ଡଙ୍ଗା ବୁଡି ଘଟଣାରେ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

କୋରୁକୋଣ୍ଡା, ୨୫।୦୫(ଡି.ଏନ. ଏ): ଗତ କାଲି ସଂଧ୍ୟା ସମୟରେ ଡଙ୍ଗା ବୁଡିବା ଘଟଣାରେ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଆଜି ସକାଳେ ଅଗ୍ନିଶମ କର୍ମଚାରୀ ଖୋଜା ଖୋଜି କରିବା ପରେ ଉଦ୍ଧାର କରିଛନ୍ତି ।
ସୂଚନା ଅନୁଯାୟୀ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଳକର ନାକାମାମୁଡି ପଞ୍ଚାୟତ ଅନ୍ତର୍ଗତ ଡାଇକ-୩ ଗ୍ରାମର ତିନିଜଣ ବ୍ୟକ୍ତି ବାଲିମେଳା ଜଳଭଣ୍ଡାରରେ ଏକ ଦେଶୀ ଡଙ୍ଗା ଯୋଗେ ମାଛ ଧରିବାକୁ ଯାଇ ଫେରୁଥିବା ବେଳେ ଭୀଷଣ ପବନ ଓ ବର୍ଷା ଯୋଗୁ ଦେଶୀ ଡଙ୍ଗାଟି ଓଲଟି ଯିବାରୁ ଡଙ୍ଗାରେ ଥିବା ହରି ସଗରିଆ, କୈଳାଶ ନାୟକ ଓ କୃପା ବେନିଆ ପାଣି ମଧ୍ୟକୁ ଖସି ପଡ଼ିଥିଲେ । ତେବେ ଏମାନଙ୍କ ମଧ୍ୟରୁ ହରି ଓ କୈଳାସ ଦୁଇଜଣ କୌଶଳ କ୍ରମେ ପହଁରି ପହଁରି କୂଳକୁ ପହଞ୍ଚିିଥିବା ବେଳେ କୃପା ନିଖୋଜ ଥିବା ଜଣାପଡିଛିା ଏ ସମ୍ପର୍କରେ ପ୍ରଶାସନ ନିକଟରେ କୌଣସି ଖବର ନ ଥିବା ବେଳେ ଗ୍ରାମବାସୀଙ୍କ ପକ୍ଷରୁ କୃପାକୁ ଖୋଜିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଥିଲା । ସଂଧ୍ୟା ହୋଇଯିବା ହେତୁ ଉଦ୍ଧାର କାର୍ଯ୍ୟ ବନ୍ଦ ରହିଥିଲା। ଆଜି ସକାଳେ କୋରୁକୋଣ୍ଡା ଅଗ୍ନିଶମ ବାହିନୀ ଦ୍ବାରା ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ମୃତଦେହ ଉଦ୍ଧାର କରାଯାଇଛି । ପୂର୍ବରୁ ମଧ୍ୟ ଏହି ଜଳ ଭଣ୍ଡାରରେ ଏପରି ଦେଶୀ ଡଙ୍ଗା ବୁଡି ଅନେକଙ୍କ ଜୀବନ ଯାଇଥିବା ବେଳେ ବର୍ତ୍ତମାନ ପୁଣି ଏପରି ଅଘଟଣ ଘଟିଥିବର କହିଛନ୍ତି ଗ୍ରାମବାସୀ ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026ରେ ହଠାତ ବଦଳିଲେ RCB କ୍ୟାପଟେନ, ରଜତ ପାଟିଦାରଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୭।୫: ରଜତ ପାଟିଦାର IPL 2026 ର 61 ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପାଇଁ ଖେଳୁନାହାଁନ୍ତି। ଏହି ମୁକାବିଲା ଉଭୟ ପଞ୍ଜାବ କିଙ୍ଗସ ଏବଂ…

ନିଆରା ପ୍ରେମ… ଚତୁର୍ଥ ଥର ପାଇଁ ବର ହେଲେ ୬୫ ବର୍ଷୀୟ ବୃଦ୍ଧ, ୬୨ ବର୍ଷୀୟ ବୃଦ୍ଧାଙ୍କୁ କଲେ ବିବାହ

ପାଟନା,୧୭ା୫: କୁହାଯାଏଯେ ପ୍ରେମ ଏବଂ ସାଥିର କୌଣସି ବୟସ ନଥାଏ । ଏହି ଭାବନାର ଏକ ହୃଦୟସ୍ପର୍ଶୀ ଉଦାହରଣ ବିହାରର ଜାମୁଇ ଜିଲାରୁ ସାମ୍ନାକୁ ଆସିଛି ।…

ମହଜୁଦ୍‌ ଅଛି ପର୍ଯ୍ୟାପ୍ତ ତେଲ, ଆତଙ୍କିତ ନ ହେବାକୁ ଅନୁରୋଧ

ବଞ୍ଚୋ,୧୭ା୫(ପ୍ରଦୋଷ କୁମାର ବିଶ୍ୱାଳ):କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ପେଟ୍ରୋଲ ପମ୍ପରେ ପେଟ୍ରୋଲ ଓ ଡିଜେଲ ପର୍ଯ୍ୟାପ୍ତ ପରିମାଣରେ ଉପଲବ୍ଧ ରହିଥିବା ସୂଚନା ମିଳିଛି। ଇନ୍ଧନ ସଙ୍କଟ…

‘ମୋ ସ୍ତର ଏତେ ତଳକୁ ଖସିନାହିଁ..’, ବିଜୟକୁ ନେଇ ମୁହଁ ଖୋଲିଲେ ରଜନୀକାନ୍ତ

ନୂଆଦିଲ୍ଲୀ,୧୭ା୫: ସାଉଥ ସୁପରଷ୍ଟାର ରଜନୀକାନ୍ତ ରବିବାର (୧୭ ମଇ) ଚେନ୍ନାଇସ୍ଥିତ ତାଙ୍କ ବାସଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି କାର୍ଯ୍ୟକ୍ରମରେ, ସେ ତାମିଲନାଡୁ ବିଧାନସଭା ନିର୍ବାଚନ…

ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଗ୍ରାମବାସୀଙ୍କ ସହ ଆଲୋଚନା କଲେ ବିଧାୟକ

ଗଞ୍ଜାମ,୧୭ା୫(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଯାଇ ଉନ୍ନୟନ ପ୍ରସଙ୍ଗରେ ଗ୍ରାମବାସୀଙ୍କ ସହ ଆଲୋଚନା କରିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ।…

TMC କାର୍ଯ୍ୟାଳୟରୁ ୧୦୦ରୁ ଅଧିକ ଆଧାର କାର୍ଡ ଜବତ; ସରକାରୀ ଜମିର ଅବୈଧ କ୍ରୟ-ବିକ୍ରୟ ସମ୍ପର୍କିତ କାଗଜପତ୍ର ମଧ୍ୟ ଜବତ

କୋଲକାତା,୧୭।୫: ପଶ୍ଚିମବଙ୍ଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏଠାରେ, ଏକ ଟିଏମସି କାର୍ଯ୍ୟାଳୟରୁ ସରକାରୀ ଜମିର ଅବୈଧ କିଣାବିକା ସହିତ ଜଡିତ କାଗଜପତ୍ର ସହିତ ୧୦୦…

ମଦ ଉପରେ ଟିକସ ବ୍ୟବସ୍ଥାକୁ ପରିବର୍ତ୍ତନ କଲେ ସରକାର, କମିବ ଦର!

ବେଙ୍ଗାଲୁରୁ,୧୭।୫: ମଦକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି । କର୍ଣ୍ଣାଟକ ସରକାର ମଦ ଉପରେ ଟିକସ ଆଦାୟ କରିବାର ପଦ୍ଧତିକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି…

‘ଭାରତ-ବାଂଲାଦେଶ ସମ୍ପର୍କ ଗଙ୍ଗା ଜଳ ଚୁକ୍ତି ଉପରେ ନିର୍ଭର କରିବ’ – ତାରିକ ରହମାନ ମନ୍ତ୍ରୀଙ୍କ ବଡ଼ ବୟାନ

ଢାକା,୧୭।୫: ବାଂଲାଦେଶର ଶାସକ ଦଳ, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP), ଏବେ ଢାକା ଏବଂ ନୂଆଦିଲ୍ଲୀ ମଧ୍ୟରେ ସମ୍ପର୍କର ଭବିଷ୍ୟତକୁ ଗଙ୍ଗା ଜଳ ବଣ୍ଟନ ଚୁକ୍ତିନାମା ନବୀକରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri