ବିଲରେ ପଡ଼ିଛି ଦନ୍ତାହାତୀ ଜିମିର ମୃତଦେହ

ଢେଙ୍କାନାଳ,୩ା୩(ରତନ ନାୟାର): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଅଁଳାବେରଣି ଜାମୁଝରି ନିକଟସ୍ଥ ଏକ ବିଲରେ ଦନ୍ତାହାତୀ ଜିମିର ମୃତଦେହ ସୋମବାର ସକାଳେ ବନ ବିଭାଗ ଉଦ୍ଧାର କରିଛି। ଦୁଇ ଦନ୍ତାହାତୀ ମଧ୍ୟରେ ଭୟଙ୍କର ସଂଘର୍ଷରେ ଦନ୍ତାହାତୀ ଜିମିର କ୍ଷତବିକ୍ଷତ ଅବସ୍ଥାରେ ମୃତ୍ୟୁ ଘଟିଛି। ବନ ବିଭାଗ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି। ଏହି ହାତୀଟି ଦିନକୁ ୫୦ରୁ ୬୦ କି.ମି. ଚାଲିଥାଏ। ବନ ବିଭାଗ ପକ୍ଷରୁ ଜିଲାରେ ୩ଟି ଦନ୍ତାହାତୀ ଉପରେ ନଜର ରଖିବାକୁ ପାଇଁ ସେମାନଙ୍କ ନାମକରଣ କରାଯାଇଛି। ସଦର ରେଞ୍ଜରେ ଥିବା ଗୋଟିଏ ଦନ୍ତା ହାତୀର ନାମ ମଣ୍ଟୁ , ଆଉ ଗୋଟିକର ନାମ ଡ୍ୟାନି ଓ ଅଣ୍ଡର ଟେକର ଓ ଅଁଳାବେରଣିରେ ମରିଥିବା ଦନ୍ତାହାତୀର ନାମ ଜିମି ରଖା ଯାଇଥିଲା। ଏହା ଫଳରେ ଏହି ୩ ଦନ୍ତାହାତୀ କେଉଁ ଅଞ୍ଚଳରେ ପ୍ରବେଶ କରୁଥିଲେ ବନ ବିଭାଗ ଜାଣୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡିରୁ ଧାନ ଚୋରି ଅଭିଯୋଗ ପ୍ରସଙ୍ଗ: ୨ ଅଧିକାରୀଙ୍କ କଥାରେ ତାଳମେଳ ନାହିଁ

ଅମରପାଲି,୨୧ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ମଣ୍ଡିରେ ଚାଷୀ ବିକ୍ରି ପାଇଁ ରଖିଥିବା ଧାନରୁ ଗତ ୧୬ ତାରିଖ ରାତିରେ ୧୮ ପ୍ୟାକେଟ...

ଲିଭ୍‌ ଇନ୍‌ ରିଲେଶନଶିପ୍‌ରେ ମହିଳାଙ୍କୁ ସ୍ତ୍ରୀ ମାନ୍ୟତା ମିଳିବା ଆବଶ୍ୟକ: ହାଇକୋର୍ଟ

ଚେନ୍ନାଇ,୨୧ା୧: ଲିଭ୍‌-ଇନ୍‌ ରିଲେଶନଶିପ୍‌ରେ ଥିବା ମହିଳାଙ୍କୁ ଗାନ୍ଧର୍ବ ବିବାହ ବା ପ୍ରେମ ବିବାହ ଅନୁଯାୟୀ ସ୍ତ୍ରୀର ମାନ୍ୟତା ପ୍ରଦାନ ସହ ସୁରକ୍ଷା ଦିଆଯିବା ଆବଶ୍ୟକ। ଫଳରେ...

ICCର ଅଲ୍ଟିମେଟମ୍‌ ପରେ ବି ସୁଧୁରିଲାନି ବାଂଲାଦେଶ, ସିଧା ସିଧା ଶୁଣାଇଦେଲା ‘ଆମେ…’

ଢାକା,୨୧।୧: ଆସନ୍ତା ୭ ତାରିଖରୁ ହେବାକୁଥିବା ଟି୨୦ ବିଶ୍ୱକପ୍‌ରେ ଭାଗ ନେବା ପାଇଁ ବାଂଲାଦେଶ ଦଳ କୌଣସି ପରିସ୍ଥିତିରେ ଭାରତ ଯିବନାହିଁ। ୨୧ ତାରିଖ ସୁଦ୍ଧା...

୨୩ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି: ନେତାଜୀ ଜୟନ୍ତୀରେ ଯୋଗଦେବେ

ଭୁବନେଶ୍ୱର,୨୧ା୧(ରବିନାରାୟଣ ଜେନା):ଭାରତର ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ ଜାନୁଆରୀ ୨୩ରେ ଓଡ଼ିଶା ଗସ୍ତରେ ଆସି କଟକରେ ହେବାକୁ ଥିବା ନେତାଜୀ ଜୟନ୍ତୀରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଏସଂକ୍ରାନ୍ତରେ...

ବିଜେଡିରେ ଏବେ କୁତୁକୁତୁ ହେଉଛନ୍ତି ଏସବୁ ନେତା: ଆଉ କେତେକ ଅଲୋଡ଼ା

ଭୁବନେଶ୍ୱର, ୨୧।୧(ସୁନିତ୍‌ ମିଶ୍ର): ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କିଛିଦିନ ହେଲା ବହୁମାତ୍ରାରେ ଚଳଚଞ୍ଚଳ ହୋଇ ଦଳୀୟ କାର୍ଯ୍ୟକ୍ରମ କରୁଛନ୍ତି।...

ଜଗନ୍ନାଥ କଲ୍ୟାଣ ମଣ୍ଡପ ଉଦ୍‌ଘାଟନ ଉତ୍ସବରେ ଯୋଗ ଦେଲେ ବିଧାୟକ ସିଦ୍ଧାନ୍ତ, ୪୪୧ ହିତାଧିକାରୀଙ୍କୁ ବାଣ୍ଟିଲେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ମଠ ସାହିରେ ୫୦ ଲକ୍ଷରୁ ଉଦ୍ଧର୍‌ବ ଟଙ୍କା ବ୍ୟୟରେ ନବନିର୍ମିତ ଶ୍ରୀ ଜଗନ୍ନାଥ...

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri