ଗାଁକୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ

କୋକସରା,୧୦ା୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକକୁ ପ୍ରତି ମାସେ ଦୁଇମାସ ଅନ୍ତରରେ ରାଜ୍ୟ ବାହାରୁ ଫେରୁଛି ଦାଦନ ଶ୍ରମିକଙ୍କ ମୃତଦେହ। ଚଳିତ ବର୍ଷ ଆରମ୍ଭରୁ ବର୍ତ୍ତମାନ ପର୍ଯ୍ୟନ୍ତ ଆଜିର ଘଟଣା ସହ ୫ ଜଣ ଦାଦନ ଶ୍ରମିକଙ୍କ ମୃତଦେହ ଗାଁକୁ ଫେରିସାରିଛି। ଶନିବାର ପୁଣି କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ନୂଆଗାଁର ବାସୁ ମାଝିଙ୍କ ପୁଅ ଚରଣ (୨୦) ଗତ ଦେଢ଼ ମାସ ତଳେ ପରିବାର ପ୍ରତିପୋଷଣ ପାଇଁ ହାଇଦ୍ରାବାଦର ସିକନ୍ଦରାବାଦକୁ କୌଣସି ଏକ କମ୍ପାନୀରେ କାମ କରିବାକୁ ଯାଇଥିଲେ। ହେଲେ ଶୁକ୍ରବାର ସନ୍ଧ୍ୟାରେ ଚରଣଙ୍କ ଛାତିରେ ଯନ୍ତ୍ରଣା ହେବାରୁ ସ୍ଥାନୀୟ ଏକ ଘରୋଇ ଡାକ୍ତରଖାନାରେ ସାଥୀ ଶ୍ରମିକମାନେ ଭର୍ତ୍ତି କରିଥିଲେ।  ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିଲା। ମୃତ୍ୟୁ ପରେ ସାଥୀଶ୍ରମିକମାନେ ଚରଣଙ୍କ ପରିବାରକୁ ଫୋନ କରି ଖବର ଦେଇଥିଲେ। ପରିବାର ପକ୍ଷରୁ କମ୍ପାନୀ ମାଲିକଙ୍କୁ ଗୁହାରି କରିବା ପରେ କାମ କରୁଥିବା କମ୍ପାନୀର ମାଲିକ ଏକ ଆମ୍ବୁଲାନ୍ସରେ ମୃତଦେହକୁ ଚରଣଙ୍କ ନିଜ ଗାଁକୁ ପଠାଇଛନ୍ତି। ଶନିବାର ରାତି ୮ଟାରେ ଚରଣଙ୍କ ମୃତଦେହ ଗାଁରେ ପହଞ୍ଚିବା ପରେ କାନ୍ଦବୋବାଳିରେ ଗାଁ ଦାଣ୍ଡ ଫାଟି ପଡ଼ିଥିଲା। ପରେ ଗାଁ ମଶାଣିରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ରୋଜଗାରିଆ ପୁଅର ଅକାଳ ମୃତ୍ୟୁରେ ପରିବାର ଲୋକେ ଭାଙ୍ଗିପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri