପୋଲିସକୁ ଖବର ଦେଇଥିଲେ। ଅଚିହ୍ନା ମୃତ ମହିଳାଙ୍କ  ଶରୀରର ବିଭିନ୍ନ ଜାଗାରେ ଗଭୀର କ୍ଷତ ଥିବାର ଦେଖିବାକୁ ମିଳିଛି। ତାଙ୍କୁ କେହି ହତ୍ୟା କରି ଫିଙ୍ଗିଥିବାର ସନ୍ଦେହ ହେଉଥିବା ବେଳେ ଆଉ କିଛି ସ୍ଥାନୀୟ ଲୋକେ କହୁଛନ୍ତି ତାଙ୍କୁ କୁକୁରମାନେ ଝୁଣି ମାରି ଦେଇଥିବା ଅନୁମାନ କରାଯାଉଛି। ଘଟଣାସ୍ଥଳରେ ବାଣପୁର ପୋଲିସ ପହଞ୍ଚି ମୃତତେହ ଜବତ କରିବା ସହିତ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ହାରିବା ବାଜି ଜିତିଲା ରାଜସ୍ଥାନ, ୪୦ ରନରେ ଲକ୍ଷ୍ନୌ ପରାସ୍ତ

ଲକ୍ଷ୍ନୌ,୨୨ା୪: ରବୀନ୍ଦ୍ର ଜାଡେଜାଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଓ ବୋଲରଙ୍କ ଘାତକ ବୋଲିଂ ବଳରେ ରାଜସ୍ଥାନ ରୟାଲ୍ସ ୪୦ ରନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ପରାସ୍ତ କରିଛି। ଏହା…

ବ୍ରେକ୍‌ ଫେଲ୍‌ ସାଜିଲା କାଳ: ଦୁଇଟି ଟ୍ରକ୍‌ ମଧ୍ୟରେ ଚାପି ହୋଇଗଲା ବୋଲେରୋ, ଜୀବନ୍ତ ଜଳିଗଲେ ୬ ଯାତ୍ରୀ, ମୃତ୍ୟୁର ଚିତ୍କାରରେ…

ମିର୍ଜାପୁର,୨୨।୪: ମିର୍ଜାପୁର-ରିୱା ଜାତୀୟ ରାଜପଥରେ ବୁଧବାର ରାତିରେ ଏକ ହୃଦୟ ବିଦାରକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଗାଡ଼ି ଦୁଇଟି ଟ୍ରକ ମଝିରେ ଚାପି ହୋଇଯିବା…

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ବାଉଁଶ ବଣ, ୭ ଘଣ୍ଟାର ଅକ୍ଲାନ୍ତ ପରିଶ୍ରମ…

ବନ୍ତ,୨୨।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ବ୍ଲକ ସମ୍ମୁଖରେ ଥିବା ଏକ ବାଉଁଶ ବଣରେ ବୁଧବାର ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ଏହି ଅଗ୍ନିକାଣ୍ଡରେ ସ୍ଥାନୀୟ…

କଲ୍ୟାଣ ମଣ୍ଡପ ଏବେ ଅସ୍ଥାୟୀ ଗଞ୍ଜାମ ଏନ୍‌ଏସି କାର୍ଯ୍ୟାଳୟ

ଗଞ୍ଜାମ,୨୩।୪(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ ବଜାର ସ୍ଥିତ ଏନ୍‌ଏସି (NAC) କାର୍ଯ୍ୟାଳୟ ଏବେ କଲ୍ୟାଣୀ ମଣ୍ଡପକୁ ସ୍ଥାନାନ୍ତରିତ ହେବାକୁ ଯାଉଛି। ପୁରୁଣା କାର୍ଯ୍ୟାଳୟ ଗୃହକୁ ଭାଙ୍ଗି…

ବୈତରଣୀରେ ବେଆଇନ ବାଲି ଉଠାଣ ଉପରେ ଲାଗିଲା ଲଗାମ, ଧାରା ୧୬୩ ଜାରି

ଭଦ୍ରକ, ୨୨।୪(ସନାତନ ରାଉତ)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲ ଅଧିନରେ ବୈତରଣୀ ନଦୀରେ ବିଭିନ୍ନ ବାଲି ଘାଟରୁ ବେଆଇନ ବାଲି ଉଠାଣ ବଢ଼ି ଚାଲିଛି। ଏହି ଅବୈଧ ବାଲି…

ଅସହ୍ୟ ତାତି: ବରଗଡ଼ ଜିଲାରେ ଏହି ତାରିଖ ପର୍ଯ୍ୟନ୍ତ ବଢ଼ିଲା ସ୍କୁଲ, କଲେଜ ଛୁଟି

ବରଗଡ଼, ୨୨।୪ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଅସହ୍ୟ ତାତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ…

ବନ ବିଭାଗର ବର୍ବରତା: ଗଣମାଧ୍ୟମରେ ଖବର ପ୍ରକାଶ ପରେ ଓଡ଼ିଶା ମାନବାଧିକାର କମିଶନଙ୍କ ହସ୍ତକ୍ଷେପ

ଥୁଆମୂଳ ରାମପୁର, ୨୨ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଅଭୟାରଣ୍ୟ ସଂଲଗ୍ନ ତେନ୍ତୁଳିପଦର ଗ୍ରାମରେ ଜଣେ ପଟ୍ଟାଧାରୀ ଆଦିବାସୀଙ୍କୁ ବନ ବିଭାଗ କର୍ମଚାରୀଙ୍କ ଦ୍ୱାରା ଅମାନୁଷିକ…

ଆଉ ୧୫ ଦିନ ପରେ ବଢ଼ିପାରେ ତେଲ ଦର! ପେଟ୍ରୋଲିୟମ ଡିଲର୍ସ ସଂଘ କହିଲା….

ନୂଆଦିଲ୍ଲୀ,୨୨।୪: ତୈଳ ଦରକୁ ନେଇ ପେଟ୍ରୋଲିୟମ ଡିଲର୍ସ ସଂଘର ଆକଳନ । ଆଉ ୧୫ ଦିନ ଯୁଦ୍ଧ ସ୍ଥିତି ଲାଗିଲ ରହିଲେ, ବଢ଼ିପାରେ ତେଲ ଦର। ଅଶୋଧିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri