ଦାଦନ ଶ୍ରମିକଙ୍କ ମୃତଦେହ ଗାଁରେ ପହଞ୍ଚିଲା

କେସିଙ୍ଗା,୨୮ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ପରଲସିଙ୍ଗା ପଞ୍ଚାୟତର ସରାପଦର ଗ୍ରାମର ଧନ ଗୌଡ଼ଙ୍କ ସାନ ପୁଅ ଡିଲେଶ୍ୱର ଗତ ଏପ୍ରିଲ ମାସରେ ଦାଦନ ଖଟିବାକୁ ମୁମ୍ବାଇ ଯାଇଥିଲେ। ସେଠାକାର ଏକ ପ୍ରତିଷ୍ଠିତ ଅମୂଲ ଫ୍ୟାକ୍ଟ୍ରିରେ କାମ କରୁଥିଲେ। ଦୁଇ ତିନି ଧରି ଜ୍ୱର ହେବାରୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତିହୋଇ ଚିକିତ୍ସିତ ହୋଇଥିଲେ। ପୁଣି ଜ୍ୱର ହେବାରୁ ଗତ ବୁଧବାର ମୃତ୍ୟୁ ଘଟିଥିଲା। ଅମୂଲ ଫ୍ୟାକ୍ଟ୍ରିର ମାଲିକ କିଛି ଆର୍ଥିକ ସହାୟତା ଦେଇ ନ ଥିଲେ। ଡିଲେଶ୍ୱରଙ୍କ ବାପା ୮୦ ହଜାର ଟଙ୍କା ପରିବାର ଲୋକେ ସମ୍ପର୍କୀୟଙ୍କୁ ଫୋନ୍‌ ପେ’ରେ ଟଙ୍କା ପଠାଇବାରୁ ଭଡ଼ାରେ ଏକ ଆମ୍ବୁଲାନ୍ସରେ ମୃତଦେହ ଆଣିଥିଲେ। ଗାଁରେ ମୃତଦେହ ପହଞ୍ଚିବା ପରେ ଶୋକାକୁଳ ପରିବେଶ ଦେଖିବାକୁ ମିଳିଛି। ପଞ୍ଚାୟତର ସରପଞ୍ଚ କୃତାଞ୍ଜଳି ଗୌଡ଼ ଗାଁରେ ପହଞ୍ଚି ମୃତ ଡିଲେଶ୍ୱରଙ୍କ ବାପା ଧନ ଗୌଡ଼ଙ୍କୁ ହରିଶ୍ଚନ୍ଦ୍ର ଯୋଜନାରେ ୨ହଜାର ଟଙ୍କା ଆର୍ଥିକ ସହାୟତା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ରରେ ଗାଧୋଇ ଶ୍ୱେତଗଙ୍ଗାକୁ ଯାଇଥିଲେ, ଗୋଡ଼ ଖସିଯିବାରୁ ବୁଡ଼ିଯାଇ ଚାଲିଗଲା ଯୁବକଙ୍କ ଜୀବନ

ପୁରୀ, ୮।୮(ଅଜିତ୍‌ କୁମାର ମହାନ୍ତି): ପୁରୀର ପଞ୍ଚ ପୁଷ୍କରିଣୀ ମଧ୍ୟରେ ଅନ୍ୟତମ ପବିତ୍ର ତୀର୍ଥ ପୁଷ୍କରିଣୀ ଶ୍ୱେତଗଙ୍ଗାରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁଷ୍କରିଣୀରେ…

ବନ୍ୟଜନ୍ତୁ ପ୍ରେମୀଙ୍କ ଲାଗି ଖୁସି ଖବର: ଜନ୍ମ ହେଲା ହାତୀ ଛୁଆ

କେନ୍ଦୁଝର,୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବନ୍ୟଜନ୍ତୁ ପ୍ରେମୀଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ପାଟନା ବନାଞ୍ଚଳରେ ଏକ ମା’ ହାତୀ ଛୁଆ ହାତୀକୁ ଜନ୍ମ ଦେଇଥିବା…

ନିଖୋଜ ଥିଲେ ମହିଳା, ଚାଷ ଜମିରୁ ଉଦ୍ଧାର ହେଲା ଗଳିତ ମୃତଦେହ: ପରିବାରରେ…

କୋକସରା, ୮।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼କେନ୍ଦୁଗୁଡ଼ା ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ମଙ୍ଗଳବାରଠାରୁ…

ଠିକା କାମରୁ ୩୦ ପ୍ରତିଶତ ଦାଦାବଟି ଦେବା ପାଇଁ ପଡୋଶୀଙ୍କୁ ଧମକ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ଦାଦାବଟି ନଦେବାରୁ ପଡ଼ୋଶୀଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତକୁ କେ. ନୂଆଗାଁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗଞ୍ଜାମ ଜିଲା…

ପଡିକଲଙ୍କ ଶତକ, ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ୩୫୭/୬

କଲମ୍ବୋ,୮ା୮: ଶ୍ରୀଲଙ୍କା ଏକାଦଶ ବିପକ୍ଷରେ ଚାଲିଥିବା ଓ୍ବାର୍ମଅପ୍‌ ମ୍ୟାଚ୍‌ର ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଦେବଦତ୍ତ ପଡିକଲଙ୍କ ଅପରାଜିତ ଶତକ ବଳରେ ଭାରତ ୬ ଉଇକେଟ ହରାଇ…

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ…

ସ୍ୱାଧୀନତା ଦିବସ ପାଇଁ ପ୍ରତିଯୋଗିତା

ଭଞ୍ଜନଗର, ୮।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଆସନ୍ତା ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଅବସରରେ ଭଞ୍ଜନଗର ଜେଲ୍ ପଡ଼ିଆରେ…

ବଜାର ଆସି ଘରକୁ ଫେରୁଥିବା ବେଳେ ବାଟରେ ଘଟିଲା ବଜ୍ରପାତ, ଆଉ ତା’ ପରେ…

ଚିକିଟ,୮ା୮(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଚିକିଟି ଫାଣ୍ଡି ରାମଚନ୍ଦ୍ରପୁର ପଞ୍ଚାୟତ ଅନ୍ତର୍ଗତ ବଡପଲଙ୍କ ଗ୍ରାମର ବିଜୟ ପ୍ରଧାନ (୪୫)ଙ୍କ ବ୍ରଜପାତରେ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri