ମାଈ ହାତୀର ମୃତଦେହ ଠାବ

ବଇଣ୍ଡା/ ମାଧପୁର, ୨୯ା୧୦ (ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବନଖଣ୍ଡ ବାମୁର ରେଞ୍ଜ ଶାନ୍ତିପୁର ଜଙ୍ଗଲରୁ ଶୁକ୍ରବାର ଏକ ମାଈ ହାତୀର ମୃତଦେହ ବନ ବିଭାଗ ଠାବ କରିଛି। ମୃତ ହାତୀର ବୟସ ୩୦ ବର୍ଷ ହେବ ବୋଲି ବିଭାଗ ଆକଳନ କରିଥିବା ବେଳେ ମୃତ୍ୟୁର କାରଣ ସ୍ପଷ୍ଟ ହୋଇପାରି ନାହିଁ।
ପ୍ରକାଶ ଯେ, ଶାନ୍ତିପୁର ଜଙ୍ଗଲରେ ଏକ ହାତୀ ମରିପଡିଥିବା କେତେଜଣ ଗାଈ ଚରାଳି ଦେଖି ବନ ବିଭାଗକୁ ଖବର ଦେଇଥିଲେ। ଖବରପାଇ ଆର୍‌ସିସିଏଫ୍‌ ଏମ୍‌. ଯୋଗଜୟାନନ୍ଦ, ଆଠମଲ୍ଲିକ ବନଖଣ୍ଡ ଦାୟିତ୍ୱରେ ଥିବା ଅନୁଗୋଳ ଡିଏଫ୍‌ଓ ବିବେକ କୁମାର, ଆଠମଲ୍ଲିକ ଏସିଏଫ୍‌ ଗୌରୀଶଙ୍କର ଦାସ, ବାମୁର ରେଞ୍ଜର ସରୋଜ କୁମାର ମିଶ୍ର, ମାଧପୁର ରେଞ୍ଜର ସନ୍ତୋଷ କୁମାର ଭୋଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ। ଆଠମଲ୍ଲିକ ବ୍ଲକ ପ୍ରାଣୀଚିକିତ୍ସା ଅଧିକାରୀ ନୀଳାଞ୍ଚଳ ସେନାପତି ମୃତଦେହ ବ୍ୟବଚ୍ଛେଦ କରିବା ପରେ ସେଠାରେ ତାହାକୁ ପୋତି ଦିଆଯାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ହାତୀ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାର କୃତିମ ସୂର୍ଯ୍ୟ! ବିଶ୍ୱର ସବୁଠାରୁ ବଡ଼ ଚୁମ୍ୱକ ଦେଖି ସମସ୍ତେ ତାଜୁବ

ନୂଆଦିଲ୍ଲୀ,୧।୭: ଚୀନ୍ ନିଜର ‘କମ୍ପ୍ରିହେନ୍‌ସିଭ୍ ରିସର୍ଚ୍ଚ ଫାସିଲିଟି ଫର୍ ଫ୍ୟୁଜନ୍ ଟେକ୍ନୋଲୋଜି’ (CRAFT) ପାଇଁ ବିଶ୍ୱର ସବୁଠାରୁ ବଡ଼ ସୁପରକଣ୍ଡକ୍ଟିଂ ମ୍ୟାଗ୍ନେଟ୍ (ଚୁମ୍ବକ) ପ୍ରସ୍ତୁତ କରିଛି ଏବଂ ଏହାର…

WhatsAppର ନୂଆ ଫିଚର୍ସରୁ ବଢ଼ୁଛି ସାଇବର ଠକେଇ! ରୋକିବାକୁ କେନ୍ଦ୍ର ସରକାରଙ୍କ ମାଷ୍ଟର ପ୍ଲାନ୍

ନୂଆଦିଲ୍ଲୀ,୧।୭:  ଦେଶରେ ସାଇବର ଅପରାଧ ବୃଦ୍ଧି ପାଉଥିବା ଘଟଣା ଉପରେ ରୋକ ​​ଲଗାଇବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ଏହି ପଦକ୍ଷେପର…

ମନ୍ତ୍ରୀଙ୍କ ହାଇ ଆଲର୍ଟ, ଜରୁରୀ ପରିସ୍ଥିତିରେ ସଜାଗ ରହିବାକୁ ୟୁଏଲ୍‌ବିକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧ା୭: ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ୟୁଏଲ୍‌ବି)କୁ ହାଇ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର…

ବଙ୍ଗରେ ଟିଏମସି ଏମପି ମହୁଆ ମୋଇତ୍ରାଙ୍କ ଉପରକୁ ଅଣ୍ଡାମାଡ଼, ଭାଜପା…

କୋଲକାତା,୧।୭: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରାଙ୍କ ଉପରକୁ ଅଣ୍ଡା ମାଡ଼ ହୋଇଛି । ବୁଧବାର ଅଭିଯୋଗ କରିଛନ୍ତି ଯେ ପଶ୍ଚିମବଙ୍ଗର ଏକ ରେଷ୍ଟୁରାଣ୍ଟ ବାହାରେ…

ଅମିତ୍ ଶାହାଙ୍କ ଗସ୍ତ ପୂର୍ବରୁ ଘରୋଇ ବସ୍ ମାଲିକ ସଂଘର ଚରମ ନିଷ୍ପତ୍ତି: ଇ.ଭି ବସ୍ ଚଳାଚଳ ବନ୍ଦ ନ ହେଲେ ଆମେ…

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଘରୋଇ ବସ୍ ମାଲିକ ସଂଘ ଆହ୍ୱାନରେ ବୁଧବାର ବରଗଡ଼ ସହରସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲରେ ୱେଷ୍ଟର୍ଣ୍ଣ ଆଣ୍ଡ୍ ସାଉଥ୍ ଇଷ୍ଟ…

ପ୍ରତିଶ୍ରୁତି ରକ୍ଷା କଲା ଯାତ୍ରା କମିଟି, ନିର୍ଦ୍ଧାରିତ ସମୟରେ ହିସାବ ଦାଖଲ କରି…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ଆୟବ୍ୟୟ ହିସାବ ବୁଧବାର ଦାଖଲ ହୋଇଛି। ଏନେଇ ଭଞ୍ଜନଗର ଠାକୁରାଣୀ ମନ୍ଦିରରେ ଯାତ୍ରା କମିଟି କର୍ମକର୍ତ୍ତାଙ୍କ…

ସମ୍ବଲପୁରରେ ବେଆଇନ ନିଶା କଫସିରପ୍ ରାକେଟ‌ର ପର୍ଦ୍ଦାଫାଶ, ୬ ଅଭିଯୁକ୍ତ ଗିରଫ

ସମ୍ବଲପୁର,୧।୭(ପ୍ରମୋଦ ବହିଦାର): ସମ୍ବଲପୁର ସହର ଓ ଏହାର ଆଖପାଖ ଅଞ୍ଚଳରେ ବେଆଇନ ନିଷିଦ୍ଧ ନିଶା କଫସିରପ କାରବାରରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ସମ୍ବଲପୁରର ଅଇଁଠାପାଲି ଥାନା ପୋଲିସ…

RJD ପରେ JDU ନେତାଙ୍କ ଦାବି, ‘ନୀତୀଶ କୁମାରଙ୍କୁ ଉପ-ପ୍ରଧାନମନ୍ତ୍ରୀ କରାଯିବା ଉଚିତ’

ନୂଆଦିଲ୍ଲୀ,୧।୭: ଆରଜେଡି ପରେ, ଜେଡି(ୟୁ) ଏବେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଉପପ୍ରଧାନମନ୍ତ୍ରୀ ନିଯୁକ୍ତ କରିବାକୁ ଦାବି କରିଛି। ଜେଡି(ୟୁ) ବିଧାୟକ ପଙ୍କଜ ମିଶ୍ର କହିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri